ନାବାଳିକା ବଳାତ୍କାର ମାମଲାରେ ୧୦ବର୍ଷ ଜେଲ୍‌ ଦଣ୍ଡାଦେଶ

ଭବାନୀପାଟଣା,୧୦।୩: ନାବାଳିକା ବଳାତ୍କାର ମାମଲାରେ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ତେନ୍ତୁଳିଖୁଣ୍ଟି ଗ୍ରାମର ଅଭିଯୁକ୍ତ ଚୌବନ ଜାନି(୩୦)ଙ୍କୁ ୧୦ ବର୍ଷ ସଶ୍ରମ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଜରିମାନା ଅନାଦେୟ ଅଧିକ ୬ ମାସ ସଶ୍ରମ ଦଣ୍ଡାଦେଶ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ଯୋଗ୍ୟ, ସଦର ଥାନା ତେନ୍ତୁଳିଖୁଣ୍ଟି ଗ୍ରାମର ଚୌବନ ସମ୍ପର୍କୀୟଙ୍କ ଘରେ ପଶି ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ଏ ନେଇ ୨୦୧୪ରେ ସଦର ଥାନାରେ ଏକ ମାମଲା ରୁଜୁ ହୋଇଥିଲା। ସେତେବେଳେ ଅଭିଯୁକ୍ତ ଫେରାର ହୋଇଯାଇଥିଲେ। ୨୦୧୬ରେ ପୋଲିସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ପୋକ୍‌ସୋ କୋର୍ଟର ସ୍ବତନ୍ତ୍ର ଜଜ୍‌ ସୁବ୍ରତ ପଟ୍ଟନାୟକ ମାମଲାର ଶୁଣାଣି କରି ଅଭିଯୁକ୍ତ ଚୌବନଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ ଓ ୫ ହଜାର ଜରିମାନା ଆଦାୟ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ରୋହିତ ମିଶ୍ର ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ା ଜିଲା ଚିଠି: କେହି ମାନୁନାହାନ୍ତି ଅଗ୍ନି ନିରାପତ୍ତା ବ୍ୟବସ୍ଥା ନିୟମ

ସରକାରୀ ଅନୁଷ୍ଠାନ ହେଉ ବା ବେସରକାରୀ ନିୟମ ଅନୁସାରେ ସବୁ ଉଚ୍ଚ ଅଟ୍ଟାଳିକା, ଅନୁଷ୍ଠାନରେ ଫାୟାର ସେଫ୍ଟି ବା ଅଗ୍ନି ନିର୍ବାପକ ବ୍ୟବସ୍ଥା ଜରୁରୀ। ଓଡ଼ିଶା...

ଉତ୍କଳ ଦିବସରେ କୋଭିଡ-୧୯ ସଚେତନତା ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ: କହିଲେ ‘ଏବେ ବୀରତ୍ୱ ନୁହେଁ ଓଡ଼ିଆଙ୍କ ଏକତା ଦେଖାଇବାର ସମୟ’

ଭୁବନେଶ୍ୱର,୧।୪(ବ୍ୟୁରୋ): ଆଜି ଉତ୍କଳ ଦିବସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ସମସ୍ତ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ଦିବସରେ...

୬ଷ୍ଠରୁ ୮ମ ପିଲାଙ୍କ ମିଡ୍‌ ଟର୍ମ ଆସେସ୍‌ମେଣ୍ଟ ହେବ

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ରାଜ୍ୟରେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଶିକ୍ଷାଗତ ଦକ୍ଷତା ମାପିବାକୁ ମିଡ୍‌ ଟର୍ମ ଆସେସ୍‌ମେଣ୍ଟ କରାଯିବ। ପରୀକ୍ଷାରେ କାହାକୁ ଫେଲ୍‌ କରାଯିବ ନାହିଁ।...

୨୨୦ ଲିଟର ଦେଶୀ ରନ୍ଧା ମଦ ସହ ୩ ବାଇକ୍‌ ଜବତ, ୩ ଗିରଫ

ଭଦ୍ରକ ଅଫିସ,୨୧ା୬: ଜିଲା ଅବକାରୀ ବିଭାଗ ପକ୍ଷରୁ ଗଠିତ ଏକ ସ୍ବତନ୍ତ୍ର ଟିମ୍‌ ଦ୍ୱାରା ବାସୁଦେବପୁର ଥାନା ଅନ୍ତର୍ଗତ ନୂଆଗାଁ ଓ ବାରାପୁର ଗ୍ରାମ ଅଞ୍ଚଳରେ...

ଶିକ୍ଷୟିତ୍ରୀଙ୍କ ଗହଣା ଲୁଟିନେବା ପରେ ବଳାତ୍କାର ଉଦ୍ୟମ

ଦିଗପହଣ୍ଡି,୧୬ା୮(ଡି.ଏନ.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡ଼ା ଅଞ୍ଚଳ ଅପରାଧୀଙ୍କ ଅମରାବତୀ ପାଲଟିଛି। ବୋମା ମାଡ଼, ହତ୍ୟା ଉଦ୍ୟମ, ଲୁଟ, ଛିନ୍‌ତାଇ ଭଳି ଘଟଣା ସମ୍ପୃକ୍ତ...

ପରକ୍ରୀୟା ପ୍ରୀତି ନେଲା ଜୀବନ

ଅନୁଗୋଳ ଅଫିସ,୨୫।୫: ଅନୁଗୋଳ ସହର ଉପକଣ୍ଠରେ ପରକ୍ରିୟା ପ୍ରୀତି ଯୋଗୁଁ ୨ଜଣ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଚଣ୍ଡି ବଜାର ନିକଟରେ ଥିବା ଏକ ଜଙ୍ଗଲିଆ ସ୍ଥାନରେ...

୨୦ ଫୁଟ ଭଗ୍ନ ପୋଲ ତଳକୁ ଖସିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ହେଲପର

ବିଶୋଇ, ୬।୬(ଡି.ଏନ.ଏ): ମୟୁରଭଞ୍ଜ ଜିଲା ବିଶୋଇ ସ୍ଥିତ ୪୯ ନଂ ଜାତୀୟ ରାଜପଥ ନିକଟରେ ଗୁରୁବାର ଏକ ଟ୍ରକ ଭାରସାମ୍ୟ ହରାଇ ୨୦ ଫୁଟ ପୋଲ...

ସମର୍ଥ ହତ୍ୟାକାଣ୍ଡକୁ ନେଇ ତେଜିଲା ରାଜନୀତି

ଭୁବନେଶ୍ବର, ୩୧ା୩(ବ୍ୟୁରୋ):ଝାରସୁଗୁଡ଼ା ସରବାହାଲର ବ୍ୟବସାୟୀ ସୁନୀତ ଅଗ୍ରଓ୍ବାଲଙ୍କ ୧୫ ବର୍ଷୀୟ ପୁଅ ସମର୍ଥଙ୍କୁ ଅପହରଣ ପରେ ହତ୍ୟା କରାଯିବାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଉଠିଛି।...

Advertisement
Archives

Model This Week