୧୬ ନମ୍ବର ଜାତୀୟ ରାଜପଥରେ ସିରିଜ ଦୁର୍ଘଟଣା

ଛତ୍ରପୁର୨୬।୫(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ହୁମ୍ମା ଫାଣ୍ଡି ଅଧୀନ ୧୬ ନମ୍ବର ଜାତୀୟ ରାଜପଥରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଭାରସାମ୍ୟ ହରାଇ ଏକ ପିକ୍‌ଅପ ଭ୍ୟାନ ଓ ବାଇକ୍‌କୁ ଧକ୍କା ଦେଇଛି।

ଦୁର୍ଘଟଣାରେ ୩ଜଣ ଗୁରୁତର ହୋଇଥିବା ବେଳେ ଅନ୍ୟ ଜଣ ଆହତ ହୋଇଥିବା ଜଣାପଡିଛି। ଆହତ ବ୍ୟକ୍ତିମାନେ ହେଲେ ହୁମ୍ମା ସହରର ଜଣେ ହୋଇଥିବା ବେଳେ ପିକଅପ ଭ୍ୟାନରେ ଥିବା ନୟାଗଡ଼ ଜିଲାର ସୁନାଖଳା ଗ୍ରାମର ୩ଜଣ ବୋଲି ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ସନ୍ଧ୍ୟାରେ ହୁମ୍ମା ଫାଣ୍ଡି ନିକଟରେ ଗୋଟିଏ ପାର୍ଶ୍ୱରେ ଓଭର ବ୍ରିଜ କାର୍ଯ୍ୟ ବିଳମ୍ବ ଯୋଗୁ ରାଜପଥର ଏକ ପାର୍ଶ୍ୱ ବନ୍ଦ ରହିଥିବା ବେଳେ ଜାତୀୟ ରାଜପଥର ଅନ୍ୟ ଏକ ପାର୍ଶ୍ୱର ବୁଲାଣିଆରେ ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ଏକ ଟ୍ରକ(ଜେଏଚ୍‌୦୯ଏଏଚ-୯୨୯୪) ଭାରସାମ୍ୟ ହରାଇ ଏକ ପିକଅପ୍‌ ଭ୍ୟାନ (ଓଡି୦୨ ପି-୯୧୫୦) ଓ ଏକ ବାଇକ(ଓଡି୨୫ଜି-୯୨୯୫)କୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ପିକଅପ ଭ୍ୟାନ୍‌ରେ ଥିବା ୩ଜଣ ଯାତ୍ରୀ ଏବଂ ବାଇକ୍‌ ଆରୋହୀ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ଖବର ପାଇ ହୁମ୍ମା ଫାଣ୍ଡି ଓ ରମ୍ଭା ପୋଲିସ ପହଞ୍ଚି ଆମ୍ବୁଲାନ୍ସ ଯୋଗେ ଆହତଙ୍କୁ ବ୍ରହ୍ମପୁର ମେଡିକାଲକୁ ପଠାଇଥିଲେ। ପୋଲିସ ଟ୍ରକକୁ ଜବତ କରିବା ସହ ଗାଡ଼ି ଡ୍ରାଇଭର ଏବଂ ହେଲ୍‌ପରଙ୍କୁ ପୋଲିସ ଅଟକ ରଖି ପଚରାଉଚୁରା କରୁଛି।

ଓଭର ବ୍ରିଜ ନିର୍ମାଣ କାର୍ଯ୍ୟ ବିଳମ୍ବ ଯୋଗୁ ହୁମ୍ମା ରାଜପଥ ଉପରେ ବାରମ୍ବାର ଦୁର୍ଘଟଣା ଘଟୁଥିବା ବେଳେ ପ୍ରଶାସନ ଓ ସ୍ଥାନୀୟ ଠିକାଦାର ଲୋକଙ୍କ ଜୀବନ ସହ ଖେଳ ଖେଳୁଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ୨୦ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ)): ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳି ଜାରି ରହିଥିବା ଯୋଗୁ ବରଗଡ ଜିଲା ସ୍କୁଲଗୁଡ଼ିକରେ ଖରାଛୁଟିକୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବଢାଇ ଦିଆଯାଇଛି।...

ମୁଖ୍ୟମନ୍ତ୍ରୀଙ୍କୁ ଫଟୋଚିତ୍ର ପ୍ରଦାନ କଲେ ଛାତ୍ର

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ା ପାଇକ ସାହିର ଭଗବାନ ସାହୁଙ୍କ ପୁଅ ତଥା ସୋରଡ଼ା ଶଶୀଭୂଷଣ ଉଚ୍ଚ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଶୁଭମ୍‌...

ଜମିରେ କରୁଥିଲେ କାମ: ବଜ୍ରପାତରେ ଚାଲିଗଲା ଜୀବନ

କୋରାପୁଟ/ନାରାୟଣପାଟଣା,୧୭।୬(ଅମିତାଭ ବେହେରା): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ ସଲପଗୁଡ଼ା ଗ୍ରାମରେ ସୋମବାର ବର୍ଷା ପବନ ସହ ଘଡଘଡି ହୋଇ ବଜ୍ରପାତ ଘଟିଛି। ବଜ୍ରପାତରେ ଜଣେ ଚାଷୀଙ୍କ...

ବିଦ୍ୟୁତ୍‌ ଖୁଣ୍ଟରେ ପିଟିହେଲା ବାଇକ୍‌: ଚାଲିଗଲା ଚାଳକଙ୍କ ଜୀବନ

ଥୁଆମୁଳ ରାମପୁର:୧୭।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଳକ ସ୍ଥିତ କର୍ଲାପାଟ ଥାନା ଅଞ୍ଚଳରେ ସଡ଼କ ଦୁର୍ଘଟଣା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ...

ପ୍ରଥମଥର କଟକ ଗସ୍ତରେ ଯାଇ ଏମିତି ପ୍ରତିଶ୍ରୁତି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

କଟକ, ୧୭।୬(ଶିଳ୍ପା ପ୍ରିୟଦର୍ଶିନୀ)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର କଟକ ଗସ୍ତରେ ଆସି ନେତାଜୀ ସୁବାସ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ ସଂଗ୍ରହାଳୟରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ...

ନାଳରେ ରକ୍ତ ଭାସୁଥିବାରୁ ଦେଖି ଗୋଷ୍ଠୀ ସଂଘର୍ଷ: ୧୪୪ ଧାରା ଜାରି

ବାଲେଶ୍ବର ଅଫିସ, ୧୭।୬- ବାଲେଶ୍ୱର ସହର ସ୍ଥିତ ଭୁଜାଖିଆ ପୀର ନିକଟସ୍ଥ ନାଳରେ ରକ୍ତ ଭାସୁଥିବାରୁ ଦେଖି ଗୋଷ୍ଠୀ ସଂଘର୍ଷ ହୋଇଛି। ସ୍ଥାନୀୟ ଗାଁ ତଥା...

ବରଗଡ଼ ଆସିବେ ମୁଖ୍ୟମନ୍ତ୍ରୀ: ‘କିଷାନ ସମ୍ମାନ ନିଧି ଯୋଜନା’ର କିସ୍ତି ଟଙ୍କା ବଣ୍ଟନ ଉତ୍ସବରେ ଦେବେ ଯୋଗ

ବରଗଡ଼,୧୭ା୬(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ଟଙ୍କା ବଣ୍ଟନ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହେବ। ଏହି କ୍ରମରେ ବରଗଡ଼ରେ ହେବାକୁ...

ଶ୍ରୀମନ୍ଦିରରେ ଅସମ୍ଭାଳ ଭିଡ଼: ବରିଷ୍ଠ ଅଧିକାରୀ, ଅତିରିକ୍ତ ଫୋର୍ସ ଗଲେ ପୁରୀ

ପୁରୀ,୧୭ା୬: ଶ୍ରୀମନ୍ଦିର ଚାରିଦ୍ୱାର ଖୋଲାଯିବା ପରେ ଅପ୍ରତ୍ୟାଶିତ ଭାବେ ଶ୍ରଦ୍ଧାଳୁଙ୍କ ଆଗମନ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ରବିବାର ରାଜ୍ୟ ସରକାର ଅତିରିକ୍ତ ଫୋର୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri