ଚମାଖଣ୍ଡି ଛକରେ ସିରିଜ୍‌ ଦୁର୍ଘଟଣା: କାର୍‌-ଟ୍ରକ୍ ଧକ୍କାରେ ମହିଳା ମୃତ, ୧୦ ଗୁରୁତର

ଛତ୍ରପୁର,୧୪ା୧୦(ଦ୍ଵାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ଚମାଖଣ୍ଡି ଛକ ନିକଟ ୧୬ ନଂ ଜାତୀୟ ରାଜପଥରେ ବୁଧବାର ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ସ୍ଥାନୀୟ ଲୋକ ଓ ପୋଲିସ ଉଦ୍ଧାର କରି ବ୍ରହ୍ମପୁରସ୍ଥିତ ଏମ୍‌କେସିଜି ଚିକିତ୍ସାଳୟକୁ ପଠାଇଛନ୍ତି ।

ସୂଚନା ଅନୁଯାୟୀ, ଚମାଖଣ୍ଡି ଛକ ନିକଟରେ ଏକ କାର୍‌ ଓ ଟ୍ରକ୍‌ ମଧ୍ୟରେ ପ୍ରଥମେ ଧକ୍କା ହୋଇଥିଲା। ପରେ ଦୁର୍ଘଟଣାଗ୍ରସ୍ତ ଗାଡ଼ିଗୁଡ଼ିକ ଏକାଧିକ ଦୁଇଚକିଆ ଯାନ ଓ ସାଇକେଲକୁ ଧକ୍କା ଦେବାରୁ ସିରିଜ୍‌ ଦୁର୍ଘଟଣା ଘଟିଥିଲା। ଏଥିରେ ଅନେକ ବାଇକ୍‌ ଆରୋହୀ ଆହତ ହୋଇଥିଲେ । ଦୁର୍ଘଟଣାରେ ବ୍ରହ୍ମପୁରର ରୋଜାଲିନ ମିଶ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଜାତୀୟ ରାଜପଥ ଅବରୋଧ କରିଥିଲେ । ଫଳରେ ରାଜପଥର ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହିଥିଲା। ଘଟଣାସ୍ଥଳରେ କିଛି ସମୟ ପାଇଁ ଉତ୍ତେଜନା ମଧ୍ୟ ପ୍ରକାଶ ପାଇଥିଲା।

ଖବର ପାଇ ଗଞ୍ଜାମ ଏସ୍‌ପି ହରିଶ ବି. ସି. , ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ଏସଡିପିଓ ଚନ୍ଦନ ଘଡ଼ାଇ, ସିପିଆଇ ନେତା ଦୁର୍ଯ୍ୟୋଧନ ନାହାକ, ପୂର୍ବତନ ବିଧାୟକ ଏନ୍‌. ନାରାୟଣ ରେଡ୍ଡୀ, ବ୍ରହ୍ମପୁର ସାଂସଦଙ୍କ ପ୍ରତିନିଧି ଆର୍‌. ସନ୍ତୋଷ ରେଡ୍ଡୀ, ସରପଞ୍ଚ ସିଏଚ୍‌. ମନୋଜ କୁମାର ରେଡ୍ଡୀ, ସିପିଆଇ ଜିଲା ସହସମ୍ପାଦକ ନୀଳକଣ୍ଠ ଦାଶ, ଚମାଖଣ୍ଡି ଜୋନାଲ ସମ୍ପାଦକ ଏନ୍‌. ଗିରିଜା ପ୍ରସାଦ ରେଡ୍ଡୀ, ପୂର୍ବତନ ସମିତି ସଭ୍ୟ ଏନ୍‌. ଦୁର୍ଯ୍ୟୋଧନ ରେଡ୍ଡୀ, ବନୋଜ ନାହାକ ଓ କଂଗ୍ରେସ ନେତା ଭାଗିରଥି ବେହେରାଙ୍କ ସମେତ ବହୁ ସ୍ଥାନୀୟ ଲୋକ ଘଟଣାସ୍ଥଳରେ ପହଞ୍ଚିଥିଲେ ।

ସେମାନେ ପୋଲିସ ଓ ପ୍ରଶାସନ ସହ ଆଲୋଚନା କରି ଆହତମାନଙ୍କୁ ଉନ୍ନତ ଚିକିତ୍ସା ଯୋଗାଇବା ସହ ଦୁର୍ଘଟଣା ରୋକିବା ପାଇଁ ଓଭରବ୍ରିଜ୍‌ ନିର୍ମାଣ, ଜାତୀୟ ରାଜପଥରେ ପୋଲିସ ମୁତୟନ ଏବଂ ବ୍ୟାରିକେଡ୍‌ ବ୍ୟବସ୍ଥା କରିବା ନେଇ ଦାବି ଉପସ୍ଥାପନ କରିଥିଲେ। ପୋଲିସ ଓ ପ୍ରଶାସନ ସହ ଆଲୋଚନା ପରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ ହଟାଇଥିଲେ। ଫଳରେ ୧୬ ନଂ ଜାତୀୟ ରାଜପଥରେ ଯାତାୟାତ ପୁଣି ସ୍ୱାଭାବିକ ହୋଇଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?