‘ସମସ୍ତ ଦିବ୍ୟାଙ୍ଗଙ୍କ ନିକଟରେ ସେବା ପହଞ୍ଚତ୍ବ’

ଖୋର୍ଦ୍ଧା ଅଫିସ,୨୦ା୪: ଦିବ୍ୟାଙ୍ଗଙ୍କୁ କୃତ୍ରିମ ଅଙ୍ଗ ପ୍ରତ୍ୟଙ୍ଗ ଯୋଗାଣ ପାଇଁ ଓଡ଼ିଶା ସରକାର ଏବଂ ଶ୍ରୀ ଭଗବାନ ମହାବୀର ବିକଳାଙ୍ଗ ସହାୟତା ସମିତି (ବିଏମ୍‌ଭିଏସ୍‌ଏସ୍‌) ଜୟପୁରର ମିଳିତ ପ୍ରୟାସରେ ଖୋର୍ଦ୍ଧା ଗୁରୁଜଙ୍ଗଠାରେ ନବନିିର୍ମିତ ବିଜୁ ମହାବୀର ଜୟପୁଟ ଫୁଟ୍‌ ସେଣ୍ଟରକୁ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ସେହିପରି ଭ୍ରାମ୍ୟମାଣ ମୋବାଇଲ ଯାନକୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିବା ସହ କେତେଜଣ ଦିବ୍ୟାଙ୍ଗଙ୍କୁ ଶ୍ରବଣ ଯନ୍ତ୍ର, ଟ୍ରାଇ ସାଇକେଲ, ହୁଇଲଚେୟାର ବଣ୍ଟନ କରିଛନ୍ତି। ମଞ୍ଚ ଉପରେ ସଂସ୍ଥା ପକ୍ଷରୁ ଏମ୍‌. ଖାନ୍‌ ନାମକ ଦିବ୍ୟାଙ୍ଗଙ୍କ କୃତ୍ରିମ ଅଙ୍ଗ ରୋପଣ କରାଯାଇଥିଲା। ସମ୍ପୃକ୍ତ ବ୍ୟକ୍ତି ହୁଇଲଚେୟାରରୁ ଉଠି ଚାଲିିଥିଲେ। ଏନେଇ ମୁଖ୍ୟମନ୍ତ୍ରୀଙ୍କ ସମେତ ସଂସ୍ଥା ପ୍ରତି ସେ କୃତଜ୍ଞତା ଜ୍ଞାପନ କରିଥିଲେ।
ଏହି ଅବସରରେ ଆୟୋଜିତ ସଭାରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଥିଲେ, ଖୋର୍ଦ୍ଧାଠାରେ କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ଯୋଗାଣ କେନ୍ଦ୍ରକୁ ଉଦ୍‌ଘାଟନ କରି ମୁଁ ଅତ୍ୟନ୍ତ ଖୁସି। ଆନନ୍ଦର କଥା, ଓଡ଼ିଶାରେ ଏହି ସେବା ଆରମ୍ଭ ହୋଇଛି। ଏହା ଦ୍ୱାରା ରାଜ୍ୟର ଦିବ୍ୟାଙ୍ଗଙ୍କ ମନରେ ନୂତନ ଆଶା ସଞ୍ଚାର ହୋଇଛି। ଜୟପୁର ଫୁଟ୍‌୍‌ କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ଜରିଆରେ ଦିବ୍ୟାଙ୍ଗମାନେ ସକ୍ଷମ ହୋଇପାରିବେ। ପଦ୍ମଭୂଷଣ ଡା. ଡି. ଆର୍‌. ମେହେଟ୍ଟା ହେଉଛନ୍ତି ଜୟପୁର ଫୁଟ୍‌ ସେଣ୍ଟରର ପ୍ରତିଷ୍ଠାତା। ଦେଶ ବିଦେଶରେ କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ଯୋଗାଣ କ୍ଷେତ୍ରରେ ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ସଂସ୍ଥା ଭାବେ ଜୟପୁର ଫୁଟ୍‌ ସେଣ୍ଟରର ସୁନାମ ରହିଛି। ଏହି ସଂସ୍ଥା ବିଶ୍ୱରେ ୨୧ଲକ୍ଷ ଦିବ୍ୟାଙ୍ଗଙ୍କୁ କୃତ୍ରିମ ଅଙ୍ଗ ପ୍ରତ୍ୟଙ୍ଗ ଯୋଗାଇ ସେମାନଙ୍କୁ ସକ୍ଷମ କରିପାରିଛି। ଦିବ୍ୟାଙ୍ଗଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଉଛନ୍ତି। ସେମାନଙ୍କୁ ସାମାଜିକ ସ୍ରୋତରେ ସାମିଲ କରିବା ତଥା ସ୍ବାବଲମ୍ବୀ, ସଶକ୍ତୀକରଣ ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ଦିବ୍ୟାଙ୍ଗମାନେ ସମାଜର ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ତେଣୁ ସେମାନଙ୍କୁ ଉପଯୁକ୍ତ ଥଇଥାନ କରିବା ଆମ ସମସ୍ତଙ୍କ ଦାୟିତ୍ୱ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଏଥିଲାଗି ସମସ୍ତେ ମିଳିମିଶି କାମ କରିବାକୁ ପରାମର୍ଶ ଦେଇଥିଲେ। ଏଣିକି ଦିବ୍ୟାଙ୍ଗମାନଙ୍କୁ ଆଉ ମେଡିକାଲ ଆସିବାକୁ ପଡ଼ିବ ନାହିଁ। ସେମାନଙ୍କ ନିକଟରେ ସେବା ପହଞ୍ଚିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କହିଥିଲେ।
ସ୍ବାଗତ ଭାଷଣ ଦେଇ ବିଏମ୍‌ଭିଏସ୍‌ଏସ୍‌ ପ୍ରତିଷ୍ଠାତା ଚେୟାରମ୍ୟାନ ଡା. ଡି. ଆର୍‌. ମେହେଟ୍ଟା କହିଲେ, ଦିବ୍ୟାଙ୍ଗଙ୍କୁ କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ଯୋଗାଣ ଆମ ସାମାଜିକ ପ୍ରତିବଦ୍ଧତା। ୧୯୭୫ ମସିହାରୁ ଏହି ସଂସ୍ଥା ଦେଶବିଦେଶରେ ଦିବ୍ୟାଙ୍ଗଙ୍କୁ ସକ୍ଷମ କରିବା ଦିଗରେ ନିରନ୍ତର ପ୍ରୟାସ କରୁଛି। ଭ୍ରାମ୍ୟମାଣ ଯାନ ଜରିଆରେ ସବୁ ଜିଲାରେ ଦିବ୍ୟାଙ୍ଗଙ୍କୁ ଅଙ୍ଗପ୍ରତ୍ୟଙ୍ଗ ଯୋଗାଇ ଦିଆଯିବ। ଯେଉଁମାନେ ଆର୍ଥତ୍କ ସ୍ବଚ୍ଛଳତା କାରଣରୁ କୃତ୍ରିମ ଅଙ୍ଗ ପ୍ରତ୍ୟଙ୍ଗ ପ୍ରତ୍ୟାରୋପଣ କରିପାରୁନାହାନ୍ତି, ସେମାନଙ୍କୁ ଏହି ସଂସ୍ଥା ବିନା ଖର୍ଚ୍ଚରେ ସେବା ଯୋଗାଇଦେବ ବୋଲି ମେହେଟ୍ଟା ପ୍ରକାଶ କରିଥିଲେ। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା କହିଲେ, ଗତବର୍ଷ ଉକ୍ତ ସଂସ୍ଥା ସହ ଓଡ଼ିଶା ସରକାର ବୁଝାମଣାପତ୍ର ସ୍ବାକ୍ଷର କରିଥିଲେ। ପ୍ରବାଦ ପୁରୁଷ ବିଜୁବାବୁଙ୍କ ସ୍ମୃତିରେ ଏହି କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି। ସେହିପରି ସଂସ୍ଥାର ମୁଖ୍ୟ କାର୍ଯ୍ୟନିର୍ବାହୀ ସତିଶ ମେହେଟା ଧନ୍ୟବାଦ ଅର୍ପଣ କରି କହିଲେ, ୨୦ ତାରିଖ ଗୁରୁବାରଠାରୁ ଏଠାରେ ସେବା ଉପଲବ୍ଧ ହେବ। ଏହି ସଂସ୍ଥା ୨୦୨୪ ସୁଦ୍ଧା ଓଡ଼ିଶାର ସବୁ ଜିଲାରେ ଭ୍ରାମ୍ୟମାଣ ଯାନ ଯୋଗେ ସେବା ପହଞ୍ଚାଇବ। ପ୍ରତି ଜିଲାରେ କ୍ୟାମ୍ପ କରାଯିବ। ସର୍ବଭାରତୀୟ ସ୍ତରରେ ଏହା ୨୯ତମ କେନ୍ଦ୍ର। ଆଗକୁ ପଞ୍ଜାବ ଓ ହରିୟାଣାରେ କେନ୍ଦ୍ର ଖୋଲାଯିବ ବୋଲି ସେ ସୂଚନା ଦେଇଥିଲେ। ପ୍ରଶାସନ ପକ୍ଷରୁ ଏକ ଡାଟା ପ୍ରସ୍ତୁତ କରାଯାଇଛି ଏବଂ ଜିଲାର ସମସ୍ତ ଦିବ୍ୟାଙ୍ଗଙ୍କୁ ସେବା ଯୋଗାଇଦେବା ଲାଗି ପଦକ୍ଷେପ ନିଆଯିବ ବୋଲି ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ କହିଥିଲେ। ଏହି କାର୍ଯ୍ୟକ୍ରମରେ ଖୋର୍ଦ୍ଧା ବିଧାୟକ ଜ୍ୟୋତିରୀନ୍ଦ୍ର ନାଥ ମିତ୍ର, ଅତିରିକ୍ତ ଜିଲାପାଳ ପ୍ରତାପ ଚନ୍ଦ୍ର ବେଉରା, ସାଫଲ୍ୟ ମଣ୍ଡିତ ପ୍ରଧାନ, ଜିଲାପରିଷଦ ସିଇଓ ଦିଗନ୍ତ ରାଉତରାୟ ପ୍ରମୁଖ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଏସ୍‌ପି ସିଦ୍ଧାର୍ଥ କଟାରିଆଙ୍କ ନେତୃତ୍ୱରେ ୬ ଡିଏସ୍‌ପି, ୧୦ ଆଇଆଇସି, ୩୦ ଏସ୍‌ଆଇ,ଏଏସ୍‌ଆଇ, କନ୍‌ଷ୍ଟେବଲଙ୍କ ସମେତ ୧୦ ପ୍ଲାଟୁନ ଫୋର୍ସ ମୁତୟନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?