ଦିଗପହଣ୍ଡିରେ ସିରିଜ ଚୋରି ମାମଲା: ମାଷ୍ଟର ମାଇଣ୍ଡ ଗଲେ ଜେଲ୍‌

ଦିଗପହଣ୍ଡି,୨୮।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ସାମ୍ନା ଅଶୋକ ସ୍ବାଇଁଙ୍କ ମାର୍କେଟ କମ୍ପ୍ଲେକ୍ସରେ ଥିବା ୪ ଦୋକାନର ତାଲା ଭାଙ୍ଗି ଦୁର୍ବୃତ୍ତମାନେ ଗତ ୨୧ ତାରିଖ ବିଳମ୍ବିତ ରାତିରେ ଲକ୍ଷାଧିକ ଟଙ୍କାର ବିଭିନ୍ନ ମୂଲ୍ୟବାନ ସାମଗ୍ରୀ, ଲାପଟପ ଏବଂ ପ୍ରାୟ ୨୦ ହଜାର ଟଙ୍କା ଲୁଟି ନେଇଥିଲେ। ଏହି ଚୋରି ଘଟଣାର ମାଷ୍ଟର ମାଇଣ୍ଡଙ୍କୁ ଗୁରୁବାର ଗିରଫ କରାଯାଇଥିବା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର କହିଛନ୍ତି। ସେ ହେଲେ ପାଟପୁର ଥାନା ଜଗନ୍ନାଥପୁର ଗ୍ରାମର ଜଗନ୍ନାଥ ବିଷୋୟୀ। ତାଙ୍କ ନିକଟରୁ ପୋଲିସ ଚୋରି ହୋଇଥିବା ଲାପଟପ ଏବଂ ତାଲା ଭଙ୍ଗା ଉପକରଣ ଜବତ କରିଛନ୍ତି। ଅଭିଯୁକ୍ତଙ୍କୁ ଗୁରୁବାର ସାରେ କୋର୍ଟ ଚାଲାଣ କରାଯାଇଛି।

ଥାନା ମାମଲା ନଂ.୪୬୩/୨୪ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଥିବା ତଦନ୍ତକାରୀ ଅଧିକାରୀ ଏଏସ୍‌ଆଇ ନିଗମ ପ୍ରଧାନ କହିଛନ୍ତି। ତାଙ୍କ ନାଁ ରେ ଏକାଧିକ ମାମଲା ରହିଥିବା ପୋଲିସ ତଦନ୍ତରୁ ଜଣାପଡ଼ିଛି। ଘଟଣା ଦିନ ବିଳମ୍ବିତ ରାତିରେ ଉକ୍ତ ମାର୍କେଟ କମ୍ପ୍ଲେକ୍ସରେ ଥିବା ସନିଆ ଡାକୁଆଙ୍କ ସେଲୁନ, ଦନାର୍ଦ୍ଦନ ନାୟକଙ୍କ ହୋଟେଲ, ଅଜୟ ପ୍ରଧାନ ଓ ସୁମିତ ପଟ୍ଟନାୟକଙ୍କ ବେକ୍‌ରୀ ଏବଂ ମନୋରଞ୍ଜନ ରାଉତଙ୍କ କୋଲ୍ଡ ବାର୍‌ର ତାଲା ଭାଙ୍ଗି ଦୁର୍ବୃତ୍ତମାନେ ଲୁଟପାଟ କରିଥିଲେ। ସୁମିତଙ୍କ ଲାପଟପ ସମେତ ଅନ୍ୟାନ୍ୟ ମୂଲ୍ୟବାନ ସାମଗ୍ରୀ ଲୁଟି ନେଇଥିଲେ।

ସେହିପରି ମନୋରଞ୍ଜନଙ୍କ ଦୋକାନରୁ ବହୁ ପରିମାଣର ଖାଦ୍ୟସାମଗ୍ରୀ ସମେତ ୮ ହଜାର ଟଙ୍କା। ସନିଆଙ୍କ ସେଲୁନରୁ ୭ ହଜାର, ବିଭିନ୍ନ ସାମଗ୍ରୀ ଏହାସହ ଅନ୍ୟାନ୍ୟ ଦୋକାନରୁ ଟଙ୍କା ପଇସା ଲୁଟ ହୋଇଥିବା ଅଭିଯୋଗ ହୋଇଥିଲା। ମାର୍କେଟ କମ୍ପ୍ଲେକ୍ସରେ ଲଗା ଯାଇଥିବା ସମସ୍ତ ସିସିଟିଭି କ୍ୟାମେରା ଗୁଡ଼ିକୁ ଦୁର୍ବୃତ୍ତ ମାନେ ମୋଡ଼ି ଭାଙ୍ଗି ନଷ୍ଟ କରି ଫେରାର ହୋଇଯାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

ଅଚାନକ ଚଢାଉ କଲା ଅବକାରୀ ବିଭାଗ: ଜବତ ହେଲା ଏତେ ପରିମାଣର ମହୁଲି ଫୁଲ ସହ…

ମୋହନା,୧୦।୮( ମନ୍ମଥ ମିଶ୍ର ): ଗଜପତି ଜିଲାରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ। ଅଡବା ଥାନା ଅନ୍ତର୍ଗତ କଟାମା ଗାଁରୁ ୯୦୦ କିଲୋଗ୍ରାମ ମହୁଲି ଫୁଲ…

ପୈତୃକ ଗାଁରେ ଘର କାମ ଆରମ୍ଭ କଲେ ରିଷଭ ପନ୍ତ

ପିଥୋରାଗଡ଼(ଉତ୍ତରାଖଣ୍ଡ),୧୦ା୮: ରିଷଭ ପନ୍ତଙ୍କ ମା’ ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ନିଜ ପୈତୃକ ଗାଁକୁ ଫେରିବା ପରେ ସେମାନଙ୍କ ଘରର ପୁନଃ ନିର୍ମାଣ କାମ ଆରମ୍ଭ ହୋଇଛି। ଏହାକୁ…

ଜିଲାପାଳଙ୍କ ବଡ଼ ଆହ୍ବାନ: ପାଳନ ହେବ ‘ଘରେ ଘରେ ତ୍ରିରଙ୍ଗ’ କାର୍ଯ୍ୟକ୍ରମ

ଛତ୍ରପୁର,୧୦।୮୯(ଦିଲ୍ଲୀପ ସାମଲ/ଦାରିକା ପଟ୍ଟନାୟକ): ପବିତ୍ର ସ୍ବାଧୀନତା ଦିବସ ଏବଂ ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ’ର ୧୫୦ତମ ବର୍ଷପୂର୍ତ୍ତି ଅବସରରେ ଦେଶରେ ‘ଘରେ ଘରେ ତ୍ରିରଙ୍ଗା-୨୦୨୬’ କାର୍ଯ୍ୟକ୍ରମ ପାଳନ…

ସେବା-ସହଯୋଗର ବାର୍ତ୍ତା ବାଣ୍ଟିଲା ଲକ୍ଷ୍ମୀ ନାରାୟଣ ୟୁଥ କ୍ଲବ: ଚକ୍ରତୀର୍ଥ ପୀଠରେ…

ହାଟଡିହୀ/ଛେନାପଦୀ,୧୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଚୋରଗଡ଼ିଆ ନାରାୟଣ ୟୁଥ କ୍ଲବ ପକ୍ଷରୁ ନିକଟସ୍ଥ ଚକ୍ରତୀର୍ଥ ପୀଠରେ…

ବ୍ରହ୍ମପୁର ଚାଲାଣ କରୁଥିଲେ ଗଞ୍ଜେଇ, ବାଟରେ ଧରି ପକାଇଲା ପୋଲିସ, ତା’ପରେ…

ପାରଳାଖେମୁଣ୍ଡି,୧୦।୮ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ୧୧ କିଲୋ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସୋମବାର ସକାଳ ପ୍ରାୟ ୬ଟାରେ ଏସଆଇ ପ୍ରଫୁଲ୍ଲ…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

ହତ୍ୟା ଉଦ୍ୟମ ଘଟଣାରେ ଫେରାର ଥିଲେ ଅଭିଯୁକ୍ତ, ୧ ବର୍ଷ ପରେ ଘରକୁ ଫେରିଥିବାବେଳେ ହଠାତ୍‌ ପହଞ୍ଚିଲା ପୋଲିସ, ତା’ପରେ…

ଦିଗପହଣ୍ଡି,୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ପିଣ୍ଟୁ ଜେନା(୨୯)ଙ୍କୁ ସୋମବାର କେ.ନୂଆଗାଁ ପୋଲିସ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri