ସିରିଜ ଦୁର୍ଘଟଣା: ଟ୍ରକକୁ ପିଟିଲା ପିକଅପ, ବସ୍‌କୁ ପିଟିଲା ଟ୍ରକ, ଆଉ ତା’ପରେ..

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ): ହୁମା ଓ ଝାଡ଼କୁଦା ମଧ୍ୟରେ ଥିବା ଦଷ୍ଟିଙ୍ଗ ନିକଟ ୧୬ ନଂ ଜାତୀୟ ରାଜପଥଠାରେ ମଙ୍ଗଳବାର ପୂର୍ବାହ୍ନରେ ସିରିଜ ଦୁର୍ଘଟଣା ଘଟିଥିଲା l ରାସ୍ତାରେ ଏକ ଗାଈକୁ ଦେଖି ଟ୍ରକ ଡ୍ରାଇଭର ଗାଡିର ବେଗ କମାଇବା ପରେ ପ୍ରଥମେ ପଛରେ ଆସୁଥିବା ପିକଅପ୍‌ ଗାଡି ଟ୍ରକ ପଛକୁ ଧକ୍କା ଦେଇଥିଲା l ତାପରେ ପଛରୁ ଆସୁଥିବା ଟ୍ରକ ପିକଅପକୁ ଧକ୍କା ଦେଇଥିଲା ଏବଂ ଟ୍ରକ ପଛରେ ଆସୁଥିବା ଖମ୍ବେଶ୍ବରୀ ବସ ମଧ୍ୟ ଟ୍ରକର ପଛକୁ ପିଟି ହୋଇଯାଇଥିଲା l ଏହି ସିରିଜ ଦୁର୍ଘଟଣାରେ ବସ ଡ୍ରାଇଭର ଗୁରୁତର ଥିବାବେଳେ ଗାଡିର ଅନ୍ୟ ଦୁଇରୁ ତିନି ଜଣ ସାମାନ୍ୟ ଆହତ ହୋଇଛନ୍ତି l ଡ୍ରାଇଭରଙ୍କ ଗୋଡ଼ ଭାଙ୍ଗି ଯାଇଥିବା ଜଣାପଡିଛି l ଖବର ପାଇ ହୁମା ଫାଣ୍ଡି ପୋଲିସ ସ୍ଥାନୀୟ ଲୋକଙ୍କ ସହ ମିଶି ୧୦୮ ଆମ୍ବୁଲାନ୍ସ ଯୋଗେ ଆହତ ଡ୍ରାଇଭରଙ୍କୁ ମେଡିକାଲ ପଠାଇଥିଲେ l ଅଗ୍ନିଶମ ଗାଡି ମଧ୍ୟ ଘଟଣାସ୍ଥଳରେ ପହଂଚି ସ୍ଥାନୀୟ ଅଞ୍ଚଳର ପ୍ରଶାନ୍ତ ଛଟେଇ, ଶିବ ପ୍ରଧାନ, ବିଦ୍ୟା ସ୍ବାଇଁଙ୍କ ସହ ମିଶି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା l ପ୍ରକାଶ ଥାଉକି ରମ୍ଭାଠାରୁ ପ୍ରାୟ ବ୍ରହ୍ମପୁର ପର୍ଯ୍ୟନ୍ତ ଜାତୀୟ ରାଜପଥରେ ସହ ସହ ବୁଲା ଗାଈ ଗୋରୁଙ୍କ ପାର୍ଦୁଭାବ ଯୋଗୁ ଦୈନଦିନ ଛୋଟବଡ଼ ଦୁର୍ଘଟଣା ଘଟୁଛି l ଏଥିସହ ହୁମା ଓ ଗଞ୍ଜାମ ମଧ୍ୟରେ ଜାତୀୟ ରାଜପଥ ଅବସ୍ଥା ନ କହିବା ଭଲ l ସେଥିପାଇଁ ମଧ୍ୟ ବାରମ୍ବାର ଦୁର୍ଘଟଣା ଘଟୁଛି l

 


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ହାଇୱା, ଘଟଣାସ୍ଥଳରେ…

ଧର୍ମଶାଳା,୩୧।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ନାନପୁର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ…

ନବୀନ ନିବାସରୁ ବାହାରି ବଡ଼ ସୂଚନା ଦେଲେ କଳିକେଶ: କହିଦେଲେ ସାଂଘାତିକ କଥା, ରାଜନୀତିରେ ହଇଚଇ

ଭୁବନେଶ୍ୱର,୩୧।୧: ନବୀନ ନିବାସରୁ ବାହାରିଲେ କଳିକେଶ ନାରାୟଣ ସିଂହଦେଓ। ଏହି ସମୟରେ ଗଣମାଧ୍ୟମ ଜରିଆରେ କଳିକେଶ ବଡ଼ ସୂଚନା ଦେଇ କହିଛନ୍ତି, ଓଡ଼ିଶା ଲାଗି କାମ କରିବା…

ଆମେରିକାରେ ପୁଣି ହେଲା ଶଟ୍‌ଡାଉନ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୩୧।୧: ଆମେରିକା ଉପରେ ପୁଣିଥରେ ତାଲାବନ୍ଦୀ ଅର୍ଥାତ୍‌ ଶଟ୍‌ଡାଉନ ହୋଇଛି। କାରଣ ସିନେଟରେ ଫଣ୍ଡିଂ ବିଲ୍‌ ଅଟକି ରହିଛି, ଯାହା ଫଳରେ ରାଷ୍ଟ୍ରପତି ଟ୍ରମ୍ପ ଚାପରେ ପଡ଼ିଛନ୍ତି।…

ପଥରରେ ପିଟି ହୋଇ ଖାଲକୁ ଖସିପଡ଼ିଲା ପୋଲିସ ଗାଡ଼ି, ମହିଳା ଏସ୍‌ଆଇଙ୍କ ସମେତ…

ଖଲ୍ଲିକୋଟ,୩୧ା୧(ପ୍ରଶାନ୍ତ କୁମାର ମିଶ୍ର): ଘନକୁହୁଡ଼ି ଯୋଗୁ ୧୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ପଡ଼ିଥିବା ଗୋଟିଏ ପଥରରେ ପିଟି ହୋଇ…

NCPର ବଡ଼ ଦାଦି, ସୁନେତ୍ରା ଉପ ମୁଖ୍ୟମନ୍ତ୍ରୀ, ପାର୍ଥ ପାଓ୍ବାରଙ୍କୁ ରାଜ୍ୟ ସଭାରେ ମିଳିବ ସିଟ୍‌!

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ମହାରାଷ୍ଟ୍ର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଅଜିତ ପାୱାରଙ୍କ ହଠାତ ମୃତ୍ୟୁ ପରେ ସୃଷ୍ଟି ହୋଇଥିବା ନେତୃତ୍ୱ ସଙ୍କଟକୁ…

ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜଧାନୀ ମହିଳାଙ୍କ ପାଇଁ ନେଲେ ଏହି ପଦକ୍ଷେପ, ଏଣିକି ମିଳିବ…

ଭୁବନେଶ୍ୱର,୩୧ା୧: ରାଜଧାନୀ ମହିଳା ଯାତ୍ରୀଙ୍କ ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏକ ବଡ଼ ଘୋଷଣା କରିଛନ୍ତି। ମହିଳାଙ୍କ ସୁରକ୍ଷା ଏବଂ…

Pakistan PM: ‘ଆମକୁ ଲାଜ ଲାଗୁଛି’, କାହିଁକି ଏମିତି କହିଲେ ଶହବାଜ ସରିଫ? ଜାଣନ୍ତୁ ଏହା ପଛର କାରଣ

ଇସଲାମାବାଦ,୩୧।୧: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶହବାଜ ସରିଫ ବିଦେଶରୁ ଋଣ ନେବା ପାଇଁ ଲଜ୍ଜା ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଟଙ୍କା ମାଗିବା ଜାତୀୟ ଗର୍ବକୁ କ୍ଷତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri