ଢେଙ୍କାନାଳରେ ସିରିଜ୍‌ ଚୋରି

ଢେଙ୍କାନାଳ ଅଫିସ୍‌, ୩୧ା୫ ସାବିତ୍ରୀ ଓଷା ଅବ୍ୟବହିତ ପୂର୍ବରୁ ରବିବାର ବିଳମ୍ବିତ ରାତିରେ ଢେଙ୍କାନାଳ ଜିଲା କଲେଜ ବାଇପାସ୍‌ ଅଞ୍ଚଳରୁ ସିରିଜ୍‌ ଚୋରି ହୋଇଛି। ଦୁର୍ବୃତ୍ତମାନେ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଏକକାଳୀନ ୭ ଦୋକାନର ତାଲା କାଟି ଲକ୍ଷାଧିକ ଟଙ୍କା ଏବଂ ବହୁ ମୂଲ୍ୟବାନ ସାମଗ୍ରୀ ନେଇଯାଇଛନ୍ତି। ସହର ଉପକଣ୍ଠରେ ଏଭଳି ଚୋରି ପ୍ରଥମ ଥର ପାଇଁ ହୋଇଥିବାବେଳେ ଏହାକୁ ନେଇ କୋକୁଆ ଭୟ ସୃଷ୍ଟି ହୋଇଛି। ଅନ୍ୟପଟେ ଅଭିଯୋଗ ପରେ ଟାଉନ ଥାନା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
ସୋମବାର ସାବିତ୍ରୀ ବ୍ରତ ଥିବାରୁ ସମ୍ପୃକ୍ତ ଦୋକାନୀମାନେ ସଅଳ ଦୋକାନ ବନ୍ଦ କରି ଚାଲିଯାଇଥିଲେ। ଏହାର ସୁଯୋଗରେ ଅଭିଯୁକ୍ତମାନେ ରେଷ୍ଟୁରାଣ୍ଟ, ଫଳଦୋକାନ, ସ୍ନାକ୍ସ ଭେରାଇଟି ଷ୍ଟୋର, ଚିକେନ କାଉଣ୍ଟର, ମିଠାଦୋକାନ, ମୋବାଇଲ ଷ୍ଟୋର, ମୃଦୁପାନୀୟ ଦୋକାନରେ କଳାକନା ବୁଲାଇଛନ୍ତି। ବିପୁଳ ପରିମାଣର ମିଠା, କଦଳୀ କାନ୍ଧି, ଅଣ୍ଡାପେଟି, ଗ୍ରୋସରି ସାମଗ୍ରୀ ସହ କ୍ୟାଶ କାଉଣ୍ଟରରୁ ଟଙ୍କା ନେଇଯାଇଥିବା ବ୍ୟବସାୟୀ ବିବେକ ମହାପାତ୍ର, କୁନୁ ରାମ ପ୍ରମୁଖ ଅଭିଯୋଗ କରିଛନ୍ତି। ଅନ୍ୟପଟେ ଦୋକାନରେ ଲାଗିଥିବା ସିସିଟିଭିରେ ଲୁଟ୍‌ର ଦୃଶ୍ୟ କଏଦ୍‌ ହୋଇଛି। ସୂଚନା ପାଇ ଟାଉନ ଥାନାଧିକାରୀ ରାଜେନ୍ଦ୍ର ମହାପାତ୍ର, ଏସ୍‌ଆଇ ଚନ୍ଦ୍ରକାନ୍ତ ସେଠୀ ସଦଳବଳ ପହଞ୍ଚତ୍ ତଦନ୍ତ କରିଛନ୍ତି। ସିସିଟିଭି ଫୁଟେଜ୍‌ ଆଧାରରେ ତନାଘନା ଜାରି ରହିଥିବାବେଳେ ସନ୍ଧ୍ୟା ସୁଦ୍ଧା ଅଭିଯୁକ୍ତଙ୍କ ଟେର୍‌ ମିଳି ନ ଥିବା ଜଣାପଡ଼ିଛି।
ଉକ୍ତ ଦୋକାନଗୁଡ଼ିକ ଶ୍ୟାମାଚରଣପୁର ପାସେଞ୍ଜର ହଲ୍ଟ ନିକଟରେ ରହିଛି। ଦୁର୍ବୃତ୍ତମାନେ ସକାଳୁ ଆସୁଥିବା ପାସେଞ୍ଜର ଟ୍ରେନ୍‌ରେ ସାମଗ୍ରୀ ଧରି ଫେରାର ହୋଇଯାଇଥିବା ସନ୍ଦେହ କରାଯାଉଛି। ପୋଲିସ ବିଭିନ୍ନ ଦିଗକୁ ନେଇ ଛାନ୍‌ଭିନ୍‌ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri