ବୁଷ୍ଟର ଡୋଜ୍‌ ପାଇଁ ଅନୁମତି ଲୋଡ଼ିଲା ସେରମ୍‌ ଇନଷ୍ଟିଚ୍ୟୁଟ୍‌…

ନୂଆଦିଲ୍ଲୀ,୨।୧୨: ଦକ୍ଷିଣ ଆଫ୍ରିକାରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନାର ନୂତନ ଭାରିଆଣ୍ଟ୍‌ ଇତିମଧ୍ୟରେ ଆମେରିକାେ ସମେତ ୨୫ ଦେଶରେ ପହଞ୍ଚିଛି। ଓମିକ୍ରନ ଭାରିଆଣ୍ଟର ବଢୁୁଥିବା ବିପଦକୁ ଦୃଷ୍ଟିରେ ରଖି ଭାରତରେ ଏହାର କରୋନା ଟିକା କୋଭିଶିଲ୍ଡର ବୁଷ୍ଟର୍‌ ଡୋଜ ପ୍ରସ୍ତୁତି ପାଇଁ ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ ପକ୍ଷରୁ ଡ୍ରଗ୍‌ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ (ଡିସିଜିଆଇ) ଙ୍କଠାରୁ ଅନୁମୋତି ଲୋଡାଯାଇଛି।

କିଛି ଅଧିକାରୀଙ୍କ କହିବାନୁସାରେ, କରୋନା ଭାଇରସ, ଓମିକ୍ରନ ଭାରିଆଣ୍ଟର ସଂକ୍ରମଣ ରୋକିବା ଲାଗି ବୁଷ୍ଟର ଡୋଜ୍‌ ଲାଗି ସ୍ବୀକୃତି ମାଗିଛି। କେନ୍ଦ୍ର ସରକାର ସଂସଦକୁ ସୂଚନା ଦେଇଛନ୍ତି ଯେ କରୋନା ମହାମାରୀ ଉପରେ ଗଠିତ ନ୍ୟାଶନାଲ ଟେକ୍ନିକାଲ ଗ୍ରୁପ୍‌ ଆଣ୍ଡ ଇମ୍ୟୁନାଇଜେଶନ ଏବଂ ନ୍ୟାଶନାଲ ଏକ୍ସପର୍ଟ ଗ୍ରୁପ୍‌ ମଧ୍ୟ ବୁଷ୍ଟର ଡୋଜର ବୈଜ୍ଞାନିକ ଦିଗ ଉପରେ ବିଚାର କରୁଛନ୍ତି।

ରାଜସ୍ଥାନ, ଛତିଶଗଡ, କର୍ଣ୍ଣାଟକ ଏବଂ କେରଳ ଭଳି ରାଜ୍ୟ ମଧ୍ୟ ଓମିକ୍ରନ ଭାରିଆଣ୍ଟ ଆସିବା ପରେ ବୁଷ୍ଟର ଡୋଜ ପାଇଁ କେନ୍ଦ୍ର ସରକାରଙ୍କ ଅନୁମୋଦନ ଲାଗି ଦାବି କରିଛନ୍ତି। ନିକଟରେ ଏକ ଟିଭି ଚ୍ୟାନେଲକୁ ଦେଇଥିବା ଏକ ସାକ୍ଷାତକାରରେ ସେରମ ଇନଷ୍ଟିଚ୍ୟୁଟର ମୁଖ୍ୟ ଅଦାର ପୁନାୱାଲା କହିଛନ୍ତି ଯେ ସମ୍ଭବତଃ ଅକ୍ସଫୋର୍ଡ ବୈଜ୍ଞାନିକମାନେ ଏକ ନୂତନ ଟିକା ଖୋଜୁଛନ୍ତି। ଯାହା ଏହି ଓମିକ୍ରନ୍‌ ଲଢ଼େଇରେ ବୁଷ୍ଟର ଡୋଜ୍‌ ଭଳି କାର୍ଯ୍ୟ କରିବାକୁ ସକ୍ଷମ ହୋଇପାରିବ।

ସୂଚନାଯୋଗ୍ୟ, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଅନୁଯାୟୀ, ଓମିକ୍ରନ୍‌ ଭାରିଆଣ୍ଟ୍‌ ସର୍ବାଧିକ ପରିବର୍ତ୍ତନଶୀଳ। ସବୁଠାରୁ ଭୟଙ୍କର ବିଷୟ ହେଉଛି ଯେ, ଏହି ଭାରିଆଣ୍ଟର ସ୍ପାଇକ ପ୍ରୋଟିନ ସର୍ବାଧିକ ପରିବର୍ତ୍ତନ କରିଥାଏ। ତେଣୁ ଏହା ପୂର୍ବର ସମସ୍ତ ଭାରିଆଣ୍ଟ ତୁଳନାରେ ଅଧିକ ଦ୍ରୁତ ଗତିରେ ସଂକ୍ରମଣ କରିବାକୁ ସକ୍ଷମ। ଦକ୍ଷିଣ ଆଫ୍ରିକାର ସ୍ବାସ୍ଥ୍ୟ ଅଧିକାରୀଙ୍କ ଅନୁଯାୟୀ, ଉଭୟ ଡୋଜ୍‌ ନେଇଥିବା ଲୋକେ ଓମିକ୍ରନ୍‌ରେ ଆକ୍ରାନ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri