ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ହେଡକ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୩।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି ସେପ୍ଟେମ୍ବର ୧୪ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏହି ସମୟରେ ସମସ୍ତ କର୍ମଚାରୀଙ୍କୁ ହେଡକ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି।

ତେବେ ପ୍ରଧାନମନ୍ତ୍ରୀ ସେପ୍ଟେମ୍ବର ୧୭ ତାରିଖରେ ଭୁବନେଶ୍ୱର ଆସି ରାଜ୍ୟ ସରକାରଙ୍କର ଜନକଲ୍ୟାଣକାରୀ “ସୁଭଦ୍ରା”ଯୋଜନାର ଶୁଭାରମ୍ଭ ସହ ଅନ୍ୟ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ଏହାପୂର୍ବରୁ ଶୁକ୍ରବାର ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।

ପ୍ରଧାନମନ୍ତ୍ରୀ ସେଦିନ ପୂର୍ବାହ୍ନ ୧୧.୩୫ମିନିଟ୍ ସମୟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ପୂର୍ବାହ୍ନ ୧୧ଟା ୫୫ମିନଟ୍ ରେ ଜନତା ମଇଦାନଠାରେ କାର୍ଯ୍ୟକ୍ରମରେ ଯୋଗଦେବେ ଏବଂ ଅପରାହ୍ନ ୩ଟାସମୟରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ।

ଏହି ଦିନ ଜନତା ମଇଦାନରେ “ସୁଭଦ୍ରା”ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମରେ ମାନ୍ୟବର ପ୍ରଧାନମନ୍ତ୍ରୀ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ ବିଶିଷ୍ଟ ଅତିଥିମାନେ ଯୋଗ ଦେଉଥିବାରୁ ହିତାଧିକାରୀଙ୍କ ସମେତ ବହୁ ଜନସମାଗମକୁ ଦୃଷ୍ଟିରେ ରଖି ରାଜ୍ୟ ପ୍ରଶାସନ ତରଫରୁ ବ୍ୟାପକପ୍ରସ୍ତୁତି ଜାରି ରହିଛି ।

ଏସଂପର୍କରେ ମୁଖ୍ୟଶାସନ ସଚିବ ପ୍ରସ୍ତୁତି ସମୀକ୍ଷା କରି ବିଭିନ୍ନ ବିଭାଗର ଯେଉଁ ଯେଉଁ କାମ ରହିଛି, ଆନ୍ତଃ ବିଭାଗୀୟ ସମନ୍ୱୟରେ ସେସବୁକୁ ସଠିକ ଭାବେ ନିର୍ବାହ କରିବା କୁଗୁରୁତ୍ୱ ଦେଇଛନ୍ତି । ଡିଜିପି ଏବଂ ଆଇଜିପିଙ୍କୁ ଆଇନ ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥା ତଦାରଖ ପାଇଁ ଦାୟିତ୍ୱ ଦିଆଯାଇଥିବା ବେଳେ ଜିଲ୍ଲାପାଳ,ଖୋର୍ଦ୍ଧାଙ୍କୁ ଅନ୍ୟ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବରିଷ୍ଠ ଅଧିକାରୀମାନେ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ସେମାନଙ୍କର ରହିଥିବା ଦାୟିତ୍ୱ ଶତପ୍ରତିଶତ ଭଲ ଭାବରେ ତୁଲାଇବାକୁ ମୁଖ୍ୟଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri