ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ । ହେଲେ ଏହାରି ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସୁଛି । ବଣଭୋଜି କରି ପ୍ରଦୂଷଣ କଲେ ଏହା ଉପରେ ପଲ୍ୟୁସନ କଣ୍ଟ୍ରୋଲ ବୋର୍ଡ ନଜର ରଖିଥିବା ନେଇ କହିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ । ଭୁବନେଶ୍ବରରେ ପ୍ରଦୂଷଣର ମାତ୍ରା ଅଧିକ ରହୁଥିବା ବେଳେ ସମସ୍ତେ ଏନେଇ ସତର୍କ ରହିବା ଆବଶ୍ୟକ । ବଣଭୋଜି ନାଁରେ ପ୍ରଦୂଷଣ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ କହିଛନ୍ତି ।
କେବଳ ଭୁବନେଶ୍ବର ନୁହେଁ ବରଂ ଅନୁଗୋଳ, ତାଳଚେର ଏବଂ ବାଲେଶ୍ବରରେ ମଧ୍ୟ ପ୍ରଦୂଷଣ ହାର ଅଧିକ ରହୁଛି । କାଠ ଜାଳି ଭୋଜି କରିବା ଦ୍ବାରା ପ୍ରଦୂଷଣର ମାତ୍ରା ବୃଦ୍ଧି ପାଉଥିବା ବେଳେ ଏଭଳି ଆକ୍ସନ ନିଆଯିବା ନେଇ ନିଷ୍ପତ୍ତି ହୋଇଛି । ତେବେ ନିୟମକୁ କଡାକଡି ପାଳନ ନକଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ।


