Posted inଖେଳ

ସେମିଫାଇନାଲରୁ ଓହରିଲେ ସେରେନା

ମେଲବୋର୍ନ, ୬ା୨ (ଏପି)-ସେରେନା ଓ୍ବିଲିୟମ୍ସ ଅଷ୍ଟ୍ରେଲିଆନ ଓପନ ଟ୍ୟୁନ୍‌ ଅପ୍‌୍‌ ଟୁର୍ନାମେଣ୍ଟ ସେମିଫାଇନାଲରୁ ଓହରିଯାଇଛନ୍ତି। ଡାହାଣ କାନ୍ଧରେ ଯନ୍ତ୍ରଣା ଅନୁଭବ କରୁଥିବାରୁ ସେ ଏହି ନିଷ୍ପତ୍ତି ନେଇଥିବା କହିଛନ୍ତି। ସେରେନା ସେମିଫାଇନାଲରେ ଶୀର୍ଷ ର଼୍ୟାଙ୍କିଙ୍ଗପ୍ରାପ୍ତ ଆଶ ବାର୍ଟିଙ୍କ ସହ ମୁକାବିଲା କରିଥାନ୍ତେ। ଏହି ୨୩ଥର ଗ୍ରାଣ୍ଡସ୍ଲାମ ବିଜୟିନୀ ଏକ ଗ୍ରାଣ୍ଡସ୍ଲାମ ଇଭେଣ୍ଟରେ ଅଂଶଗ୍ରହଣ କରିବାର ଏକ ସପ୍ତାହ ପୂର୍ବରୁ କୌଣସି ଟୁର୍ନାମେଣ୍ଟରେ ଭାଗ ନେଇ ନ ଥାନ୍ତି। କୋଭିଡ୍‌ ଯୋଗୁ ଗତ ବର୍ଷ ସେ ତାଙ୍କ ନୀତିରେ ପରିବର୍ତ୍ତନ କରିଛନ୍ତି। ଗତବର୍ଷ ୟୁଏସ୍‌ ଓପନ୍‌ ପରେ ସିଜନ ଆରମ୍ଭ ଅଷ୍ଟ୍ରେଲିଆନ ପୂର୍ବରୁ ଅଭ୍ୟାସ ପାଇଁ ସେ ଏକ ଟେନିସ ଟୁର୍ନାମେଣ୍ଟ ଖେଳିଛନ୍ତି। ୩୯ ବର୍ଷୀୟା ଏହି ଆମେରିକୀୟ ଅକ୍ଟୋବରରେ ଇଞ୍ଜୁରି ଯୋଗୁ ଫ୍ରେଞ୍ଚ୍‌ ଓପନ ଦ୍ୱିତୀୟ ରାଉଣ୍ଡରୁ ଓହରିଯିବା ପରଠାରୁ ଏହା ହେଉଛି ତାଙ୍କର ପ୍ରଥମ ଟୁର୍ନାମେଣ୍ଟ। ଅଷ୍ଟ୍ରେଲିଆନ ଓପନ ଖେଳିବା ଲାଗି ଆସିଥିବା ସମସ୍ତ ଖେଳାଳିଙ୍କ ଭଳି ତାଙ୍କୁ ୧୪ଦିନ କ୍ୱାରାଣ୍ଟାଇନ୍‌ରେ ରହିବାକୁ ପଡ଼ିଥିବାରୁ ଅଭ୍ୟାସ ପାଇଁ ତାଙ୍କୁ କମ୍‌ ସମୟ ମିଳିଥିଲା। ସେରେନା ଓହରିଯିବାରୁ ବାର୍ଟିଙ୍କୁ ଓ୍ବାକଓଭର ମିଳିଛି। ଫାଇନାଲ ପୂର୍ବରୁ ଶନିବାର ମଧ୍ୟ ତାଙ୍କୁ କିଛି ବିଶ୍ରାମ ମିଳିବ। ଅନ୍ୟପକ୍ଷରେ ଗାର୍ବିନ ମୁଗୁରୁଜା ୬-୨, ୬-୨ ସେଟ୍‌ରେ ଅଷ୍ଟ୍ରେଲିଆନ ଓପନ ଚାମ୍ପିୟନ ସୋଫିଆ କେନିନଙ୍କୁ ପରାସ୍ତ କରି ସେମିଫାଇନାଲରେ ପ୍ରବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...

‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର

ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ...

RCB ଖେଳାଳିଙ୍କ ବିରୋଧରେ ବୟସ ଜାଲିଆତି ଅଭିଯୋଗ, ସୂଚନା ପାଇଲା ବିସିସିଆଇ ଦୁର୍ନୀତି ନିବାରଣ ୟୁନିଟ

ନୂଆଦିଲ୍ଲୀ,୨୫।୧୨: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମ ଥର ପାଇଁ IPL ୨୦୨୫ରେ ଚାମ୍ପିଅନ ହୋଇଥିଲା। ଏବେ, ଫ୍ରାଞ୍ଚାଇଜ IPL ୨୦୨୬ପାଇଁ ପ୍ରସ୍ତୁତ ହେଉଛି। ଡିସେମ୍ବର ୧୬ରେ...

IPL 2026 ପ୍ଲେଅଫରେ ପହଞ୍ଚିବ କେଉଁ ୪ଟି ଟିମ୍‌? ବଡ଼ ଭବିଷ୍ୟବାଣୀ କଲେ ପୂର୍ବତନ କ୍ରିକେଟର!

ନୂଆଦିଲ୍ଲୀ,୨୫।୧୨: IPL 2026 ଖେଳାଳିଙ୍କ ମିନି-ନିଲାମ ନିକଟରେ ଶେଷ ହୋଇଛି। ଡିସେମ୍ବର ୧୬ରେ ଆବୁଧାବିରେ IPL ମିନି-ନିଲାମ ହୋଇଥିଲା, ଯେଉଁଥିରେ ୨୯ ବିଦେଶୀ ଖେଳାଳିଙ୍କ ସମେତ...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri