Posted inଜାତୀୟ

ପତ୍ନୀ-ପତିଙ୍କ ତଲାକର ଅଲଗା ନିୟମ, ଉତ୍ତରାଖଣ୍ଡ ସରକାରଙ୍କ ୟୁସିସି

ଡେରାଡୁନ,୨।୨: ୟୁନିଫର୍ମ ସିଭିଲ କୋଡ (ୟୁସିସି) ର ଡ୍ରାଫ୍ଟ ପ୍ରସ୍ତୁତ କରିବାକୁ ଉତ୍ତରାଖଣ୍ଡ ସରକାର ଗଠନ କରିଥିବା କମିଟି ଶୁକ୍ରବାର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କୁ ଏହି ଡ୍ରାଫ୍ଟ ଡକ୍ୟୁମେଣ୍ଟ ହସ୍ତାନ୍ତର କରିଛି। ଆୟୋଜିତ ଏକ କାର୍ଯ୍ୟକ୍ରମରେ ପାଞ୍ଚ ସଦସ୍ୟ ବିଶିଷ୍ଟ କମିଟିର ସଭାପତି ତଥା ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ରଂଜନ ପ୍ରକାଶ ଦେଶାଇ ୟୁସିସିର ଡ୍ରାଫ୍ଟକୁ ମୁଖ୍ୟମନ୍ତ୍ରୀ ଧାମିଙ୍କୁ ହସ୍ତାନ୍ତର କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ମୁଖ୍ୟ ଶାସନ ସଚିବ ରାଧା ରତୁରୀ ଉପସ୍ଥିତ ଥିଲେ। ଏହି ସମୟରେ ଜଷ୍ଟିସ ଦେଶାଇ (ଅବସରପ୍ରାପ୍ତ) ଙ୍କ ବ୍ୟତୀତ ଜଷ୍ଟିସ ପ୍ରମୋଦ କୋହଲି (ଅବସରପ୍ରାପ୍ତ), ସାମାଜିକ କର୍ମୀ ମନୁ ଗୌଡ, ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟ ଶାସନ ସଚିବ ଶତ୍ରୁଘ୍ନ ସିଂ ଏବଂ ଡୁନ ବିଶ୍ୱବିଦ୍ୟାଳୟର କୁଳପତି ସୁରେଖା ଡଙ୍ଗୱାଲ ମଧ୍ୟ ଉପସ୍ଥିତ ଥିଲେ।

ୟୁସିସ ଉପରେ ଏହି ବିଲ ପାସ କରିବାକୁ ଫେବୃଆରୀ ୫ରୁ ଉତ୍ତରାଖଣ୍ଡ ବିଧାନସଭାର ଏକ ଚାରି ଦିନିଆ ସ୍ବତନ୍ତ୍ର ଅଧିବେଶନ ଡକାଯାଇଛି। ବିଧାନସଭାରେ ଏହାକୁ ବିଲ ଭାବରେ ଉପସ୍ଥାପନ କରିବା ପୂର୍ବରୁ ରାଜ୍ୟ କ୍ୟାବିନେଟରେ ମଧ୍ୟ ଏହି ଡ୍ରାଫ୍ଟ ଉପରେ ଆଲୋଚନା କରାଯିବ।
ଏହି ପରିପ୍ରେକ୍ଷୀରେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି କହିଛନ୍ତି ଯେ ଆସନ୍ତା ବିଧାନସଭା ଅଧିବେଶନରେ ୟୁନିଫର୍ମ ସିଭିଲ କୋଡ ବିଲ ଆଗତ ହେବ ଏବଂ ଏହା ଖୁବ ଶୀଘ୍ର ଆଇନ ଭାବରେ କାର୍ଯ୍ୟକାରୀ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଏକ ଭାରତ – ଶ୍ରେଷ୍ଠ ଭାରତ’ ର ଦୃଷ୍ଟିକୁ ହୃଦୟଙ୍ଗମ କରି ଆମେ ରାଜ୍ୟରେ ସମସ୍ତଙ୍କୁ ସମାନ ଅଧିକାର ପ୍ରଦାନ କରିବାକୁ ସର୍ବଦା ସଂକଳ୍ପବଦ୍ଧ ଏବଂ ଆଜି ଆମେ ୟୁସିସି ମାଧ୍ୟମରେ ଏହି ସଂକଳ୍ପ ଗ୍ରହଣ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାର ବଦଳାଇଲେ ରାଶନ ନିୟମ! ଏବେ ପରିବାର ନୁହେଁ, ସଦସ୍ୟଙ୍କ ସଂଖ୍ୟା ଆଧାରରେ ମିଳିବ…

ନୂଆଦିଲ୍ଲୀ, ୨୪।୬: ଦେଶର ସାର୍ବଜନୀନ ବଣ୍ଟନ ବ୍ୟବସ୍ଥା (PDS) ଏବଂ ରାଶନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିପାରେ। କେନ୍ଦ୍ର ସରକାର ଜାତୀୟ ଖାଦ୍ୟ ସୁରକ୍ଷା…

ପୁରୀ ହତ୍ୟାକାଣ୍ଡ: ମୁଖ୍ୟ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କଲା ପୋଲିସ

ପୁରୀ,୨୪ା୬(ଅଜିତ କୁମାର ମହାନ୍ତି): ପୁରୀରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବଳିଆପଣ୍ଡା ଥାନା ଅଞ୍ଚଳରେ ଜଣେ ହୋଟେଲ ମାଲିକଙ୍କୁ ବୀଭତ୍ସ ହତ୍ୟା…

ମେଡିସିନ୍‌ ଖାଇ ୭ କଏଦୀ ଅସୁସ୍ଥ! ଝାରପଡ଼ା ଜେଲ୍‌ରେ ଚାଲିଛି ତଦନ୍ତ

ଭୁବନେଶ୍ୱର,୨୪।୬: ରାଜଧାନୀର ଝାରପଡ଼ା ସ୍ପେଶାଲ୍‌ ଜେଲ୍‌ରେ ୭ ଜଣ କଏଦୀ ହଠାତ୍ ଅସୁସ୍ଥ ହୋଇପଡ଼ିବା ଘଟଣାକୁ ନେଇ ଚିନ୍ତା ବଢ଼ିଛି। ଅସୁସ୍ଥ କଏଦୀମାନଙ୍କୁ ତୁରନ୍ତ ଚିକିତ୍ସା ପାଇଁ…

ହ୍ରାସ ପାଉଛି ଜମିର ଉର୍ବରତା: ଜୈବିକ ପଦ୍ଧତିରେ ଚାଷ କରିବାକୁ ଆହ୍ବାନ

ଦାରିଙ୍ଗବାଡ଼ି,୨୪ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମର ଶେଷ ଦିବସ ଅବସରରେ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ଅବସରର ସପ୍ତାହେ ପୂର୍ବରୁ ଗିରଫ ହେଲେ ନିର୍ବାହୀ ଯନ୍ତ୍ରୀ: ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡ଼ିବସିଲା ଭିଜିଲାନ୍ସ

ରାୟଗଡା,୨୪।୬: ରାୟଗଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରସନ୍ନ ପଟ୍ଟନାୟକ ଗିରଫ କରିଛି। ଭିଜିଲାନ୍ସ। ୨ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଥିଲେ ପ୍ରସନ୍ନ। କାର୍ଯ୍ୟ…

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା, ତେଜିଲା ଅସନ୍ତୋଷ

ବରଗଡ଼,୨୪ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ୧୯ରୁ କାରଖାନା ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ। କାରଖାନା କର୍ତ୍ତୃପକ୍ଷ ଏ ନେଇ ଗତ ୧୯ ତାରିଖ ଭାରତ…

ଅର୍ଥ ବିଭାଗର ସ୍ବୀକୃତିପ୍ରାପ୍ତ ବ୍ୟାଙ୍କ ତାଲିକାରେ ଏବେ ୧୪

ଭୁବନେଶ୍ୱର,୨୪।୬(ରବିନାରାୟଣ ଜେନା): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଲୋକାଭିମୁଖୀ ଯୋଜନାକୁ କାର୍ଯ୍ୟାନ୍ବୟନ କରିବାରେ ଅବହେଳା ପ୍ରଦର୍ଶନ କରିବା ଏବେ ୮ଟି ବ୍ୟାଙ୍କକୁ ମହଙ୍ଗା ସାବ୍ୟସ୍ତ…

ସଂଶୋଧିତ ତାଲିକାରେ ବି ବଢ଼ିଲା ତ୍ରୁଟି: ଦକ୍ଷତାକୁ ନେଇ ବଡ଼ ପ୍ରଶ୍ନବାଚୀ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ବଢ଼ୁଛି ବିବାଦ। ପ୍ରତିଦିନ ପାଠ୍ୟପୁସ୍ତକରେ ତ୍ରୁଟି ନେଇ ନୂଆ ନୂଆ ତଥ୍ୟ ପଦାକୁ ଆସୁଛି। ପାଠ୍ୟପୁସ୍ତକରେ ତ୍ରୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri