ସିରିଜ୍‌ ଦୁର୍ଘଟଣା: ୨ ମୃତ, ୬ ଜଣ ଗୁରୁତର

ବୌଦ୍ଧ/ବାଉଁଶୁଣୀ,(ସ୍ବ.ପ୍ର.)(ଡି.ଏନ.ଏ.)୨୬।୧: ବୌଦ୍ଧ-ସୋନପୁର ୫୭ ନମ୍ବର ଜାତୀୟ ରାଜପଥ ବହିରା ଛକ ନିକଟରେ ଏକ ସିରିଜ୍‌ ଦୁର୍ଘଟଣା ଘଟିଛି। ସୋନପୁର ପଟରୁ ଦ୍ରୁତ ଗତିରେ ଯାଉଥିବା ଏକ ସ୍କର୍ପିଓ ବହିରା ଛକରେ ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଏକ କାର ଓ ୬ ବାଇକକୁ ଧକ୍କା ଦେଇଥିଲା। ଫଳରେ ଅଇଁଲାପାଲି ଗ୍ରାମ ପଞ୍ଚାୟତକୁ ପତାକା ଉତ୍ତୋଳନ କରିବାକୁ ଯାଉଥିବା ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ ଗୋବିନ୍ଦ ସାହୁ ଏବଂ ମୁଢି କିଣିବାକୁ ଆସିଥିବା କଣ୍ଠା ଗାଁର ରବି ସାହୁଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ଉତେଜନା ଜାରି ରହିବା ସହ ଉତ୍ୟକ୍ତ ଲୋକେ ୫୭ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି। ବାଉଁଶୁଣୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଦୁର୍ଘଟଣା ଘଟାଇଥିବା ସ୍କର୍ପିଓକୁ ଜବତ କରିଛି। ଏହାସହ ମାଲିକଙ୍କୁ ଅଟକ ରଖାଯାଇଛି। ସେପଟେ ଉତ୍ୟକ୍ତ ଲୋକଙ୍କୁ ପୋଲିସ ବୁଝାଇବାକୁ ଚେଷ୍ଟା ଜାରି ରଖିବା ସହ ତଦନ୍ତ ଆରମ୍ଭ କରିଛି। ବୌଦ୍ଧ- ସନପୁର ୫୭ ନମ୍ବର ଜାତୀୟ ରାଜପଥ ଅବରୋଧ ଯୋଗୁ ଉଭୟ ପଟରେ ଶହ ଶହ ଗାଡି ମୋଟର ଅଟକି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି...

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri