୧୬ ନମ୍ବର ଜାତୀୟ ରାଜପଥରେ ସିରିଜ ଦୁର୍ଘଟଣା

ଛତ୍ରପୁର୨୬।୫(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ହୁମ୍ମା ଫାଣ୍ଡି ଅଧୀନ ୧୬ ନମ୍ବର ଜାତୀୟ ରାଜପଥରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଭାରସାମ୍ୟ ହରାଇ ଏକ ପିକ୍‌ଅପ ଭ୍ୟାନ ଓ ବାଇକ୍‌କୁ ଧକ୍କା ଦେଇଛି।

ଦୁର୍ଘଟଣାରେ ୩ଜଣ ଗୁରୁତର ହୋଇଥିବା ବେଳେ ଅନ୍ୟ ଜଣ ଆହତ ହୋଇଥିବା ଜଣାପଡିଛି। ଆହତ ବ୍ୟକ୍ତିମାନେ ହେଲେ ହୁମ୍ମା ସହରର ଜଣେ ହୋଇଥିବା ବେଳେ ପିକଅପ ଭ୍ୟାନରେ ଥିବା ନୟାଗଡ଼ ଜିଲାର ସୁନାଖଳା ଗ୍ରାମର ୩ଜଣ ବୋଲି ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ସନ୍ଧ୍ୟାରେ ହୁମ୍ମା ଫାଣ୍ଡି ନିକଟରେ ଗୋଟିଏ ପାର୍ଶ୍ୱରେ ଓଭର ବ୍ରିଜ କାର୍ଯ୍ୟ ବିଳମ୍ବ ଯୋଗୁ ରାଜପଥର ଏକ ପାର୍ଶ୍ୱ ବନ୍ଦ ରହିଥିବା ବେଳେ ଜାତୀୟ ରାଜପଥର ଅନ୍ୟ ଏକ ପାର୍ଶ୍ୱର ବୁଲାଣିଆରେ ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ଏକ ଟ୍ରକ(ଜେଏଚ୍‌୦୯ଏଏଚ-୯୨୯୪) ଭାରସାମ୍ୟ ହରାଇ ଏକ ପିକଅପ୍‌ ଭ୍ୟାନ (ଓଡି୦୨ ପି-୯୧୫୦) ଓ ଏକ ବାଇକ(ଓଡି୨୫ଜି-୯୨୯୫)କୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ପିକଅପ ଭ୍ୟାନ୍‌ରେ ଥିବା ୩ଜଣ ଯାତ୍ରୀ ଏବଂ ବାଇକ୍‌ ଆରୋହୀ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ଖବର ପାଇ ହୁମ୍ମା ଫାଣ୍ଡି ଓ ରମ୍ଭା ପୋଲିସ ପହଞ୍ଚି ଆମ୍ବୁଲାନ୍ସ ଯୋଗେ ଆହତଙ୍କୁ ବ୍ରହ୍ମପୁର ମେଡିକାଲକୁ ପଠାଇଥିଲେ। ପୋଲିସ ଟ୍ରକକୁ ଜବତ କରିବା ସହ ଗାଡ଼ି ଡ୍ରାଇଭର ଏବଂ ହେଲ୍‌ପରଙ୍କୁ ପୋଲିସ ଅଟକ ରଖି ପଚରାଉଚୁରା କରୁଛି।

ଓଭର ବ୍ରିଜ ନିର୍ମାଣ କାର୍ଯ୍ୟ ବିଳମ୍ବ ଯୋଗୁ ହୁମ୍ମା ରାଜପଥ ଉପରେ ବାରମ୍ବାର ଦୁର୍ଘଟଣା ଘଟୁଥିବା ବେଳେ ପ୍ରଶାସନ ଓ ସ୍ଥାନୀୟ ଠିକାଦାର ଲୋକଙ୍କ ଜୀବନ ସହ ଖେଳ ଖେଳୁଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?