ପିପିଲିରେ ସିରିଜ୍‌ଲୁଟ୍‌: ବାଦ୍‌ପଡ଼ିଲେନି ଭଗବାନ୍‌

ନିମାପଡ଼ା,୨୬।୧୨(ଡି.ଏନ୍‌.ଏ.): ପୁରୀ ଜିଲା ପିପିଲି ଅଞ୍ଚଳରେ ଲୁଟେରା ଗ୍ୟାଙ୍ଗ ମାତିଛନ୍ତି। ଗୋଟିଏ ରାତିରେ ଏକାଧିକ ସ୍ଥାନରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଲୁଟିନେଇଛନ୍ତି। ଏହି ଲୁଟରୁ ବାଦ ପଡ଼ି ନାହିଁ ଶିକ୍ଷାନୁଷ୍ଠାନ, ଧର୍ମାନୁଷ୍ଠାନ, ସରକାରୀ ଅଫିସ ଏବଂ ସାଧାରଣ ଗରିବ ପରିବାର। ପଞ୍ଚାୟତ ନବୀକରଣ ଓ ପାଠାଗାର ଉଦ୍‌ଘାଟନର ଦୁଇଦିନ ପରେ କଳା କନା ବୁଲାଇଛନ୍ତି ଲୁଟେରା।ପିପିଲି ଦାଣ୍ଡମକୁନ୍ଦପୁର ପଞ୍ଚାୟତ କାର୍ଯ୍ୟାଳୟରୁ ଏଲ୍‌ଇଡି, ଇନ୍‌ଭଟର ସହ ବିଭିନ୍ନ ସରକାରୀ ଦସ୍ତାବିଜ ଚୋରି ହୋଇଛି। ସେହିଭଳି ପଞ୍ଚାୟତ ଅଫିସ ନିକଟରେ ଥିବା ମିଶନ ଶକ୍ତି ମହିଳା ମହାସଂଘ ଘରୁ ୨ଟି ସିଲାଇ ମେଶିନ, ଏକ ଲକ୍ଷ ଟଙ୍କା ମୂଲ୍ୟର କପଡା, ପାଣି ମଟର ଚୋରି ହୋଇଛି। ଏତଦ୍‌ ବ୍ୟତୀତ ଏକ କମ୍ପ୍ୟୁଟର ଶିକ୍ଷାକେନ୍ଦ୍ରରୁ ସିସିଟିଭି ହାର୍ଡ ଡିସ୍କ, କମ୍ପ୍ୟୁଟର ଚୋରି ମଧ୍ୟ ହୋଇଛି । ଏହା ସହ ସ୍ଥାନୀୟ ଏକ ବସ୍ତିରୁ ଘର କବାଟ ଭାଙ୍ଗି ଟଙ୍କା, ସୁନା ଚୋରି କରିଥିବା ବେଳେ ଭକ୍ତ ଦାସିଆ ପୀଠରୁ ଶ୍ରୀ କୃଷ୍ଣଙ୍କ ଅଷ୍ଠ ଧାତୁରେ ନିର୍ମିତ ବଇଁଶୀ ସମେତ ୫ଟି ଦାନ ହୁଣ୍ଡି ଓ ତେଇଶିପୁର ଗୋପୀନାଥ ମନ୍ଦିରରୁ ମଧ୍ୟ ଲୁଟ ହୋଇଛି । ରାସ୍ତା କଡ଼ ଜନଗହଳି ପୂର୍ଣ୍ଣ ସ୍ଥାନରୁ ତାଲାଭାଙ୍ଗି ଚୋରି ହୋଇଛି। ତେବେ ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri