ପୃଥକ୍‌ ଦୁର୍ଘଟଣା: ୩ ଜୀବନ ଗଲା

ଭଞ୍ଜନଗର/ପୁରୁଷୋତ୍ତମପୁର/ପାରଳାଖେମୁଣ୍ଡି,୪।୧(ଡି.ଏନ.ଏ): ଗଞ୍ଜାମ ଓ ଗଜପତି ଜିଲାରେ ମଙ୍ଗଳବାର ପୃଥକ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ଯୁବ ଆଇନଜୀବୀ ଓ ଜଣେ ଅବସରପ୍ରାପ୍ତ ଶିକ୍ଷକ ଅଛନ୍ତି। ଭଞ୍ଜନଗର ବାର୍‌ ଆସୋସିଏଶନର ଯୁବ ଆଇନଜୀବୀ ସୁରଜିତ ପଣ୍ଡାଙ୍କ କୌଣସି ଏକ ଗାଡ଼ି ଧକ୍କାରେ ମୃତ୍ୟୁ ଘଟିଛି। ଏହି ଘଟଣାକୁ ନେଇ ବାର୍‌ ଆସୋସିଏଶନ କର୍ମକର୍ତ୍ତାମାନେ ଗଭୀର ଶୋକବ୍ୟକ୍ତ କରିଛନ୍ତି। ଭଞ୍ଜନଗର ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲକୁ ପଠାଇଛି। ସୁରଜିତ୍‌ ପୂର୍ବାହ୍ନରେ ବାଇକ୍‌ରେ କୁଲାଡ଼ ଅଭିମୁଖେ ଯାଉଥିଲେ । ସାହାଣପଲ୍ଲୀ ନିକଟରେ ଏମ୍‌ଭିଆଇଙ୍କ ପକ୍ଷରୁ ଯାନବାହନ ଯାଞ୍ଚ ଚାଲିଥିଲା। ସୁରଜିତ୍‌ ଯାଞ୍ଚ ସମୟରେ ବ୍ରେକ୍‌ ମାରିଥିବା ବେଳେ କୌଣସି ଗାଡ଼ି ତାଙ୍କୁ ଧକ୍କା ଲଗାଇ ପଳାଇଥିବା ଅନୁମାନ କରାଯାଉଛି। ଏମ୍‌ଭିଆଇ କର୍ମଚାରୀମାନେ ସୁରଜିତଙ୍କୁ ଉଦ୍ଧାର କରି ଭଞ୍ଜନଗର ହସ୍ପିଟାଲକୁ ଆଣିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।
ସେହିପରି ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ହିଣ୍ଡୁଳା ଛକ ନିକଟରେ ଅଟୋ ଧକ୍କାରେ ଛତ୍ରପୁର ଥାନା ଅନ୍ତର୍ଗତ ସିଙ୍ଗିପୁର ଗ୍ରାମର ଶ୍ରୀନିବାସ ପାତ୍ର (୬୯)ଙ୍କ ମୃତ୍ୟୁ ଘଟିଛି। ସେ ରାସ୍ତାରେ ଚାଲି ଚାଲି ଯାଉଥିବା ବେଳେ ଅଟୋଟି ପଛପଟୁ ଧକ୍କା ଦେଇଥିଲା। ଫଳରେ ଶ୍ରୀନିବାସ ଗୁରୁତର ଭାବେ ଆହତ ହୋଇ ତଳେ ପଡି ଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଭାଟକୁମରଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ ମଧ୍ୟ ଡାକ୍ତର ମୃତ ଘୋଷଣା କରିଥିଲେ। ପୁରୁଷୋତ୍ତମପୁର ପୋଲିସ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ମୃତଦେହ ଜବତ କରିବା ସହ ଅଟୋକୁ ମଧ୍ୟ ଜବତ କରିଛି। ଏ ନେଇ ଥାନା କେସ୍‌ ନଂ. ୭/୨୩ ରେ ମାମଲା ରୁଜୁ ହୋଇଛି।
ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ ଥିବା ନଟରାଜ ସିନେମା ହଲ ନିକଟରେ ଟ୍ରାକ୍ଟର ଧକ୍କାରେ ଅବସରପ୍ରାପ୍ତ ଶିକ୍ଷକ ରବୀନ୍ଦ୍ର ପଣ୍ଡାଙ୍କ ମୃତ୍ୟୁ ଘଟିଛି। ରବୀନ୍ଦ୍ର ଅବସର ଗ୍ରହଣ ପରେ ପୁରୋହିତ କାମ କରୁଥିଲେ। ମଙ୍ଗଳବାର କୌଣସିଠାରେ ପୂଜାପାଠ କରି ଘରକୁ ଫେରୁଥିବା ସମୟରେ ଟ୍ରାକ୍ଟର(ଏପି୩୦ଭି ୨୫୮୮) ପଛପଟୁ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ସେଠାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।
ସୂଚନାଯୋଗ୍ୟ, ଗତ ରବିବାର ଓ ସୋମବାର ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ହୋଇଥିବା ସଡ଼କ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri