ସରୁନି ଜାତୀୟ ରାଜପଥ ସମ୍ପ୍ରସାରଣ କାମ

ଭଦ୍ରକ ଅଫିସ,୧୩ା୨:୧୬ ନଂ. ଜାତୀୟ ରାଜପଥର ଭଦ୍ରକ ଜିଲାର ଆଖୁଆପଦାଠାରୁ ରାଣୀତାଲ ସୀମା ପର୍ଯ୍ୟନ୍ତ ୩୦ କି.ମି. ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଅବଧି ସରିଯାଇଥିଲେ ମଧ୍ୟ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇପାରିନାହିଁ। ୨୦୧୮ରୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ୨୦୨୧ରେ ଶେଷ ହେବା କଥା। ଏବେ ୨୦୨୩ ଫେବୃୟାରୀ ମାସ ହୋଇଥିଲେ ମଧ୍ୟ କାର୍ଯ୍ୟ ଶେଷ ହୋଇପାରିନାହିଁ। ବାରିକପୁର, ନଳାଙ୍ଗ, ଗେଲପୁର, ଆରଡ଼ିଛକରେ ଓଭରବ୍ରିଜ କାର୍ଯ୍ୟ ଧିମେଇ ଚାଲିଛି। ନିର୍ମାଣ କାର୍ଯ୍ୟ ବିଳମ୍ବ ହେଉଥିବାରୁ ପ୍ରତିଦିନ ଦୁର୍ଘଟଣା ବଢ଼ିଚାଲିଛି। ଗତ ୨ ବର୍ଷରେ ଗେଲପୁର ଛକଠାରୁ ରାଣୀତାଲ ପର୍ଯ୍ୟନ୍ତ ରାସ୍ତା ଦୁର୍ଘଟଣାରେ ୨୧ ଜଣଙ୍କ ଜୀବନ ଯାଇଥିବା ବେଳେ ଅନେକ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଟ୍ରକ, ବସ୍‌ ସହିତ ରାଜପଥରେ ଆସୁଥିବା ସମସ୍ତ ଟ୍ରକ୍‌, ବସ୍‌ ଏହି ସର୍ଭିସ୍‌ ରୋଡ୍‌ରେ ଯାତାୟତ କରୁଥିବାରୁ ଦୁର୍ଘଟଣା ବଢ଼ିଚାଲିଛି। ଆରଡ଼ିଛକ, ବନ୍ତଛକ ଓ ଷ୍ଟାଡିୟମ ଛକ ଦେଇ ଯାଇଥିବା ଉଭୟ ପାର୍ଶ୍ୱର ସର୍ଭିସ ରୋଡ୍‌କୁ ଜାତୀୟ ରାଜପଥ କର୍ତ୍ତୃପକ୍ଷ ସଂକୀର୍ଣ୍ଣ କରି ଦେଇଥିବାରୁ ଏହା ମରଣଯନ୍ତା ପାଲଟିଛି। ଏତେ ଦୁର୍ଘଟଣା ପରେ ବି ଏସବୁ ସ୍ଥାନରେ ଟ୍ରାଫିକ ପୋଲିସର ବ୍ୟବସ୍ଥା କରାଯାଉ ନ ଥିବାରୁ ଟ୍ରକ୍‌, ବସ୍‌ ଦ୍ରୁତଗତିରେ ଚଳାଚଳ କରୁଛନ୍ତି। ଜାତୀୟ ରାଜପଥର ଭଦ୍ରକ ଏବେ ଡେଥ୍‌ଜୋନ୍‌ ପାଲଟିଛି। ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ସହ ଏମ୍‌ପି ମଞ୍ଜୁଲତା ମଣ୍ଡଳ, ସ୍ଥାନୀୟ ବିଧାୟକ ସଞ୍ଜୀବ କୁମାର ମଲ୍ଲିକ, ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର, ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ, ଏମ୍‌ପିଙ୍କ ପ୍ରତିନିଧି ମୁକ୍ତିକାନ୍ତ ମଣ୍ଡଳ, ରାଜପଥର ଓଡ଼ିଶା ମୁଖ୍ୟ ରାମପ୍ରସାଦ ପଣ୍ଡା, ବାଲେଶ୍ୱର ପ୍ରକଳ୍ପ ନିର୍ଦ୍ଦେଶକ ଜେପି ବର୍ମା ପ୍ରମୁଖ ରାସ୍ତା ଓ ପୋଲ ନିର୍ମାଣ କାର୍ଯ୍ୟର କ୍ଷେତ୍ର ପରିଦର୍ଶନ କରି ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ଏହି ପରିଦର୍ଶନ ସମୟରେ ତୁରନ୍ତ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ସ୍ଥାନୀୟ ଲୋକେ ଦାବି କରିଥିବା ବେଳେ ନିର୍ମାଣ କାର୍ଯ୍ୟ ତ୍ୱରାନ୍ନିତ କରିବା ପାଇଁ ଜିଲା ପ୍ରଶାସନ ଓ ଜନ ପ୍ରତିନିଧିମାନେ ଦୃଷ୍ଟି ଦେବାକୁ ଦାବି କରିଥିଲେ। ଜାତୀୟ ରାଜପଥ କର୍ର୍ତ୍ତୃୃପକ୍ଷ ନିର୍ମାଣ କାର୍ଯ୍ୟ ଖୁବ୍‌ ଶୀଘ୍ର ଶେଷ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ଅଦ୍ୟାବଧି ସମସ୍ୟାର ସମାଧାନ ହୋଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍‌ଘାତ, ଚାଲିଗଲା ବିଭୂତିଙ୍କ ଜୀବନ

କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

କିଶନନଗର ତହସିଲରେ ନୂଆ ନିଯୁକ୍ତିକୁ ନେଇ ବିବାଦ, କାର୍ଯ୍ୟାନୁଷ୍ଠାନ ଦାବି କଲା କଂଗ୍ରେସ

କଟକ ସଦର,୧୧।୧୦(ସୁଶାନ୍ତ କୁମାର ଜେନା): କଟକ ଜିଲା କିଶନ ନଗର ତହସିଲ କାର୍ଯ୍ୟାଳୟ ରେ ଜଣେ ଅଧିକାରିଣୀ ତହସିଲଦାର ଭାବେ ଯୋଗ ଦେଉଥିବା ଖବର ରବିବାର ଗଣମାଧ୍ୟମରେ…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?