ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ହେଡକ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୩।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି ସେପ୍ଟେମ୍ବର ୧୪ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏହି ସମୟରେ ସମସ୍ତ କର୍ମଚାରୀଙ୍କୁ ହେଡକ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି।

ତେବେ ପ୍ରଧାନମନ୍ତ୍ରୀ ସେପ୍ଟେମ୍ବର ୧୭ ତାରିଖରେ ଭୁବନେଶ୍ୱର ଆସି ରାଜ୍ୟ ସରକାରଙ୍କର ଜନକଲ୍ୟାଣକାରୀ “ସୁଭଦ୍ରା”ଯୋଜନାର ଶୁଭାରମ୍ଭ ସହ ଅନ୍ୟ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ଏହାପୂର୍ବରୁ ଶୁକ୍ରବାର ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।

ପ୍ରଧାନମନ୍ତ୍ରୀ ସେଦିନ ପୂର୍ବାହ୍ନ ୧୧.୩୫ମିନିଟ୍ ସମୟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ପୂର୍ବାହ୍ନ ୧୧ଟା ୫୫ମିନଟ୍ ରେ ଜନତା ମଇଦାନଠାରେ କାର୍ଯ୍ୟକ୍ରମରେ ଯୋଗଦେବେ ଏବଂ ଅପରାହ୍ନ ୩ଟାସମୟରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ।

ଏହି ଦିନ ଜନତା ମଇଦାନରେ “ସୁଭଦ୍ରା”ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମରେ ମାନ୍ୟବର ପ୍ରଧାନମନ୍ତ୍ରୀ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ ବିଶିଷ୍ଟ ଅତିଥିମାନେ ଯୋଗ ଦେଉଥିବାରୁ ହିତାଧିକାରୀଙ୍କ ସମେତ ବହୁ ଜନସମାଗମକୁ ଦୃଷ୍ଟିରେ ରଖି ରାଜ୍ୟ ପ୍ରଶାସନ ତରଫରୁ ବ୍ୟାପକପ୍ରସ୍ତୁତି ଜାରି ରହିଛି ।

ଏସଂପର୍କରେ ମୁଖ୍ୟଶାସନ ସଚିବ ପ୍ରସ୍ତୁତି ସମୀକ୍ଷା କରି ବିଭିନ୍ନ ବିଭାଗର ଯେଉଁ ଯେଉଁ କାମ ରହିଛି, ଆନ୍ତଃ ବିଭାଗୀୟ ସମନ୍ୱୟରେ ସେସବୁକୁ ସଠିକ ଭାବେ ନିର୍ବାହ କରିବା କୁଗୁରୁତ୍ୱ ଦେଇଛନ୍ତି । ଡିଜିପି ଏବଂ ଆଇଜିପିଙ୍କୁ ଆଇନ ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥା ତଦାରଖ ପାଇଁ ଦାୟିତ୍ୱ ଦିଆଯାଇଥିବା ବେଳେ ଜିଲ୍ଲାପାଳ,ଖୋର୍ଦ୍ଧାଙ୍କୁ ଅନ୍ୟ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବରିଷ୍ଠ ଅଧିକାରୀମାନେ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ସେମାନଙ୍କର ରହିଥିବା ଦାୟିତ୍ୱ ଶତପ୍ରତିଶତ ଭଲ ଭାବରେ ତୁଲାଇବାକୁ ମୁଖ୍ୟଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

ବୀମାଭୁକ୍ତ ହେବେ ଧନୁଯାତ୍ରା ଦର୍ଶକ, ଦୁର୍ଘଟଣାରେ କଳାକାରଙ୍କ ମୃତ୍ୟୁ ହେଲେ ମିଳିବ…

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧର୍ମ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୪ତାରିଖରୁ ଆରମ୍ଭ ହେବ। ୨୦୨୬ ଜାନୁୟାରୀ ୩ ଯାଏ ଏହି ମହୋତ୍ସବ...

ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନାକୁ ଅନୁମୋଦନ, କ୍ୟାବିନେଟ୍‌ରେ ୬ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରେଶମ ଶିଳ୍ପକୁ ଅଧିକ ସଶକ୍ତ ଏବଂ ସମ୍ପ୍ରସାରିତ କରିବା ଲାଗି ରାଜ୍ୟ ସରକାର ସ୍ଥିରକରି ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା ଆରମ୍ଭ କରିବାକୁ...

ନିଯୁକ୍ତ ହେବେ ଓଡ଼ିଆ ଶିକ୍ଷକ, ଗଣଶିକ୍ଷା ବିଭାଗର ବଡ଼ ସୂଚନା

ଭୁବନେଶ୍ୱର,୭ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ। ସମସ୍ତ ଓଏଭିରେ ଜଣେ ଲେଖାଏ ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ...

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri