Posted inଜାତୀୟ

ପରିବାର ଲୋକଙ୍କୁ ମଞ୍ଚୁରିଆନ ସୁପ୍‌ରେ ବିଷ ମିଶାଇ ପିଇବାକୁ ଦେଲେ ଚାକର ଦମ୍ପତି

ଜୟପୁର,୯।୧: ରାଜସ୍ଥାନର ଯୋଧପୁର ସହରରେ ଏକ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଯେଉଁଠି ଚାକର ଦମ୍ପତି ଏକ ପରିବାରର ୪ ସଦସ୍ୟଙ୍କୁ ମଞ୍ଚୁରିଆନ ସୁପ୍‌ରେ ବିଷ ଦେବାରୁ ସେମାନେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଘଟଣା ପରଠାରୁ ସେମାନେ କେଉଁଆଡ଼େ ଫେରାର ହୋଇଯାଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।
ସୂଚନାଯୋଗ୍ୟ, ଯୋଧପୁର ସହରର ସର୍ଦ୍ଦାରପୁର ଥାନା ଅନ୍ତର୍ଗତ ଡି ରୋଡ୍‌ରେ ଘଟିଛି। ଯାଞ୍ଚରୁ ଜଣାପଡ଼ିଛି, ଚାକର ଦମ୍ପତି ମଞ୍ଚୁରିଆନ ସୁପ୍‌ରେ ବିଷ ମିଶାଇଥିଲେ। ଏହି ବିଷାକ୍ତ ଖାଦ୍ୟ ଖାଇ ପରିବାରର ସଦସ୍ୟ ଘନଶ୍ୟାମ, ସୁଭମ, ଜୟେଶ ଏବଂ ନେହା ଧୂତଙ୍କ ସ୍ବାସ୍ଥ୍ୟ ଗୁରୁତର ହୋଇପଡ଼ିଥିଲା। ତାଙ୍କୁ ନିଜି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଥାନାଧିକାରୀ ହନୁମାନ ସିଂହ ପହଞ୍ଚି ପରିବାର ସଦସ୍ୟଙ୍କ ସହ କଥାବାର୍ତ୍ତା କରି ଘଟଣାର ଅନୁସନ୍ଧାନ କରୁଛନ୍ତି। ପୋଲିସ ସିସିଟିଭି ଜରିଆରେ ଚାକର ଦମ୍ପତି ନେପାଳୀ ସମ୍ପ୍ରଦାୟର ବୋଲି ଜାଣିବାକୁ ପାଇଛି। ତେବେ ମୋହନ ଏବଂ କମଳାଙ୍କ ଫଟୋ ଚିହ୍ନଟ କରିଛି। ଯିଏ କି ତାଙ୍କ ଘରେ ଚାକର କାମ କରନ୍ତି। ଟଙ୍କା ପଇସା, ସୁନା ଅଳଙ୍କାର ଚୋରି କରିବା ଉଦ୍ଦେଶ୍ୟରେ ଏମାନେ ଏପରି କାଣ୍ଡ ଘଟାଇ ଥାଇ ପାରନ୍ତି ବୋଲି ପୋଲିସ ସନ୍ଦେହ କରୁଛି। ବର୍ତ୍ତମାନ ଦୁଇଜଣଙ୍କ ଫୋନ୍‌ ସୁଇଚ୍‌ ଅଫ୍‌ ଅଛି। ପୋଲିସ ଘଟଣାର ଅଧିକ ତଦନ୍ତ କରୁଛି। ଖୁବ୍‌ଶୀଘ୍ର ଅଭିଯୁକ୍ତ ଦ୍ୱୟଙ୍କୁ ଗିରଫ କରାଯିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri