Posted inଖେଳ

୨-୨ରେ ସିରିଜ ଶେଷ

ବେଙ୍ଗାଲୁରୁ, ୧୯।୬: ସ୍ଥାନୀୟ ଚିନ୍ନାସ୍ବାମୀ ଷ୍ଟାଡିୟମରେ ରବିବାର ଭାରତ-ଦକ୍ଷିଣ ଆଫ୍ରିକା ଟି୨୦ କ୍ରିକେଟ ମ୍ୟାଚ ବର୍ଷା ଯୋଗୁ ବାତିଲ ହୋଇଛି। ଫଳରେ ୫ ମ୍ୟାଚ ବିଶିଷ୍ଟ ସିରିଜ ୨-୨ରେ ଶେଷ ହୋଇଛି।

ପୂର୍ବରୁ ୪ଟି ମ୍ୟାଚ ଅନୁଷ୍ଠିତ ହୋଇ ହୋଇଥିବା ବେଳେ ଉଭୟ ଦଳ ୨ଟି ଲେଖାଏ ବିଜୟ ହାସଲ କରି ବରାବର ସ୍ଥିତିରେ ଥିଲେ। ରବିବାର ବର୍ଷା ଯୋଗୁ ବିଳମ୍ବରେ ଖେଳ ଆରମ୍ଭ ହୋଇଥିଲା। ଫଳରେ ମ୍ୟାଚକୁ ୧୯ ଓଭର ବିଶିଷ୍ଟ କରାଯାଇଥିଲା। ମାତ୍ର ୩.୩ ଓଭର ଖେଳ ହୋଇଥିବା ବେଳେ ପୁଣି ବର୍ଷା ହୋଇଥିଲା। ସେତେବେଳକୁ ଭାରତ ୨ ଉଇକେଟ ହରାଇ ୨୮ ରନ୍‌ କରିଥିଲା। ଦୁଇ ଯୁବ ଓପନର ଋତୁରାଜ ଗାଏକ୍ୱାଡ ୧୦ ଓ ଇଶାନ କିଷନ ୧୫ ରନ୍‌ କରି ଆଉଟ ହୋଇଥିଲେ। ଦକ୍ଷିଣ ଆଫ୍ରିକାର ଲୁନ୍‌ଗି ଏନ୍‌ଗିଡ ୨ଟି ଯାକ ଉଇକେଟ ନେଇଥିଲେ। ଦୀର୍ଘ ସମୟ ପର୍ଯ୍ୟନ୍ତ ବର୍ଷା ନ ଛାଡ଼ିବାରୁ ମ୍ୟାଚକୁ ବାତିଲ କରାଯାଇଥିଲା। ଭୁବନେଶ୍ୱର କୁମାରଙ୍କୁ ପ୍ଲେୟର ଅଫ୍‌ ଦି ସିରିଜ୍‌ ଘୋଷଣା କରାଯାଇଥିଲା। ଦକ୍ଷିଣ ଆଫ୍ରିକା ଦଳରେ ୩ ପରିବର୍ତ୍ତନ କରାଯାଇଥିଲା। ଟେମ୍ବା ବଭୁମା ଆହତ ଥିବାରୁ ଏହି ମ୍ୟାଚରେ କେଶବ ମହାରାଜ ଦକ୍ଷିଣ ଆଫ୍ରିକା ଦଳର ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri