Posted inଜାତୀୟ

ଅଧା ତଥ୍ୟ ଦେଇଥିବାରୁ ସିରମର ଟିବି ଟିକାକୁ ମିଳିଲା ନାହିଁ ମଞ୍ଜୁରୀ

ନୂଆଦିଲ୍ଲୀ,୧ ।୫: ଟିବି ଟିକା ପାଇଁ ସରକାରଙ୍କ ସମିତି ସିରମ କମ୍ପାନୀର ପ୍ରସ୍ତାବକୁ ନାମଞ୍ଜୁର କରି ଦେଇଛନ୍ତି । ଏହାସହ ସୁରକ୍ଷା ଓ ଇମ୍ୟୁନୋଜେନେସିଟି ସମ୍ପର୍କିତ ଡାଟା ମାଗୁଛନ୍ତି । କମ୍ପାନୀ ପକ୍ଷରୁ ପ୍ରାୟ ୧ ମାସ ପୂର୍ବେ ଟିବି ଟିକାକୁ ଜରୁରୀ ପରିସ୍ଥିତିରେ ବ୍ୟବହାର ପାଇଁ ଅନୁମତି ଦେବାକୁ ଆବେଦନ କରାଯାଇଥିଲା । ଏହାପରେ କେନ୍ଦ୍ରୀୟ ଔଷଧ ମାନକ ନିୟନ୍ତ୍ରଣ ସଂଗଠନ(ସିଡିଏସସିଓ)ର ବିଶେଷଜ୍ଞ କାର୍ଯ୍ୟ ସମିତି(ଏସଇସି) ବୈଠକରେ ଏହାକୁ ଖାରଜ କରିଦିଆଯାଇଥିଲା ।
ସୂଚନାଯୋଗ୍ୟ, ଦେଶରେ ପ୍ରତିବର୍ଷ ଲକ୍ଷ ଲକ୍ଷ ସଂଖ୍ୟାରେ ଟିବି ରୋଗୀ ଚିହ୍ନଟ ହେବା ସହ ବହୁ ସଂଖ୍ୟାରେ ଏମାନଙ୍କର ମୃତ୍ୟୁ ମଧ୍ୟ ହେଉଛି । ୨୦୨୧ରେ ୧୯.୩୩ ଲକ୍ଷ ନୂଆ ରୋଗୀ ଚିହ୍ନଟ ହୋଇଥିଲେ, ଯାହା ୨୦୨୦ ତୁଳନାରେ ପାଖାପାଖି ୧୯ ପ୍ରତିଶତ ଅଧିକ । ସେହିଭଳି ୨୦୧୯ରୁ ୨୦୨୧ ମଧ୍ୟରେ ଟିବି ରୋଗୀଙ୍କ ମୃତ୍ୟୁହାରରେ ୧୧ ପ୍ରତିଶତ ବୃଦ୍ଧି ହୋଇଥିଲା । ୨୦୨୦ରେ ୪.୯୩ ଲକ୍ଷ ଲୋକଙ୍କର ଟିବି ସଂକ୍ରମଣରେ ମୃତ୍ୟୁ ହୋଇଛି । ସେଥିପାଇଁ ଏକ ବଡ ଜନସଂଖ୍ୟାକୁ ଟିବିରୁ ମୁକ୍ତ କରିବା ପାଇଁ ଅଧ୍ୟୟନ କରାଯାଉଛି ।
ହେଲେ ଏହି ଅଧ୍ୟୟନ ଭାରତରେ ହୋଇ ନ ଥିଲା । ମିଳିଥିବା ସୂଚନା ଅନୁଯାୟୀ, ସିରକ କମ୍ପାନୀ ଦକ୍ଷିଣ ଆଫ୍ରିକାରେ ହୋଇଥିବା ଅଧ୍ୟୟନ ଅନୁଯାୟୀ, ଭାରତରେ ଏହାର ବ୍ୟବହାର ପାଇଁ ଅନୁମତି ମାଗିଥିଲା । ସେଠାରେ ନବଜାତ ଶିଶୁଙ୍କ ଉପରେ ୨ଟି ପରୀକ୍ଷଣ ହୋଇଥିଲା । ଆଉ ତୃତୀୟ ପର୍ଯ୍ୟାୟର ପରୀକ୍ଷଣ ଭାରତରେ ଆଇସିଏମଆର କରୁଥିଲା । ଏବେ ଭାରତରେ ଯେଉଁ ଅଧ୍ୟୟନ ଚାଲିଛି ସେଥିରୁ ଅନୁମାନ କରାଯାଉଛି କି ଟିବି ଟିକା ପାଇଁ ୨୦୨୫ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡିବ ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ୟୁ-ଟର୍ଣ୍ଣ! ପ୍ରଥମେ ଇରାନ ବିନାଶର ପ୍ରତିଶ୍ରୁତି, ଏବେ ହର୍ମୁଜକୁ ନେଇ କହିଲେ ବଡ଼ କଥା, ଯୁଦ୍ଧର ହେବ ‘THE END’?

ଓ୍ବାଶିଂଟନ,୩୧।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ସଂଘର୍ଷକୁ ଦୀର୍ଘ କରିବା ମନୋଭାବରେ ଥିବା ପରି ମନେ ହେଉନାହିଁ। ଟ୍ରମ୍ପ ତାଙ୍କ ସହଯୋଗୀମାନଙ୍କୁ ଜଣାଇ…

ରୋହିତ 2.0: ପ୍ରାୟ ୧୦ ମାସ ପରେ ଟି-୨୦ କ୍ରିକେଟକୁ ଫେରିଲେ ‘ହିଟମ୍ୟାନ’

ନୂଆଦିଲ୍ଲୀ,୩୧।୩: ଯଦିଓ ରୋହିତ ଶର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି, ରବିବାର ରାତିରେ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଖେଳାଯାଇଥିବା ଆଇପିଏଲ…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ପ୍ରଭାବଶାଳୀଙ୍କ ମାଲିକାନାରେ ଗୋବରୀ ନଦୀ : ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ପ୍ରହସନ

ପଟ୍ଟାମୁଣ୍ଡାଇ,୩୧ା୩(କଳ୍ପତରୁ ନାୟକ):ରାଜ୍ୟ ସରକାରୀ ଜମି ଜବରଦଖଲ ଉଚ୍ଛେଦ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗତବର୍ଷ ଡିସେମ୍ବରରେ କଡ଼ା ଚେତାବନୀ ଦେଇଥିଲେ। ଜବରଦଖଲକାରୀମାନେ ସରକାରୀ ଜମି ଫେରାନ୍ତୁ…

ଶୌଚ ହେବାକୁ ଯାଇଥିଲେ ମଥୁରୀ: ୪ ଦିନ ପରେ ଘଟିଲା…

ମହାକାଳପଡ଼ା, ୩୧ ା ୩ (ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ବାହାରସୋବଳା ମୌଜାର ଅକ୍ଷୟ ରାଉତଙ୍କ ସ୍ତ୍ରୀ ମଥୁରୀ ରାଉତ ଶୁକ୍ରବାର…

US Israel Iran War: ଯୁଦ୍ଧ ବନ୍ଦ ହେବା ନେଇ କାହା ସହ କଥା ହେଉଛନ୍ତି ଟ୍ରମ୍ପ, ନିଜେ ଉଠାଇଲେ ରହସ୍ୟ ଉପରୁ ପରଦା, ସଭିଏଁ ଚକିତ!

ଓ୍ବାଶିଂଟନ,୩୧।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ୱାଶିଂଟନ ତେହରାନ ସହିତ ଆଲୋଚନା କରିବା ବିଷୟରେ ସପ୍ତାହେ ଧରି କଥାବାର୍ତ୍ତା କରିଆସୁଛି; କିନ୍ତୁ, ଏହି ଆଲୋଚନା ହେଉଥିବା…

ତୀବ୍ର ହେଉଛି ସଂଘର୍ଷ, କୁଏତ୍‌ର ଏକ ତେଲ ଟ୍ୟାଙ୍କରକୁ ଟାର୍ଗେଟ କଲା ଇରାନ!

ଆବୁଧାବି,୩୧।୩: ପଶ୍ଚିମ ଏସିଆରେ ସଂଘର୍ଷ ନିରନ୍ତର ଜାରି ରହିଛି, ଉଭୟ ପକ୍ଷରୁ ଆକ୍ରମଣ କରାଯାଉଛି । ଇରାନ ମଧ୍ୟ ପ୍ରତିଶୋଧମୂଳକ କାର୍ଯ୍ୟରେ ନିୟୋଜିତ ଅଛି, ଆକ୍ରମଣର ଏକ…

ଏଡିଏମ୍‌ -ଜିଲା ଆଦିବାସୀ ନେତା ମୁହାଁମୁହିଁ: ଖବରପାଇ ପହଞ୍ଚିଲା ପୋଲିସ

ଲୋଇସିଂହା,୩୧।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ସୋମବାର ବ୍ଲକସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିରରେ ବଲାଙ୍ଗୀର ଏଡିଏମ୍‌ ପବିତ୍ର ବେହେରା ଓ ଜିଲା ଆଦିବାସୀ ସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri