ସିରିଜ ଦୁର୍ଘଟଣା: ୩ ମୃତ, ୧୨ ଆହତ

କେନ୍ଦୁଝର,୫ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଠାକୁର ଡିହିରୁ ପୂତୁଲୁପାଣି ଛକ ମଧ୍ୟରେ ଜାତୀୟ ରାଜପଥ ୪୯ରେ ବୁଧବାର ଏକ ସିରିଜ ଦୁର୍ଘଟଣା ଘଟି ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆହତ ହୋଇ ଚିକିତ୍ସିତ ହେଉଛନ୍ତି।
ପ୍ରକାଶ ଯେ, ଆଜି ଏକ ଟ୍ରେଲର କ୍ଷୀପ୍ର ଗତିରେ ମୁମ୍ବାଇ ପଟୁ କେନ୍ଦୁଝର ଆଡ଼କୁ ଆସୁଥିବା ବେଳେ ପ୍ରଥମେ ଏକ ଲୁନାକୁ ଧକ୍କା ଦେଇଥିଲା। ଲୁନା ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ତାଙ୍କର ପରିଚୟ ମିଳିନାହିଁ, କିନ୍ତୁ ତାଙ୍କ ଘର ନୟାଗଡ଼ ଅଞ୍ଚଳରେ ଏବଂ ସ୍କ୍ରାପ୍‌ ବ୍ୟବସାୟ କରୁଥିଲେ ବୋଲି ଜଣାପଡ଼ିଛି। ଏହା ପରେ ଟ୍ରେଲରଟି ଏକ ବାଇକ୍‌କୁ ଧକ୍କା ଦେବାରୁ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ତାଙ୍କ ନାମ କୁଶ ବେହେରା (୩୬) ଏବଂ ଘର ଉପର କାଇପୁର ବୋଲି ଜଣାପଡ଼ିଛି। ବାଇକ୍‌ରେ ବସିଥିବା ଅନ୍ୟ ଜଣେ ଗୁରୁତର ହୋଇ ପ୍ରଥମେ କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନା ଓ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତରଣ ବେଳେ ବାଟରେ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ତାଙ୍କ ନାମ ଖଗେଶ୍ବର ବେହେରା (୨୮) ଏବଂ ଘର ଉପର କାଇପୁର ବୋଲି ଜଣାପଡ଼ିଛି। ଏହା ପରେ ଉକ୍ତ ଟ୍ରେଲରଟି ଦୁଇଟି କାର୍‌, ଏକ ଅଟୋ, ଏକ ବାଇକ୍‌କୁ ଧକ୍କା ଦେବା ଫଳରେ ସମୁଦାୟ ୧୨ ଜଣ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ବେଳେ ଜଣେ ବାଇକ୍‌ ଆରୋହୀଙ୍କୁ ଗୁରୁତର ଅବସ୍ଥା ହେବାରୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଲମ୍ବା ଟ୍ରକ୍‌ ପାର୍କିଂ କାରଣରୁ ଏଭଳି ଦୁର୍ଘଟଣା ଘଟିଥିବା ଅଭିଯୋଗ ହେଉଛି। ପୋଲିସ ମୃତଦେହ ଜବତ କରି ଜିଲା ମୁଖ୍ୟ ଡାକ୍ତରଖାନାକୁ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ କରୁଛି। ଟ୍ରକ୍‌କୁ ଓଭର ଟେକ୍‌ କରିବା ସମୟରେ ଏଭଳି ଦୁର୍ଘଟଣା ଘଟିଥିବା ସ୍ଥାନୀୟ ଲୋକ ମତବ୍ୟକ୍ତ କରୁଛନ୍ତି। ଏନେଇ ସଦର ଥାନା ଅଧିକାରୀ ତ୍ରିନାଥ ସେଠୀ କହିଛନ୍ତି, କେସ୍‌ ନମ୍ବର ୩୬୫/୨୦୨୪ରେ ମାମଲା ରୁଜୁ କରିବା ସହ ଗାଡ଼ି ଜବତ କରି ଘଟଣାର ତଦନ୍ତ ଚାଲିଛି। ତେବେ ବେଆଇନ ରାସ୍ତାରେ ଟ୍ରକ ପାର୍କିଂ ଯୋଗୁ ବାରମ୍ବାର ଦୁର୍ଘଟଣା ଘଟିବା ସହ ବହୁ ଜୀବନ ହାନି ଘଟୁଥିଲେ ହେଁ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଉ ନ ଥିବାରୁ ଏଥିପାଇଁ ପ୍ରଶାସନଙ୍କୁ ଦାୟୀ କରି ମାନବାଧିକାର କମିଶନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି ସାମାଜିକ କର୍ମୀମାନେ ଦାବି କରୁଛନ୍ତି। ବିଭିନ୍ନ ଟ୍ରାନ୍ସପୋର୍ଟର ରାସ୍ତା ଉପରେ ଗାଡ଼ି ଅଟକାଇ ଚାଲାଣ, ତେଲ ଟୋକନ ଆଦି ଦେଉଥିବା ବେଳେ ପାର୍କିଂ ବ୍ୟବସ୍ଥା ନ ଥିବାରୁ ଲୁହାପଥର ଲୋଡ୍‌ ପାଇଁ ଶହଶହ ଟ୍ରକ୍‌ ରାସ୍ତା ଉପରେ ଓ କଡ଼ରେ ବେଆଇନ ଭାବରେ ପାର୍କିଂ କରୁଥିବାରୁ ବହୁ ଜୀବନ ହାନି ଘଟିଛି। ଏଣୁ ଏଥିପାଇଁ ପ୍ରଶାସନ ପକ୍ଷରୁ ତୁରନ୍ତ ପଦକ୍ଷେପ ନେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri