ଗୌଡ଼ ଗାଁରେ ସିରିଜ୍‌ ଚୋରି: ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କା ସହ ସୁନା ଅଳଙ୍କାର

ଦିଗପହଣ୍ଡି,୨୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ ଗାଁରେ ସିରିଜ୍‌ ଚୋରି ହୋଇଛି। ପୌରାଣିକ ରାମାୟଣ ଥିଏଟର ନିର୍ଦ୍ଦେଶକ ବୁଲୁ ସାହୁ ବୁଧବାର ପରିବାର ସହ ରାତ୍ରିଭୋଜନ କରିବା ପରେ ସମସ୍ତେ ଶୋଇବାକୁ ଯାଇଥିଲେ। ଦୁର୍ବୃତ୍ତମାନେ ବିଳମ୍ବିତ ରାତିରେ ଘର ବାଡ଼ିପଟ କବାଟ ତାଡ଼ି ଘରେ ପଶି ୨ଟି ଆଲମାରି ଭାଙ୍ଗି ସେଥିରେ ଥିବା ୧ ଲକ୍ଷ ୩୦ ହଜାର ଟଙ୍କା ଏବଂ ୧୫ ଭରି ଓଜନର ସୁନା ଗହଣା ଲୁଟି ନେଇଛନ୍ତି। ପୋଷାକ,ଶାଢ଼ି,ଆସବାବପତ୍ର ଫିଙ୍ଗି ଫେରାର ହୋଇଯାଇଛନ୍ତି। ସେହିପରି ଗ୍ରାମର ଶିବ ପ୍ରସାଦ ତ୍ରିପାଠୀଙ୍କ ଘରେ ପଶି ୬ ହଜାର ଟଙ୍କା ଓ ୨ଟି ସୁନା ମୁଦି ଦୁର୍ବୃତ୍ତମାନେ ଚୋରି କରିଛନ୍ତି। ଗଣେଶ ପାତ୍ରଙ୍କ ଘରୁ ପ୍ରାୟ ୫ ହଜାର ଟଙ୍କା ଚୋରି ହୋଇଥିବା ଜଣାପଡିଛି। ଗତ ପ୍ରାୟ ୫ ବର୍ଷ ପୂର୍ବେ ବ୍ୟବସାୟୀ ଗଣେଶଙ୍କ ଘରୁ ଲକ୍ଷାଧିକ ଟଙ୍କା ଏବଂ ପ୍ରାୟ ୧୫ ଭରିରୁ ଊଦ୍ଧର୍‌ବ ସୁନା ଗହଣା ଦୁର୍ବୃତ୍ତମାନେ ଚୋରି କରିଥିଲେ। ଅଦ୍ୟାବଧି ଏହି ଘଟଣାରେ ସମ୍ପୃକ୍ତ ଦୁର୍ବୃତ୍ତମାନଙ୍କ ସନ୍ଧାନ ମିଳିପାରିନାହିଁ। ବୁଧବାର ରାତି ପ୍ରାୟ ୧ ଟାରୁ ୨ ଟା ମଧ୍ୟରେ ଦୁର୍ବୃତ୍ତମାନେ ବୁଲୁଙ୍କ ଘରର ୩ଟି କବାଟ ଗେଡ଼ା, ତାଲା ଭାଙ୍ଗି ଗମ୍ଭିରି ଘର ଭିତରୁ ଏହି ଚୋରି କରିଛନ୍ତି। ବୁଲୁ ଏନେଇ କେ.ନୂଆଗାଁ ଥାନାରେ ଏତଲା ଦେଇଛନ୍ତି। ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ୍‌.ଆଇ ଜଗବନ୍ଧୁ ବାର୍ଲା ସଦଳବଳ ଗୌଡ଼ ଗାଁରେ ପହଞ୍ଚି ଚୋରି ଘଟଣାର ସବିଶେଷ ତଦନ୍ତ କରି ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

ଗୋବିନ୍ଦାଙ୍କ ଛାଡପତ୍ରକୁ ନେଇ ବଡ଼ ଖୁଲାସା କଲେ ମ୍ୟାନେଜର, ଏହି କାରଣରୁ କୋର୍ଟ ଯାଇଥିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ବଲିଉଡ୍ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବୈବାହିକ ଜୀବନକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ଜାରି ରହିଛି । ଦୁହେଁଙ୍କ ମଧ୍ୟରେ…

ରାଜଧାନୀର CNG ପମ୍ପରେ ବଡ଼ ଧରଣର ବିସ୍ଫୋରଣ, ୩ମୃତ

ନୂଆଦିଲ୍ଲୀ,୧୯।୮: ରାଜଧାନୀ ଦିଲ୍ଲୀର ଟିକରୀ କଲାଁ ଅଞ୍ଚଳରେ ଥିବା ଏକ CNG ପମ୍ପରେ ଭୟଙ୍କର ବିସ୍ଫୋରଣ ହୋଇଛି । ଗ୍ୟାସ୍‌ ରିଫିଲିଂ ସମୟରେ ଏହି ଅଘଟଣ ହୋଇଥିବା…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri