Posted inଜାତୀୟ

କମିଲା କରୋନା ଟିକାର ଦାମ୍‌

ନୂଆଦିଲ୍ଲୀ,୨୮।୪: ସିରମ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆ ପକ୍ଷରୁ କୋଭିଶିଲ୍ଡ ଟିକାର ଦାମ୍‌କୁ ବୁଧବାର ହ୍ରାସ କରାଯାଇଛି। ଏନେଇ ଏକ ଟେଲିଭିଜନ ଚ୍ୟାନେଲକୁ ସାକ୍ଷାତକାର ଦେବା ଅବସରରେ କୋଭିଶିଲ୍ଟ ଟିକା କମ୍ପାନୀର ସିଇଓ ଅଦର ପୁନାୱାଲା ଏହି ସୂଚନା ଦେଇଛନ୍ତି। ରାଜ୍ୟ ସରକାରଙ୍କ ପାଇଁ ଦର କମାଇ ଡୋଜ ପିଛା ୩୦୦ ଟଙ୍କା କରାଯାଇଛି। ଏହା ତୁରନ୍ତ କାର୍ଯ୍ୟକାରୀ ହେବ ବୋଲି ସେ କହିଛନ୍ତି।
ସୂଚନା ଯୋଗ୍ୟ, ଦେଶରେ ଟିକାର ଦାମକୁ ନେଇ ବିରୋଧୀ ପ୍ରଶ୍ନ ଉଠାଇଥିଲେ। ଏନେଇ କେନ୍ଦ୍ର ସରକାର ସିରମ୍‌ ଇନଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆ ଏବଂ ଭାରତ ବାୟୋଟେକକୁ ଦାମ କମେଇବାକୁ କହିଥିଲେ। ମେ ୧ରୁ ଦେଶରେ ତୃତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହେଉଥିବା ବେଳେ କେନ୍ଦ୍ରର ନିର୍ଦ୍ଦେଶ କ୍ରମେ ସିରମ୍‌ ଟିକା ଦର କମାଇବା ପରେ ରାଜ୍ୟ ସରକାରଙ୍କ ପାଇଁ ଏହା ଆଶ୍ୱସ୍ତି ଆଣି ଦେଇଛି। କୋଭିଶିଲ୍ଡ ଟିକାର ଦାମ ରାଜ୍ୟ ସରକାର ଏବଂ ବେସରକାରୀ ଡାକ୍ତରଖାନାକୁ ଯଥାକ୍ରମେ ୪୦୦ ଏବଂ ୬୦୦ ଟଙ୍କାରେ ବିକ୍ରି କରିବ ବୋଲି କମ୍ପାନୀ ପ୍ରଥମେ ଘୋଷଣା କରିଥିଲା। ଏବେ ଏହି ଟିକାର ଦାମ ୩୦ ପ୍ରତିଶତ କମାଇ ୩୦୦ ଟଙ୍କା କରାଯାଇଥିବା ସିଇଓ କହିଛନ୍ତି।
ସୂଚନା ଅନୁଯାୟୀ ୧୯ଟି ରାଜ୍ୟ ଏହି ଟିକା ନେବା ପାଇଁ ମୋଟ ୩୪୦ ମିଲିୟନ ଡୋଜ ଅର୍ଡର କରିଛନ୍ତି। ଆଉ ଘରୋଇ ହସ୍ପିଟାଲ ୧୮ ମିଲିୟନ ଡୋଜ ଅର୍ଡର କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

ଶାହରୁଖ ଖାନ ଜଣେ ବିଶ୍ୱାସଘାତକ: ଭାଜପା ନେତାଙ୍କ ବିବାଦୀୟ ବୟାନ

ଲକ୍ଷ୍ନୌ,୧।୧: ଉତ୍ତର ପ୍ରଦେଶର ମିରଟରେ ଭାରତୀୟ ଜନତା ପାର୍ଟିର ଫାୟାରବ୍ରାଣ୍ଡ ନେତା ସଙ୍ଗୀତ ସୋମ ଚଳଚ୍ଚିତ୍ର ଅଭିନେତା ଶାହରୁଖ ଖାନଙ୍କ ସମ୍ପର୍କରେ ଏକ ବିବାଦୀୟ ବୟାନ...

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri