ପୋଲିସ ଅଧିକାରୀ, କର୍ମଚାରୀଙ୍କ ସେରୋଲୋଜିକାଲ ଟେଷ୍ଟ

ବ୍ରହ୍ମପୁର ଅଫିସ ,୭ା୮- ବ୍ରହ୍ମପୁର ପୋଲିସ ଜିଲାରେ କାର୍ଯ୍ୟରତ ଅଧିକାରୀ ଓ ପୋଲିସ କର୍ମଚାରୀଙ୍କର ଗୁରୁବାର ସେରୋଲୋଜିକଲ ଟେଷ୍ଟ ସ୍ଥାନୀୟ ଆମ୍ବପୁଆ ରିଜର୍ଭ ପଡିଆରେ ଏସ୍‌ପି ପିନାକ ମିଶ୍ରଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି। ଏସ୍‌ପି ମିଶ୍ର ଓ ତାଙ୍କ ସ୍ତ୍ରୀ ଡାକ୍ତର ସାରା ମିଶ୍ର ପ୍ରଥମେ ରକ୍ତ ଦେଇଥିଲେ। ଏହାପରେ ଜିଲାରେ କାର୍ଯ୍ୟରତ ୨ ଅତିରିକ୍ତ ଏସ୍‌ପି, ଡିଏସ୍‌ପି, ଏସ୍‌ଡିପିଓ, ସମସ୍ତ ଥାନାଧିକାରୀଙ୍କ ସମେତ ପ୍ରାୟ ୨୩୦ଜଣ ଏଥିରେ ରକ୍ତ ଦେଇଥିଲେ। ଭୁବନେଶ୍ୱର, ପୁରୀ ପରେ ବ୍ରହ୍ମପୁର ମହାନଗର ନିଗମରେ ୫ଦିନିଆ ସେରୋଲୋଜିକାଲ ସର୍ଭେ ଆରମ୍ଭ ହୋଇଛି। ଗତ ୩ତାରିଖରୁ ଏହି ସର୍ଭେ ବ୍ରହ୍ମପୁର ମହାନଗର ନିଗମର ବିଭିନ୍ନ ୱାର୍ଡରେ ଆରମ୍ଭ ହୋଇଛି। ମହାନଗର ନିଗମର ୪୦ ୱାର୍ଡ ଅଞ୍ଚଳରୁ ବିଏମ୍‌ସି ଓ ଭୁବନେଶ୍ୱର ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍‌ଏମ୍‌ଆରସି) ପକ୍ଷରୁ ଏହି ସର୍ଭେ କରାଯାଉଛି। ପ୍ରତ୍ୟେକ ଦିନ ୧୦ ୱାର୍ଡରେ ସର୍ଭେ ଚାଲୁ ରହିଛି। ପ୍ରତି ୱାର୍ଡରେ ଥିବା ଔଷଧ ଦୋକାନୀ, ବ୍ୟବସାୟିକ ପ୍ରତିଷ୍ଠାନ ଓ କରୋନା ମୁକାବିଲାରେ ଆଗଧାଡିରେ ରହୁଥିବା ବ୍ୟକ୍ତିବିଶେଷ ଏଭଳି ୫୦ଜଣଙ୍କ ସର୍ଭେ କରାଯାଉଛି। ନିଗମ ଅଞ୍ଚଳରୁ ପ୍ରାୟ ୨୫୦୦ ରକ୍ତ ନମୁନା ସଂଗ୍ରହ କରିବା ପାଇଁ ବିଏମ୍‌ସି ଲକ୍ଷ୍ୟ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

ହ୍ୟୁମାନଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଟୁଇଷ୍ଟ: ଅର୍ପିତାଙ୍କୁ ନେଇ ପ୍ରଥମ ଥର ମୁହଁ ଖୋଲିଲେ ସ୍ତ୍ରୀ ଶ୍ରୀୟା

ବଲାଙ୍ଗୀର,୮।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟିଟିଲାଗଡ଼ରେ ରବିବାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପାଇଁ ଥିଲା ଶ୍ରଦ୍ଧାଞ୍ଜଳି ସଭା। ଏହି ସଭାରେ ଅଭିନେତା ଅନୁଭବ ମହାନ୍ତି, ଅସିମା...

ପିକ୍‌ନିକ୍‌ ସ୍ପଟ୍‌ ଶାନ୍ତିବନ: ମନ ଭିତରେ ଆପେ ଆପେ ସୃଷ୍ଟି ହୋଇଯାଏ ଆଧ୍ୟାତ୍ମିକ ଭାବନା

କର୍ଲାମୁଣ୍ଡା,୮ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଓ ମ. ରାମପୁର ବ୍ଲକ୍‌ ମସ୍କାଦାଣ୍ଡି ଗ୍ରାମ ସୀମାରେ ରହିଛି ଶାନ୍ତିବନ ଗ୍ରାମ୍ୟ ଜଙ୍ଗଲ।...

ହ୍ୟୁମାନଙ୍କ ଗୀତ ଶୁଣି ଷ୍ଟେଜ୍‌ରେ କାନ୍ଦି ପକାଇଲେ ମା’-ସ୍ତ୍ରୀ-ଝିଅ

ବଲାଙ୍ଗୀର,୮ା୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶାର ସୁନାମଧନ୍ୟ ଗାୟକ ହ୍ୟୁମାନ ସାଗରଙ୍କ ଉଦ୍ଦେଶ୍ୟରେ ଟିଟିଲାଗଡ଼ର ବୟଜ ହାଇସ୍କୁଲ ପଡ଼ିଆରେ ଓଡ଼ିଶା କଳାକାର ଏକତା ମଞ୍ଚ ପକ୍ଷରୁ ରବିବାର...

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri