ସ୍ବାସ୍ଥ୍ୟକେନ୍ଦ୍ରରୁ ମିଳୁନି ସେବା

ବଇଣ୍ଡା, ୧୮ା୧୨ (ପରିକ୍ଷିତ ସାହୁ): ସରକାରୀ ଡାକ୍ତରଖାନା ହୋଇଥିବାରୁ ଚିକିତ୍ସାରେ ନାନା ସୁବିଧାର ସୁଯୋଗ ନେବାକୁ ଆସୁଛନ୍ତି ରୋଗୀ। ହେଲେ ମେଡିକାଲରେ ପହଞ୍ଚିବା ପରେ ଧାରଣା ବଦଳି ଯାଉଛି ସେମାନଙ୍କର। ଡାକ୍ତରଙ୍କୁ ଦେଖା କରିବା ତ ଦୂରର କଥା ନର୍ସ କି କମ୍ପାଉଣ୍ଡର ନ ଥିବା ଶୁଣିବା ପରେ ନିରାଶରେ ଅନ୍ୟତ୍ର ଯିବାକୁ ପଡ଼ୁଛି ସେମାନଙ୍କୁ। ଏପରି ଅବ୍ୟବସ୍ଥାର ଚିତ୍ର ଦେଖିବାକୁ ମିଳୁଛି ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ। ସମସ୍ତ ଭିତ୍ତିଭୂମି ଥାଇ ବି ଏହି ସ୍ବାସ୍ଥ୍ୟକେନ୍ଦ୍ରରୁ ରୋଗୀଙ୍କୁ ସେବା ମିଳୁ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଏ ନେଇ ସ୍ଥାନୀୟ ଅଞ୍ଚଳବାସୀ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ଜିଲା ପ୍ରଶାସନ, ଆଠମଲ୍ଲିକ ବିଧାୟକ, ସମ୍ବଲପୁର ଏମ୍‌ପିଙ୍କୁ ଅଭିଯୋଗ କରିଥିଲେ ମଧ୍ୟ ସୁଫଳ ମିଳୁନାହିଁ। ସମସ୍ୟା ସମ୍ପର୍କରେ ହଣ୍ଡପା ଗ୍ରାମବାସୀ ଶନିବାର ଅନୁଗୋଳ ଜିଲାପାଳଙ୍କୁ ଅଭିଯୋଗ ପତ୍ର ମାଧ୍ୟମରେ ଅବଗତ କରାଇଛନ୍ତି।
ଗ୍ରାମବାସୀଙ୍କ କହିବା ଅନୁଯାୟୀ, ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ହଣ୍ଡପା, ବିଲେଇନାଳି, ଲୁହାମୁଣ୍ଡା, କଟରଙ୍ଗା, ନାକିଚି ପଞ୍ଚାୟତର ୩୦ ହଜାର ଲୋକ ନିର୍ଭରଶୀଳ। ଏଠାରେ ମୃତଦେହ ବ୍ୟବଚ୍ଛେଦ ବ୍ୟବସ୍ଥା ଥିବାରୁ ସ୍ବାସ୍ଥ୍ୟକେନ୍ଦ୍ରର ଗୁରୁତ୍ୱ ଯଥେଷ୍ଟ ଅଧିକ। କିଶୋରନଗର ଓ ହଣ୍ଡପା ଥାନା ଅଞ୍ଚଳର ସମସ୍ତ ଅପମୃତ୍ୟୁ, ହତ୍ୟା, ଦୁର୍ଘଟଣାରେ ମୃତଦେହ ଏଠାରେ ବ୍ୟବଚ୍ଛେଦ କରାଯାଉଛି। କିନ୍ତୁ ଡାକ୍ତର ନ ଥିବା ଯୋଗୁ ଠିକ୍‌ ସମୟରେ ବ୍ୟବଚ୍ଛେଦ ହେଇପାରୁ ନାହିଁ। ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହୋଇଥିବା ଡାକ୍ତର ଉଚ୍ଚ ଶିକ୍ଷା ପାଇଁ ଯାଇଥିବା ବେଳେ ଆୟୁଷ ଡାକ୍ତର, କମ୍ପାଉଣ୍ଡର, ଷ୍ଟାଫ ନର୍ସ ପଦବୀ ଖାଲି ପଡିଛି। ଜଣେ ମାତ୍ର ପୁରୁଷ ସ୍ବାସ୍ଥ୍ୟକର୍ମୀ ଥିଲେ ବି ରୋଗୀମାନେ ସ୍ବାସ୍ଥ୍ୟ ସେବା ନ ପାଇ ଫେରିଯାଉଛନ୍ତି। ବିଶେଷକରି ଷ୍ଟାଫ ନର୍ସ ନ ଥିବା ଯୋଗୁ ଗ୍ରାମାଞ୍ଚଳରୁ ଆସୁଥିବା ଗର୍ଭବତୀମାନେ କିଶୋରନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯିବାକୁ ବାଧ୍ୟ ହେଉଛନ୍ତି। ସାମାନ୍ୟ ଥଣ୍ଡା, ଜ୍ୱର ରୋଗୀ ୭ କି.ମି. ଦୂର ବଇଣ୍ଡା ନଚେତ ୫୦ କି.ମି. ଦୂର ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ଅଯଥା ଖର୍ଚ୍ଚାନ୍ତରେ ପଡ଼ୁଛନ୍ତି। ସରକାରଙ୍କ ପକ୍ଷରୁ ଆସୁଥିବା ଔଷଧ ମଧ୍ୟ ଠିକ୍‌ ଭାବେ ମିଳୁନାହିଁ। ତୁରନ୍ତ ସ୍ଥାୟୀ ଡାକ୍ତର ନିଯୁକ୍ତ କରା ନ ଗଲେ ଆନ୍ଦୋଳନ କରାଯିବ ବୋଲି ହଣ୍ଡପା ଗ୍ରାମବାସୀ ଚେତାବନୀ ଦେଇଛନ୍ତି। ଏ ନେଇ ଜିଲା ସ୍ବାସ୍ଥ୍ୟ ଅଧିକାରୀ ଅଭୟ ଚରଣ ସାଇଁ କହିଛନ୍ତି, ଜିଲାରେ ୪୦ ପ୍ରତିଶତ ଡାକ୍ତର ପଦବୀ ଖାଲି ରହିଛି। ସମସ୍ୟା ନେଇ ସରକାରଙ୍କୁ ଅବଗତ କରାଯାଇଛି। ଖୁବ୍‌ଶୀଘ୍ର ଡାକ୍ତର ପଦପୀ ପୂରଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?