ମାତାଲ କାର୍‌ ଡ୍ରାଇଭରଙ୍କ ସିରିଜ୍‌ ଦୁର୍ଘଟଣା

ହିଞ୍ଜିଳିକାଟୁ,୧।୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ୫୯ ନମ୍ବର ଜାତୀୟ ରାଜପଥ ହିଞ୍ଜିଳି ଥାନା ଅନ୍ତର୍ଗତ ସମରଝୋଳ- ସାରୁ ରାସ୍ତାରେ ଜଣେ ମଦ୍ୟପ କାର୍‌ ଚାଳକ ସିରିଜ୍‌ ଦୁର୍ଘଟଣା ଘଟାଇଛନ୍ତି। ଦୁର୍ଘଟଣାରେ ବଡ଼ଧରଣର କ୍ଷୟକ୍ଷତି ଘଟି ନ ଥିଲେ ମଧ୍ୟ କାରଟି ଭାଙ୍ଗି କ୍ଷତିଗ୍ରସ୍ତ ହୋଇଛି। ଏପରିକି କେତେଜଣ ବାଇକ୍‌ଚାଳକ ଓ ଅନ୍ୟ ଗାଡ଼ିଗୁଡିକ ବଡ଼ ଧରଣର ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି।

ପ୍ରକାଶ ଯେ, ବୁଧବାର ରାତିରେ ବ୍ରହ୍ମପୁରରୁ ଭଞ୍ଜନଗର ଅଭିମୁଖେ ଯାଉଥିବା ଏକ କାର୍‌(ନଂ.ଓଡି୦୨ସିଏନ-୪୮୦୭) ହିଞ୍ଜିଳି ଥାନା ତଥା ୫୯ ନମ୍ବର ଜାତୀୟ ରାଜପଥ ସମରଝୋଳ ଛକ ନିକଟରେ ପ୍ରଥମେ ଏକ କୁକୁଡ଼ା ବୋଝେଇ ପିକଅପ୍‌ ଭ୍ୟାନ୍‌କୁ ପଛପଟୁ ଧକ୍କା ଦେଇଥିଲା। ସେଠାରେ ଉଭୟ ଗାଡ଼ି ଚାଳକଙ୍କ ମଧ୍ୟରେ ବିବାଦ ଉପୁଜିଥିଲା। ଏଭଳି ସ୍ଥିତିରେ ଉକ୍ତ କାରଟି କିଛି ଦୂର ଗଲାପରେ ଅନ୍ୟ ୨ଟି ବାଇକ୍‌କୁ ଧକ୍କା ଦେଇଥିଲା। ପରେ ନିଶାସକ୍ତ କାର୍‌ ଚାଳକ ଜଣଙ୍କ ସାରୁ ଛକରେ ଥିବା ପୋଲିସ ଷ୍ଟପ୍‌ ଫାଟକକୁ ଧକ୍କା ଦେଇଥିଲେ। ଦୁର୍ଘଟଣାରେ କାରର ସମ୍ମୁଖ ଭାଙ୍ଗି କ୍ଷତିଗ୍ରସ୍ତ ହେବା ସହ କାର୍‌ ଚାଳକ ଜଣଙ୍କ ମାତାଲ ଅବସ୍ଥାରେ ଗାଡିରୁ ତଳକୁ ଖସି ପଡ଼ିଥିଲେ।

ଦୁର୍ଘଟଣା ପରେ ରାଜପଥରେ ଟ୍ରାଫିକ ସମସ୍ୟା ସୃଷ୍ଟି ହୋଇଥିଲା। ଖବର ପାଇ ହିଞ୍ଜିଳି ପୋଲିସ ଦୁର୍ଘଟଣା ଗ୍ରସ୍ତ କାରକୁ ରାସ୍ତାରୁ ହଟାଇବା ପରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଥିଲା। ପରେ ପୋଲିସ ଅଚେତ ଅବସ୍ଥାରେ କାର୍‌ ଚାଳକଙ୍କୁ ଉଦ୍ଧାର କରିଥିଲା। ଅନ୍ୟପକ୍ଷେ ରାଜପଥରେ ମଦ୍ୟପାନ କରି ବେଆଇନ ଭାବେ ଟ୍ରାଫିକ ସମସ୍ୟା ସୃଷ୍ଟି କରୁଥିବା ନିଶାସକ୍ତ ଡ୍ରାଇଭରଙ୍କୁ ପୋଲିସ ପକ୍ଷରୁ ଚିହ୍ନଟ କରି ଦୃଢ ପଦକ୍ଷେପ ଗ୍ରହଣ କରିବାକୁ ବୁଦ୍ଧିଜୀବୀ ମହଲରେ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri