Posted inଖେଳ

ସେମିଫାଇନାଲରୁ ଓହରିଲେ ସେରେନା

ମେଲବୋର୍ନ, ୬ା୨ (ଏପି)-ସେରେନା ଓ୍ବିଲିୟମ୍ସ ଅଷ୍ଟ୍ରେଲିଆନ ଓପନ ଟ୍ୟୁନ୍‌ ଅପ୍‌୍‌ ଟୁର୍ନାମେଣ୍ଟ ସେମିଫାଇନାଲରୁ ଓହରିଯାଇଛନ୍ତି। ଡାହାଣ କାନ୍ଧରେ ଯନ୍ତ୍ରଣା ଅନୁଭବ କରୁଥିବାରୁ ସେ ଏହି ନିଷ୍ପତ୍ତି ନେଇଥିବା କହିଛନ୍ତି। ସେରେନା ସେମିଫାଇନାଲରେ ଶୀର୍ଷ ର଼୍ୟାଙ୍କିଙ୍ଗପ୍ରାପ୍ତ ଆଶ ବାର୍ଟିଙ୍କ ସହ ମୁକାବିଲା କରିଥାନ୍ତେ। ଏହି ୨୩ଥର ଗ୍ରାଣ୍ଡସ୍ଲାମ ବିଜୟିନୀ ଏକ ଗ୍ରାଣ୍ଡସ୍ଲାମ ଇଭେଣ୍ଟରେ ଅଂଶଗ୍ରହଣ କରିବାର ଏକ ସପ୍ତାହ ପୂର୍ବରୁ କୌଣସି ଟୁର୍ନାମେଣ୍ଟରେ ଭାଗ ନେଇ ନ ଥାନ୍ତି। କୋଭିଡ୍‌ ଯୋଗୁ ଗତ ବର୍ଷ ସେ ତାଙ୍କ ନୀତିରେ ପରିବର୍ତ୍ତନ କରିଛନ୍ତି। ଗତବର୍ଷ ୟୁଏସ୍‌ ଓପନ୍‌ ପରେ ସିଜନ ଆରମ୍ଭ ଅଷ୍ଟ୍ରେଲିଆନ ପୂର୍ବରୁ ଅଭ୍ୟାସ ପାଇଁ ସେ ଏକ ଟେନିସ ଟୁର୍ନାମେଣ୍ଟ ଖେଳିଛନ୍ତି। ୩୯ ବର୍ଷୀୟା ଏହି ଆମେରିକୀୟ ଅକ୍ଟୋବରରେ ଇଞ୍ଜୁରି ଯୋଗୁ ଫ୍ରେଞ୍ଚ୍‌ ଓପନ ଦ୍ୱିତୀୟ ରାଉଣ୍ଡରୁ ଓହରିଯିବା ପରଠାରୁ ଏହା ହେଉଛି ତାଙ୍କର ପ୍ରଥମ ଟୁର୍ନାମେଣ୍ଟ। ଅଷ୍ଟ୍ରେଲିଆନ ଓପନ ଖେଳିବା ଲାଗି ଆସିଥିବା ସମସ୍ତ ଖେଳାଳିଙ୍କ ଭଳି ତାଙ୍କୁ ୧୪ଦିନ କ୍ୱାରାଣ୍ଟାଇନ୍‌ରେ ରହିବାକୁ ପଡ଼ିଥିବାରୁ ଅଭ୍ୟାସ ପାଇଁ ତାଙ୍କୁ କମ୍‌ ସମୟ ମିଳିଥିଲା। ସେରେନା ଓହରିଯିବାରୁ ବାର୍ଟିଙ୍କୁ ଓ୍ବାକଓଭର ମିଳିଛି। ଫାଇନାଲ ପୂର୍ବରୁ ଶନିବାର ମଧ୍ୟ ତାଙ୍କୁ କିଛି ବିଶ୍ରାମ ମିଳିବ। ଅନ୍ୟପକ୍ଷରେ ଗାର୍ବିନ ମୁଗୁରୁଜା ୬-୨, ୬-୨ ସେଟ୍‌ରେ ଅଷ୍ଟ୍ରେଲିଆନ ଓପନ ଚାମ୍ପିୟନ ସୋଫିଆ କେନିନଙ୍କୁ ପରାସ୍ତ କରି ସେମିଫାଇନାଲରେ ପ୍ରବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri