ସରୁନି ଜାତୀୟ ରାଜପଥ ସମ୍ପ୍ରସାରଣ କାମ

ଭଦ୍ରକ ଅଫିସ,୧୩ା୨:୧୬ ନଂ. ଜାତୀୟ ରାଜପଥର ଭଦ୍ରକ ଜିଲାର ଆଖୁଆପଦାଠାରୁ ରାଣୀତାଲ ସୀମା ପର୍ଯ୍ୟନ୍ତ ୩୦ କି.ମି. ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଅବଧି ସରିଯାଇଥିଲେ ମଧ୍ୟ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇପାରିନାହିଁ। ୨୦୧୮ରୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ୨୦୨୧ରେ ଶେଷ ହେବା କଥା। ଏବେ ୨୦୨୩ ଫେବୃୟାରୀ ମାସ ହୋଇଥିଲେ ମଧ୍ୟ କାର୍ଯ୍ୟ ଶେଷ ହୋଇପାରିନାହିଁ। ବାରିକପୁର, ନଳାଙ୍ଗ, ଗେଲପୁର, ଆରଡ଼ିଛକରେ ଓଭରବ୍ରିଜ କାର୍ଯ୍ୟ ଧିମେଇ ଚାଲିଛି। ନିର୍ମାଣ କାର୍ଯ୍ୟ ବିଳମ୍ବ ହେଉଥିବାରୁ ପ୍ରତିଦିନ ଦୁର୍ଘଟଣା ବଢ଼ିଚାଲିଛି। ଗତ ୨ ବର୍ଷରେ ଗେଲପୁର ଛକଠାରୁ ରାଣୀତାଲ ପର୍ଯ୍ୟନ୍ତ ରାସ୍ତା ଦୁର୍ଘଟଣାରେ ୨୧ ଜଣଙ୍କ ଜୀବନ ଯାଇଥିବା ବେଳେ ଅନେକ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଟ୍ରକ, ବସ୍‌ ସହିତ ରାଜପଥରେ ଆସୁଥିବା ସମସ୍ତ ଟ୍ରକ୍‌, ବସ୍‌ ଏହି ସର୍ଭିସ୍‌ ରୋଡ୍‌ରେ ଯାତାୟତ କରୁଥିବାରୁ ଦୁର୍ଘଟଣା ବଢ଼ିଚାଲିଛି। ଆରଡ଼ିଛକ, ବନ୍ତଛକ ଓ ଷ୍ଟାଡିୟମ ଛକ ଦେଇ ଯାଇଥିବା ଉଭୟ ପାର୍ଶ୍ୱର ସର୍ଭିସ ରୋଡ୍‌କୁ ଜାତୀୟ ରାଜପଥ କର୍ତ୍ତୃପକ୍ଷ ସଂକୀର୍ଣ୍ଣ କରି ଦେଇଥିବାରୁ ଏହା ମରଣଯନ୍ତା ପାଲଟିଛି। ଏତେ ଦୁର୍ଘଟଣା ପରେ ବି ଏସବୁ ସ୍ଥାନରେ ଟ୍ରାଫିକ ପୋଲିସର ବ୍ୟବସ୍ଥା କରାଯାଉ ନ ଥିବାରୁ ଟ୍ରକ୍‌, ବସ୍‌ ଦ୍ରୁତଗତିରେ ଚଳାଚଳ କରୁଛନ୍ତି। ଜାତୀୟ ରାଜପଥର ଭଦ୍ରକ ଏବେ ଡେଥ୍‌ଜୋନ୍‌ ପାଲଟିଛି। ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ସହ ଏମ୍‌ପି ମଞ୍ଜୁଲତା ମଣ୍ଡଳ, ସ୍ଥାନୀୟ ବିଧାୟକ ସଞ୍ଜୀବ କୁମାର ମଲ୍ଲିକ, ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର, ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ, ଏମ୍‌ପିଙ୍କ ପ୍ରତିନିଧି ମୁକ୍ତିକାନ୍ତ ମଣ୍ଡଳ, ରାଜପଥର ଓଡ଼ିଶା ମୁଖ୍ୟ ରାମପ୍ରସାଦ ପଣ୍ଡା, ବାଲେଶ୍ୱର ପ୍ରକଳ୍ପ ନିର୍ଦ୍ଦେଶକ ଜେପି ବର୍ମା ପ୍ରମୁଖ ରାସ୍ତା ଓ ପୋଲ ନିର୍ମାଣ କାର୍ଯ୍ୟର କ୍ଷେତ୍ର ପରିଦର୍ଶନ କରି ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ଏହି ପରିଦର୍ଶନ ସମୟରେ ତୁରନ୍ତ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ସ୍ଥାନୀୟ ଲୋକେ ଦାବି କରିଥିବା ବେଳେ ନିର୍ମାଣ କାର୍ଯ୍ୟ ତ୍ୱରାନ୍ନିତ କରିବା ପାଇଁ ଜିଲା ପ୍ରଶାସନ ଓ ଜନ ପ୍ରତିନିଧିମାନେ ଦୃଷ୍ଟି ଦେବାକୁ ଦାବି କରିଥିଲେ। ଜାତୀୟ ରାଜପଥ କର୍ର୍ତ୍ତୃୃପକ୍ଷ ନିର୍ମାଣ କାର୍ଯ୍ୟ ଖୁବ୍‌ ଶୀଘ୍ର ଶେଷ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ଅଦ୍ୟାବଧି ସମସ୍ୟାର ସମାଧାନ ହୋଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri