Posted inଖେଳ

ସେଞ୍ଜ୍‌ ଜିତିଲେ ସିଙ୍ଗାପୁର ଗ୍ରାଁପ୍ରି

ସିଙ୍ଗାପୁର, ୧୮ା୯ (ଏପି): ଫେରାରିର କାର୍ଲୋସ ସେଞ୍ଜ ଜୁନିୟର ସିଙ୍ଗାପୁର ଫର୍ମୁଲା ଓ୍ବାନ ମୋଟର ରେସ୍‌ ଗ୍ରାଁ ପ୍ରି ଜିତିଛନ୍ତି। ଏହାଦ୍ୱାରା ଫର୍ମୁଲାଓ୍ବାନରେ ମାର୍କ୍ସ ଭର୍ଷ୍ଟାପେନ୍‌ ଓ ରେଡ୍‌ ବୁଲ୍‌ର ଐତିହାସିକ ବିଜୟ ଧାରାରେ ବ୍ରେକ୍‌ ଲାଗିଛି। ରେଡ୍‌ ବୁଲ୍‌ ଚଳିତବର୍ଷର ସମସ୍ତ ରେସ୍‌ ଜିତିବା ଲାଗି ସ୍ବପ୍ନ ଦେଖିଥିଲା। ମାତ୍ର ସିଙ୍ଗାପୁରରେ ସଂଘର୍ଷ ପରେ ଭର୍ଷ୍ଟାପେନ୍‌ ୫ମ ଓ ପେରେଚ ୮ମ ସ୍ଥାନରେ ରହିଥିଲେ। ଭର୍ଷ୍ଟାପେନ୍‌ଙ୍କ ବିଜୟ ଧାରା ୧୦ରେ, ରେଡ୍‌ବୁଲର ୧୫ରେ ଅଟକିଥିଲା। ସେଞ୍ଜ୍‌ ପୋଲ ପୋଜିଶନରୁ ରେସ ଆରମ୍ଭ କରିଥିଲେ।

ଏଠାରେ ସେ କ୍ୟାରିୟରର ଦ୍ୱିତୀୟ ଫର୍ମୁଲା ଓ୍ବାନ ରେସ୍‌ ଜିତିଥିଲେ। ମ୍ୟାକେଲରେନର ଲାଣ୍ଡୋ ନୋରିସ ଓ ମର୍ସିଡିଜ୍‌ର ଲୁଇସ୍‌ ହାମିଲଟନ ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ରହିଥିଲେ । ଭର୍ଷ୍ଟାପେନ୍‌ଙ୍କ ଆଗରେ ଫେରାରିର କାର୍ଲୋସ ଲେକ୍‌ରେକ ଚତୁର୍ଥ ହୋଇଥିଲେ। ୬ଷ୍ଠରୁ ୧୦ମ ସ୍ଥାନ ଯଥାକ୍ରମେ ପିଏରେ ଗାସ୍‌ଲି (ଅଲ୍‌ପାଇନ), ଓସ୍କାର ପିଆଷ୍ଟ୍ରି (ମ୍ୟାକଲରେନ), ସର୍ଗିଓ ପେରେଜ (ରେଡ୍‌ବୁଲ୍‌), ଲିଆମ ଲସନ (ଆଲ୍‌ଫା ତାଉରି) ଓ କେଭିନ ମାଗ୍ନସେନ (ହାସ୍‌) ଅଧିକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନଡ଼ିଆ ଗଛରୁ ବାଘୁଆ ମହୁମାଛି ବାହାରି ହଠାତ କଲା ଆକ୍ରମଣ: ବୃଦ୍ଧ ଗୁରୁତର, ୪ ଯୁବକ…

ମୋହନା,୬।୪:(ମନ୍ମଥ ମିଶ୍ର): ବାଘୁଆ ମହୁମାଛି ଆକ୍ରମଣରେ ୪ ଆହତ ଜଣେ ବୃଦ୍ଧ ଗୁରୁତର। ଏଭଳି ଘଟଣା ଘଟିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ପାଣିଗଣ୍ଡା ଗାଁରେ।…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ଓପିଏସସି କାର୍ଯ୍ୟାଳୟ ଆଗରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଧାରଣା

କଟକ,୬।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ର ପ୍ରତିବାଦ କରିଛନ୍ତି। ନିଯୁକ୍ତି ପାଇ ନ ଥିବା ଶତାଧିକ ଏମ୍‌ବିବିଏସ୍‌ ଡାକ୍ତର ବିକ୍ଷୋଭ ପ୍ରଦର୍ଶନ…

ଆମେରିକା-ଇରାନ ବିବାଦ ଶେଷ ହେବ, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ? ପାକିସ୍ତାନ ପ୍ରସ୍ତୁତ କଲାଣି ଡ୍ରାପ୍ଟ – ସର୍ତ୍ତାବଳୀ କ’ଣ ଜାଣନ୍ତୁ

ତେହରାନ,୬।୪: ଆମେରିକା ଏବଂ ଇରାନ ମଧ୍ୟରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ସଂଘର୍ଷ ଶେଷ ହେବାକୁ ଯାଉଛି ଏବଂ ହର୍ମୁଜ ପ୍ରଣାଳୀ ଖୁବ ଶୀଘ୍ର…

ପୁଣି ସରଣ୍ଡାରେ ବିସ୍ଫୋରଣ: କୋବ୍ରା ୨୦୫ ବାଟାଲିୟନର ଯବାନ ଆହତ

ବଣାଇଁ,୬।୪(ପ୍ରଦୀପ ତ୍ରିପାଠୀ): ଓଡ଼ିଶା-ଝାଡଖଣ୍ଡ ସୀମା ସଂଲଗ୍ନ ସରଣ୍ଡା ଜଙ୍ଗଲରେ ସୋମବାର ପୁଣି ବିସ୍ଫୋରଣର ଖବର ସାମ୍ନାକୁ ଆସିଛି। ଯାହା ସୁରକ୍ଷା ବ୍ୟବସ୍ଥା ଏବଂ ନକ୍ସଲ କାର୍ଯ୍ୟକଳାପକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri