କୋଳିମାଟି ନିକଟରେ ସିରିଜ ଦୁର୍ଘଟଣା: ତାରିଣୀ ଦର୍ଶନ ସାରି ଫେରୁଥିବା ବସ୍‌- କାର୍‌କୁ ପିଟିଲା ଟ୍ରକ, ୩୦ ଯାତ୍ରୀ…

ଆନନ୍ଦପୁର,୧୮।୧୨(ସୁଶାନ୍ତ କୁମାର ସାହୁ):ଜାତୀୟ ରାଜପଥ ୨୦ କୋଳିମାଟି ଛକ ନିକଟରେ ସିରିଜ ଦୁର୍ଘଟଣା। ଘଟଗାଁ ତାରିଣୀ ଦର୍ଶନ ସାରି ଫେରୁଥିବା ତୀର୍ଥ ଯାତ୍ରୀ ବସକୁ ଧକ୍କା ଦେଲା ଟ୍ରକ।  ଫଳରେ ୩୦ରୁ ଊର୍ଦ୍ଧ୍ୱ  ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।

ସୂଚନାନୁଯାୟୀ, ପୁରୀ ରାମଚଣ୍ଡୀ ଥାନା ଛଇତନା ଅଞ୍ଚଳର କିଛି ଯାତ୍ରୀ  ଷୋଳପୁଅ ମା’  ନାମକ ଏକ ବସ୍‌ ଯୋଗେ ଘଟଗାଁ ମା ତାରିଣୀ ପୀଠକୁ ଦର୍ଶନ କରିବାକୁ ଆସିଥିଲେ। ସେମାନେ ଦର୍ଶନ ସାରି ଫେରୁଥିବା ବେଳେ କୋଳିମାଟି ନିକଟରେ ବସକୁ ରାସ୍ତା ପାର୍ଶ୍ୱରେ ରଖି ବିଶ୍ରାମ ନେଉଥିଲେ। ଏହି ସମୟରେ ପଛରୁ ଆସୁଥିବା ଏକ ଟ୍ରକ ଗୋଟିଏ କାରକୁ ଧକ୍କା ଦେଇ ବସକୁ ଧକ୍କା ଦେଇଥିଲା। ଦୁର୍ଘଟଣା ଏତେ ଜୋର ଥିଲା ଯେ ବସଟି ଆଗରେ ଠିଆ ହୋଇଥିବା ଆଉ ଗୋଟିଏ ଟ୍ରକ ଉପରେ ଚଢି ଯାଇଥିଲା। ଦୁର୍ଘଟଣା ସମୟରେ ବସର ଚାରି ଜଣ ଯାତ୍ରୀ ନିକଟସ୍ଥ କୋଳିମାଟି ସାପ୍ତାହିକ ହାଟକୁ ଯାଇଥିବା ବେଳେ ସେମାନେ ଦୁର୍ଘଟଣାରୁ ବର୍ତ୍ତିଯାଇଥିଲେ। ସ୍ଥାନୀୟ ଲୋକେ ସଙ୍ଗେ ସଙ୍ଗେ ପୋଲିସ ଓ ଅଗ୍ନିଶମ ବାହିନୀକୁ ଯୋଗାଯୋଗ ପରେ ୩୦ରୁ ଊର୍ଦ୍ଧ୍ୱ ଗୁରୁତର ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ଘସିପୁରା ପୋଲିସ ଟ୍ରକକୁ ଜବତ କରିଥିବା ବେଳେ ବାରମ୍ବାର ସେହି ସ୍ଥାନରେ ଦୁର୍ଘଟଣା ଘଟୁଥିବା ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାଇପ ବିଛାଇବା ପାଇଁ ଗାଁ ଗାଁରେ ଖୋଳା ଚାଲିଛି କଂକ୍ରିଟ ରାସ୍ତା: ପାଇପ ବିଛାଇବା ପରେ ମରାମତି ନାହିଁ

ଅମରପାଲି, ୨୭।୯ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଗ୍ରାମରେ ମେଗା ପାନୀୟଜଳ ପ୍ରକଳ୍ପ ପାଇଁ ପାଇପ ବିଛାଇବା କାମ ଚାଲିଛି। ଏଥିପାଇଁ ଏକ…

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

ବୌଦ୍ଧ ବିଧାୟକଙ୍କ ନାଁରେ ଗିରଫ ପରୱାନା

ହରଭଙ୍ଗା,୨୭ା୯(ନରେନ୍ଦ୍ର କୁମାର ସାହୁ): ୨୦୨୪ରେ ଅନୁଷ୍ଠିତ ୧୭ତମ ବିଧାନସଭା ନିର୍ୱାଚନ ସମୟରେ ବର୍ତ୍ତମାନର ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?