ସଙ୍ଗିନ ଅପରାଧୀଙ୍କୁ ମହାମାରୀ ଜାମିନ୍‌ ମନା, ଏଚ୍‌ପିସି…

ନୂଆଦିଲ୍ଲୀ,୧୩।୯: କରୋନା ମହାମାରୀ ଯୋଗୁ ଜେଲ୍‌ରେ ଅପରାଧୀଙ୍କ ଭିଡ଼ କମାଇବା ଲାଗି ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଜାରି କରିଥିଲେ। ତେବେ ଡକାୟତି, ଲୁଟ୍‌, ଟଙ୍କା ପାଇଁ ଅପହରଣ ଆଦି ସଙ୍ଗିନ ମାମଲା ସହିତ ଜଡ଼ିତ ଥିବା ଅପରାଧୀଙ୍କୁ ମହାମାରୀ ଜାମିନ ମିଳିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟଙ୍କର ଏକ କମିଟି ପକ୍ଷରୁ କୁହାଯାଇଛି।

କେଉଁ ଅପରାଧୀଙ୍କୁ ମହାମାରୀ ସମୟରେ ଜାମିନ ପ୍ରଦାନ କରାଯିବ ସେ ନେଇ ମାର୍ଗଦର୍ଶନ କରିବା ସମ୍ପର୍କରେ ଦିଲ୍ଲୀ ହାଇକୋର୍ଟର ଜଣେ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ହାଇ ପାୱାର୍‌ କମିଟି (ଏଚ୍‌ପିସି) କରୋନା ମହାମାରୀ ସମୟରେ ଜେଲରେ ଥିବା କେତେକ ଅପରାଧୀଙ୍କୁ ଜାମିନ୍‌ ଦେବାକୁ କହିଥିଲେ।

ତେବେ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ ପାଇଁ ଅପରାଧୀଙ୍କ ବିରୋଧରେଆଇପିସି ଧାରା ୩୬୪-ଏ ଅନ୍ତର୍ଗତ ଟଙ୍କା ପାଇଁ, ୩୯୪ ଅର୍ନ୍ତଗତ ଉଦ୍ଦେଶ୍ୟମୂଳକ ଆଘାତ ଦେବା ଏବଂ ୩୯୭ ଅନ୍ତର୍ଗତ ଡକାୟତି ଆଦି ମାମଲା ନ ଥିବା ଆବଶ୍ୟକ ବୋଲି ବିଚାରପତି ବିପିନ ସାଙ୍ଘିଙ୍କ ନେତୃତ୍ୱରେ ଗଠିତ କମିଟି ପକ୍ଷରୁ ଏଭଳି କୁହାଯାଇଛି।

କମିଟି ସ୍ପଷ୍ଟୀକରଣ ଦେଇଛି ଯେ,କେତେକ ନିର୍ଦ୍ଦିଷ୍ଟ ଅପରାଧ, ଯେପରିକି ଆଇପିସିର ଧାରା ୩୦୨ ଅନ୍ତର୍ଗତ ହତ୍ୟା କ୍ଷେତ୍ରରେ ମଧ୍ୟ ମହାମାରୀ ଜାମିନ ପ୍ରଦାନ କରି ହେବ ନାହିଁ। ସଙ୍ଗିନ ଅପରାଧ ଉପରେ ବିଚାର କରାଯିବା ପରେ ଏସବୁକୁ ବାଦ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri