ଜାତୀୟ ରାଜପଥରେ ସିରଜ୍‌ ଦୁର୍ଘଟଣା: ଜଣେ ମୃତ, ଜଣେ ଗୁରୁତର

ବଡବିଲ,୨୩।୧(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡବିଲ ଥାନା ଅଧୀନ ୫୨୦ ନମ୍ବର ଜାତୀୟ ରାଜପଥ ଟଣ୍ଟୋ-କାଶିଆ ଛକନିକଟରେ ମଙ୍ଗଳବାର ଏକ ସିରିଜ ଦୁର୍ଘଟଣା ଘଟିଛି। ଟ୍ରକ ଭିତରେ ଚାପି ହୋଇ ଜଣେ ଚାଳକଙ୍କୁ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଏକ ଟ୍ରକ ଡ୍ରାଇଭର ଗୁରୁତର ଥିବା ଜଣାପଡିଛି। ତାଙ୍କୁ ବଡବିଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭତ୍ତି କରାଯାଇଛି। ମୃତ ଏବଂ ଗୁରୁତରଙ୍କ ପରିଚୟ ମିଳିପାରିନାହିଁ।

ମିଳିଥିବା ସୂଚନା ମୁତାବକ, ସୋମବାର ପୂର୍ବାହ୍ନରେ ରୁଗୁଡି ପଟୁ ଭଦ୍ରାସାହି ଆସୁଥିବା ଏନ୍‌ଏଚ୍‌ ୫୨୦ ଲେନ୍‌ରେ ୪ଟି ଟ୍ରକ ମଧ୍ୟରେ ସିରିଜ ଦୁର୍ଘଟଣା ଘଟି ଓଲଟି ପଡିଥିଲା। ଫଳରେ ୨ଜଣ ଟ୍ରକ ଡ୍ରାଇଭର କ୍ୟାବିନରେ ଚାପି ହୋଇଯାଇଥିଲେ। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଅଛନ୍ତି।

ଦୁର୍ଘଟଣାଗ୍ରସ୍ତ ଟ୍ରକଗୁଡିକ ମଧ୍ୟରୁ ୩ଟି ଟ୍ରକ ମଧ୍ୟରୁ ଓଡି-୦୯ଆର୍‌ ୬୨୪୭ ନମ୍ବର ବିଶିଷ୍ଟ ଟ୍ରକ ଖାଲି ଗାଡି ଥିବା ବେଳେ, ଏନ୍‌ଏଲ୍‌୦୧କେ ୩୯୪୭, ଏନଏଲ୍‌୦୧ ଏନ୍‌- ୬୦୬୬, ଏବଂ ଓଡି ୦୯ପି-୩୧୪୮ ନମ୍ବର ବିଶିଷ୍ଟ ଟ୍ରକରେ ଲୁହାଗୁଣ୍ଡ ବୋଝେଇ ହୋଇଥିଲା।

ଲୁହାପଥର ବୋଝେଇ ଟ୍ରକ ଏବଂ ରାସ୍ତାରେ ବେଆଇନ ପାର୍କିଂ କରିଥିବା ଟ୍ରକ ମଧ୍ୟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ଉକ୍ତ ଟ୍ରକ ମଧ୍ୟରୁ ରୁଗୁଡି ପଟୁ ଆସୁଥିବା ଏକ ଟ୍ରକର ଚକା ଫାଟିଯିବାରୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଥିଲା ବେଳେ କିଭଳି ଭାବେ ଦୁର୍ଘଟଣା ଘଟିଲା ତାହା ସ୍ପଷ୍ଟ ହୋଇପାରିନାହିଁ। ପୋଲିସ କର୍ମଚାରୀଙ୍କ ସହ ଏବଂ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ଗ୍ୟାସ କଟର ସାହାର୍ଯ୍ୟରେ କ୍ୟାବିନ କାଟି ଗୁରୁତର ଚାଳକଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ବଡବିଲ ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲେ। ଏପରିକି ଅନ୍ୟ ଏକ ଟ୍ରକ କେବିନରେ ଫସିରହିଥିବା ମୃତ ଚାଳକଙ୍କୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri