Posted inଖେଳ

ଧଓ୍ବନ ନେତୃତ୍ୱାଧୀନ ଟିମ୍‌କୁ ନେଇ ବୋର୍ଡ ଉପରେ ବର୍ଷିଲେ ରାଣାତୁଙ୍ଗା: କହିଲେ ‘ଏହା ଶ୍ରୀଲଙ୍କା କ୍ରିକେଟର ଅପମାନ’

କଲମ୍ବୋ,୨।୭: ଚଳିତ ମାସ ଶେଷରେ ହେବାକୁ ଥିବା ସୀମିତ ଓଭର ସିରିଜ ପାଇଁ ଶ୍ରୀଲଙ୍କାର ବିଶ୍ୱକପ୍‌ ବିଜେତା ଅଧିନାୟକ ଅର୍ଜୁନ ରାଣାତୁଙ୍ଗା ତାଙ୍କ ଦେଶର କ୍ରିକେଟ ବୋର୍ଡର ସମାଲୋଚନା କରିଛନ୍ତି। ସେ ନିଜର ବାସଭବନରେ ଗଣମାଧ୍ୟମକୁ କହିଛନ୍ତି, ଏହା ଦ୍ୱିତୀୟ ଶ୍ରେଣୀର ଭାରତୀୟ ଟିମ୍‌। ସେମାନେ ଏଠାକୁ ଆସିବା ଆମ କ୍ରିକେଟର ଅପମାନ। ଟେଲିଭିଜନ ମାର୍କେଟିଂର ଆବଶ୍ୟକତା ପୂରଣ କରିବା ପାଇଁ ସେମାନଙ୍କ ସହ ଖେଳିବାକୁ ରାଜି ହୋଇଥିବାରୁ ସେ ବର୍ତ୍ତମାନର ପ୍ରଶାସନକୁ ଦାୟୀ କରିଛନ୍ତି। ଭାରତ ନିଜର ଶ୍ରେଷ୍ଠ ଦଳ ଇଂଲଣ୍ଡକୁ ପଠାଇଛି। ଦୁର୍ବଳ ଦଳକୁ ଏଠାକୁ ପଠାଇଛି। ଏଥିପାଇଁ ସେ ବୋର୍ଡକୁ ଦାୟୀ କରୁଛନ୍ତି ବୋଲି ପ୍ରତିକ୍ରିୟା ଦେଇଛନ୍ତି।

ପ୍ରକାଶ ଯେ, ଜୁଲାଇ ୧୩ରୁ ଭାରତ-ଶ୍ରୀଲଙ୍କା ମଧ୍ୟରେ ୩ଦିନିକିଆ ଏବଂ ସମାନ ସଂଖ୍ୟକ ଟି୨୦ ମ୍ୟାଚ୍‌ ଖେଳାଯିବ। ଆଗାମୀ ଟେଷ୍ଟ ସିରିଜ ପାଇଁ ଭାରତୀୟ ଅଧିନାୟକ ବିରାଟ କୋହଲି ଏବଂ ସୀମିତ ଓଭର ଉପଅଧିନାୟକ ରୋହିତ ଶର୍ମା ଇଂଲଣ୍ଡ ଗସ୍ତରେ ଅଛନ୍ତି। ଏଣୁ ଶିଖର ଧଓ୍ବନଙ୍କ ନେତୃତ୍ୱରେ ଏକ କମ୍‌ ଅଭିଜ୍ଞ ଦଳ ଶ୍ରୀଲଙ୍କା ପଠାଯାଇଛି। ଏହି ଟିମ୍‌ରେ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳି ନ ଥିବା ୬ ଖେଳାଳି ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri