ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ ପଞ୍ଜୀକରଣ ପାଇଁ କଲବଲ ହେଉଛନ୍ତି। ଦୀର୍ଘ ଘଣ୍ଟା ଧରି ଲମ୍ବା ଧାଡିରେ ଠିଆ ହୋଇ ରହୁଛନ୍ତି। ଏପରିକି ବିଳମ୍ବିତ ରାତି ପର୍ଯ୍ୟନ୍ତ ମଧ୍ୟ ନାମ ପଞ୍ଜୀକରଣ କାର୍ଯ୍ୟ ଚାଲୁଛି। କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଅଞ୍ଚଳରେ ଏପରି ପରିସ୍ଥିତି ସୃଷ୍ଟି ହୋଇଛି।

ପ୍ରକାଶ ଯେ, ମରୈଗାଁ ସେବା ସମବାୟ ସମିତିରେ ଗତ ବର୍ଷ ୧୮୫୩ ଜଣ ଚାଷୀ ନାମ ପଞ୍ଜୀକରଣ କରିଥିଲେ। ଚଳିତ ବର୍ଷ ଅଦ୍ୟାବଧି ପ୍ରାୟ ୨୧୦୦ ଜଣ ଚାଷୀ ପଞ୍ଜୀକରଣ ପାଇଁ ଫର୍ମ ଦାଖଲ କରିଛନ୍ତି। ସେଥିରୁ ୧୫୦୩ ଜଣ ଚାଷୀଙ୍କ ନାମ ପଞ୍ଜୀକରଣ ହୋଇପାରିଛି। ସର୍ଭରରେ ବାରମ୍ବାର ଡାଉନ ରହୁଥିବାରୁ ପଞ୍ଜୀକରଣ ପ୍ରକ୍ରିୟା ବିଳମ୍ବ ହେଉଛି।

ଦୈନିକ ପାଖାପାଖି ୫୦ ରୁ ୬୦ ଜଣ ଚାଷୀଙ୍କ ନାମ ପଞ୍ଜିକରଣ ହୋଇପାରୁଛି। ଫଳରେ ଧାର୍ଯ୍ୟ ସମୟ ମଧ୍ୟରେ ସମସ୍ତ ଚାଷୀଙ୍କ ପଞ୍ଜୀକରଣ ହେବା ଚିନ୍ତାର କାରଣ ସାଜିଛି। ସେହିପରି ରମ୍ପାସ ସମିତିରେ ୮୦୦ରୁ ଊର୍ଦ୍ଧ୍ୱ ଚାଷୀ ପଞ୍ଜୀକରଣ କରିବାକୁ ଥିବା ବେଳେ ଆହୁରି ୨ ଶହ ଚାଷୀ ପଞ୍ଜୀକରଣ କରିପାରି ନାହାନ୍ତି। ଚାଷୀଙ୍କ କହିବା ଅନୁଯାୟୀ, ଗତ ୨ରୁ ୩ ଦିନ ହେଲା ସେମାନେ ସମିତିକୁ ଆସି ଦୀର୍ଘ ସମୟ ଧରି ଲମ୍ବା ଧାଡିରେ ଠିଆ ହୋଇ ଅପେକ୍ଷା କରୁଛନ୍ତି। ଅନେକ ଚାଷୀ ରାତି ପର୍ଯ୍ୟନ୍ତ ଅପେକ୍ଷା କରି ମଧ୍ୟ ପଞ୍ଜୀକରଣ ହୋଇ ନ ପାରିବାରୁ ନିରାଶ ହୋଇ ଫେରୁଛନ୍ତି।

ଅପରପକ୍ଷେ ଚାଷୀଙ୍କ ଭିଡ଼କୁ ଦୃଷ୍ଟିରେ ରଖି ବିଭିନ୍ନ ସମିତି ପକ୍ଷରୁ ଅଧିକ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ମାତ୍ର ସର୍ଭର ଡାଉନ ଯୋଗୁ ପଞ୍ଜୀକରଣ କାର୍ଯ୍ୟରେ ବାରମ୍ବାର ବାଧା ସୃଷ୍ଟି ହେଉଛି। ମରୈଗାଁ ସେବା ସମବାୟ ସମିତିର ସମ୍ପାଦକ ଶରତ ସେଠୀ କହିଛନ୍ତି, ରାତି ଦିନ ଲାଗି ପଞ୍ଜୀକରଣ କାର୍ଯ୍ୟ କରାଯାଉଛି। ସର୍ଭର ଡାଉନ ପାଇଁ ନାନା ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ନାମ ପଞ୍ଜୀକରଣ ସମୟ ସୀମା ବୃଦ୍ଧି ନେଇ କୌଣସି ସରକାରୀ ନିର୍ଦ୍ଦେଶ ପତ୍ର ତାଙ୍କର ହସ୍ତଗତ ହୋଇନି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri