ସିରିଜ ଦୁର୍ଘଟଣା: ଟ୍ରକକୁ ପିଟିଲା ପିକଅପ, ବସ୍‌କୁ ପିଟିଲା ଟ୍ରକ, ଆଉ ତା’ପରେ..

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ): ହୁମା ଓ ଝାଡ଼କୁଦା ମଧ୍ୟରେ ଥିବା ଦଷ୍ଟିଙ୍ଗ ନିକଟ ୧୬ ନଂ ଜାତୀୟ ରାଜପଥଠାରେ ମଙ୍ଗଳବାର ପୂର୍ବାହ୍ନରେ ସିରିଜ ଦୁର୍ଘଟଣା ଘଟିଥିଲା l ରାସ୍ତାରେ ଏକ ଗାଈକୁ ଦେଖି ଟ୍ରକ ଡ୍ରାଇଭର ଗାଡିର ବେଗ କମାଇବା ପରେ ପ୍ରଥମେ ପଛରେ ଆସୁଥିବା ପିକଅପ୍‌ ଗାଡି ଟ୍ରକ ପଛକୁ ଧକ୍କା ଦେଇଥିଲା l ତାପରେ ପଛରୁ ଆସୁଥିବା ଟ୍ରକ ପିକଅପକୁ ଧକ୍କା ଦେଇଥିଲା ଏବଂ ଟ୍ରକ ପଛରେ ଆସୁଥିବା ଖମ୍ବେଶ୍ବରୀ ବସ ମଧ୍ୟ ଟ୍ରକର ପଛକୁ ପିଟି ହୋଇଯାଇଥିଲା l ଏହି ସିରିଜ ଦୁର୍ଘଟଣାରେ ବସ ଡ୍ରାଇଭର ଗୁରୁତର ଥିବାବେଳେ ଗାଡିର ଅନ୍ୟ ଦୁଇରୁ ତିନି ଜଣ ସାମାନ୍ୟ ଆହତ ହୋଇଛନ୍ତି l ଡ୍ରାଇଭରଙ୍କ ଗୋଡ଼ ଭାଙ୍ଗି ଯାଇଥିବା ଜଣାପଡିଛି l ଖବର ପାଇ ହୁମା ଫାଣ୍ଡି ପୋଲିସ ସ୍ଥାନୀୟ ଲୋକଙ୍କ ସହ ମିଶି ୧୦୮ ଆମ୍ବୁଲାନ୍ସ ଯୋଗେ ଆହତ ଡ୍ରାଇଭରଙ୍କୁ ମେଡିକାଲ ପଠାଇଥିଲେ l ଅଗ୍ନିଶମ ଗାଡି ମଧ୍ୟ ଘଟଣାସ୍ଥଳରେ ପହଂଚି ସ୍ଥାନୀୟ ଅଞ୍ଚଳର ପ୍ରଶାନ୍ତ ଛଟେଇ, ଶିବ ପ୍ରଧାନ, ବିଦ୍ୟା ସ୍ବାଇଁଙ୍କ ସହ ମିଶି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା l ପ୍ରକାଶ ଥାଉକି ରମ୍ଭାଠାରୁ ପ୍ରାୟ ବ୍ରହ୍ମପୁର ପର୍ଯ୍ୟନ୍ତ ଜାତୀୟ ରାଜପଥରେ ସହ ସହ ବୁଲା ଗାଈ ଗୋରୁଙ୍କ ପାର୍ଦୁଭାବ ଯୋଗୁ ଦୈନଦିନ ଛୋଟବଡ଼ ଦୁର୍ଘଟଣା ଘଟୁଛି l ଏଥିସହ ହୁମା ଓ ଗଞ୍ଜାମ ମଧ୍ୟରେ ଜାତୀୟ ରାଜପଥ ଅବସ୍ଥା ନ କହିବା ଭଲ l ସେଥିପାଇଁ ମଧ୍ୟ ବାରମ୍ବାର ଦୁର୍ଘଟଣା ଘଟୁଛି l

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri