ସ୍ଫୁଟନିକ୍‌-ଭି ଉତ୍ପାଦନ ସେପ୍ଟେମ୍ବରରୁ

ନୂଆଦିଲ୍ଲୀ,୧୩।୭: ଭାରତରେ କରୋନା ଭାଇରସ୍‌ ସଂକ୍ରମଣର ପ୍ରକୋପକୁ ରୋକିବା ପାଇଁ ଦେଶବ୍ୟାପି ଟିକାକରଣ ଅଭିଯାନ କରାଯାଉଛି। ବର୍ତ୍ତମାନ ପର୍ଯ୍ୟନ୍ତ ଭାରତରେ ୩୮କୋଟି ୧୪ଲକ୍ଷ ୬୭ହଜାର ୬୪୬ଜଣ ଲୋକଙ୍କୁ ଟିକା ଦିଆଯାଇସାରିଛି। ସେଥିମଧ୍ୟରେ ୩୦କୋଟି ୬୬ ଲକ୍ଷ ୧୨ହଜାର ୭୮୧ଜଣ ବ୍ୟକ୍ତିଙ୍କୁ କରୋନା ଟିକାର ପ୍ରଥମ ଡୋଜ୍‌ ଦିଆସରିଥିବା ବେଳେ ୭ କୋଟି ୪୮ଲକ୍ଷ ୫୪ହଜାର ୮୬୫ଜଣ ଲୋକ ଟିକାର ଦ୍ୱିତୀୟ ଡୋଜ ନେଇସାରିଲେଣି। ସ୍ବଦେଶୀ କମ୍ପାନୀ ଦ୍ୱାରା ନିର୍ମିତ ହୋଇଥିବା କୋଭାକ୍ସିନ ଓ କୋଭିସିଲ୍ଡ ଟିକା ବର୍ତ୍ତମାନ ଟିକାକରଣ ଅଭିଯାନରେ ସାମିଲ ହୋଇଛି। ଇତିମଧ୍ୟରେ ଟିକାକରଣ ଅଭିଯାନରେ ଖୁବ୍‌ଶୀଘ୍ର ସ୍ଫୁଟନିକ୍‌-ଭି ମଧ୍ୟ ସାମିଲ ହେବାକୁ ଯାଉଛି। ସୂଚନା ମୁତାବକ ରୁଷିଆ ଟିକା ସ୍ଫୁଟନିକ୍‌-ଭିର ଉତ୍ପାଦନ ଖୁବ୍‌ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଯାଉଛି। କୁହାଯାଉଛି, ପୁଣେ ସ୍ଥିତ ସେରମ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆ ସେପ୍ଟେମ୍ବରରୁ ରୁଷିଆର କରୋନା ଟିକା ସ୍ଫୁଟନିକ୍‌-ଭିର ଉତ୍ପାଦନ ଆରମ୍ଭ କରିବ। ଅନ୍ୟ କେତେକ ନିର୍ମାତା ମଧ୍ୟ ଭାରତରେ ଏହି ଟିକା ପ୍ରସ୍ତୁତ କରିବାକୁ ଚାହୁଁଛନ୍ତି ବୋଲି ରୁଷିଆର ପ୍ରତ୍ୟେକ୍ଷ ନିବେଶ ପାଣ୍ଠି(ଆରଡିଆଇଏଫ୍‌)ର ସିଇଓ କିରିଲ ଦିମିତ୍ରିବ ସୂଚନା ଦେଇଛନ୍ତି। ଅନ୍ୟପଟେ ସ୍ଫୁଟନିକ୍‌- ଭି ବିଶ୍ୱର ସବୁଠାରୁ ବଡ଼ ଭାକ୍ସିନ ନିର୍ମାଣକାରୀ କମ୍ପାନୀ ସେରମ ସହିତ ବର୍ଷକୁ ୩୦କୋଟି ଡୋଜ୍‌ ଉତ୍ପାଦନ କରିବାକୁ ଚୁକ୍ତି କରିଛି। ଏଥିସହ ସେପ୍ଟେମ୍ବରର ପ୍ରଥମ ପର୍ଯ୍ୟାୟରେ ଭାରତରେ ବାର୍ଷିକ ୩୦କୋଟି ଟିକା ଉତ୍ପାଦନ କରିବାକୁ କମ୍ପାନୀ ଲକ୍ଷ୍ୟ ରଖିଛି ବୋଲି ଆରଡିଆଇଏଫ୍‌ କହିଛି। ଏଥିପାଇଁ ସେରମ ରୁଷର ଗାମଲେଆ କେନ୍ଦ୍ରରୁ ସେଲ୍‌ ଓ ଭେକ୍ଟର ନମୁନା ସଂଗ୍ରହ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?