‘ବରିଷ୍ଠ ନାଗରିକଙ୍କ ସେବା କଲେ ମିଳିଥାଏ ପୁଣ୍ୟ’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ପ୍ରଶାସନ ପକ୍ଷରୁ ଶୁକ୍ରବାର ବରିଷ୍ଠ ନାଗରିକ ଦିବସ ବ୍ଲକ ସମ୍ମିଳନୀ କକ୍ଷରେ ପାଳିତ ହୋଇଯାଇଛି। ଏଥିରେ ବ୍ଲକ ଉପାଧ୍ୟକ୍ଷା ରାଜଲକ୍ଷ୍ମୀ ପ୍ରଧାନ ସଭାପତିତ୍ୱ କରିଥିଲେ। ଆୟୋଜିତ ଉତ୍ସବରେ ବକ୍ତାମାନେ ଯୋଗଦେଇ ବାର୍ଦ୍ଧକ୍ୟ ସମୟରେ କନିଷ୍ଠମାନେ ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସେବାକଲେ ପୁଣ୍ୟ ମିଳିଥାଏ ବୋଲି କହିଥିଲେ। ଆମେ ଆଜି ମାତା ପିତାଙ୍କ ସେବା କରିଥିବା ଯୋଗୁ ସେମାନଙ୍କ ଆଶୀର୍ବାଦରେ ଭଲରେ ଅଛୁ। ତେଣୁ ସର୍ବଦା ଆମେ ମାତା, ପିତା ଏବଂ ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସେବା କରିବାକୁ ଅତିଥିମାନେ ଉପସ୍ଥିତ ଲୋକଙ୍କୁ ଆହ୍ବାନ କରିଥିଲେ। ସରକାର ବରିଷ୍ଠ ନାଗରିକଙ୍କ ପାଇଁ ଅନେକ ଯୋଜନା କରୁଛନ୍ତି ବୋଲି ଅତିଥିମାନେ କହିଥିଲେ। ବିଡିଓ ଭାରତୀ ଦେବୀ, ସିଡିପିଓ ମିଲିମା କୁମାରୀ ପଣ୍ଡା, ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଲୋପାମୁଦ୍ରା ରଥ, ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସେବା ସଂଘ ସଭାପତି ବିଭୂତି ଭୂଷଣ ଜେନା ଅତିଥି ଭାବେ ଯୋଗ ଦେଇଥିଲେ। ଏବିଡିଓ ପୂର୍ଣ୍ଣଚନ୍ଦ୍ର ପାଢ଼ୀ ସ୍ବାଗତ ଭାଷଣ ଦେଇଥିଲେ। ଆଲୋଚନାରେ ବରିଷ୍ଠ ନାଗରିକ ଶୁଳପାଣି ଶତପଥୀ, ସନ୍ତୋଷ ଜେନା, ଜଗବନ୍ଧୁ ଜେନା, ଅନୁପମ ବାନାର୍ଜୀ ପ୍ରମୁଖ ଯୋଗଦେଇ ସେମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ କହିଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା କୃତୀ ପ୍ରତିଯୋଗୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ଏହି ଅବସରରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ ପ୍ରମୁଖ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ପ୍ରତିବର୍ଷ ଅକ୍ଟୋବର ୧ ତାରିଖରେ ବରିଷ୍ଠ ନାଗରିକ ଦିବସ ଭାବେ ପାଳନ କରାଯାଇଥାଏ। ମାତ୍ର ଚଳିତ ବର୍ଷ ଆଜିର ଦିନକୁ ବରିଷ୍ଠ ନାଗରିକ ଦିବସ ଭାବେ ପାଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

ଚାଷଜମିରୁ ବୋମା ଜବତ; ଆତଙ୍କିତ ଗ୍ରାମବାସୀ, ପୋଲିସର ତଦନ୍ତ…   

ଦିଗପହଣ୍ଡି,୨୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ କୁମରଡ଼ା ଗ୍ରାମ ବଡ଼ବନ୍ଧ ପୋଖରୀ ନିକଟ ଚାଷଜମିରେ ବୋମା ଆତଙ୍କ । ରଘୁ...

ସମୁଦ୍ର କୁଳ ଲଙ୍ଗିବା ପ୍ରସଙ୍ଗ: ଏନଆଇଓଟି ଟିମର ସର୍ଭେ ଆରମ୍ଭ

ଛତ୍ରପୁର,୨୦।୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ଗାଁ ସମୁଦ୍ର କୂଳନିକଟରେ ରହିଥିବା ଯୋଗୁ ସମୁଦ୍ର ଧିରେ ଧିରେ କୂଳ ଲଙ୍ଘୁଛି ଯାହାଫଳରେ ଭୟଭୀତ...

ରାସ୍ତା ନିର୍ମାଣ ଦାବିରେ ଶିକ୍ଷକଙ୍କ ଆମରଣ ଅନଶନ

ଭଞ୍ଜନଗର,୧୯।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂ ପଞ୍ଚାୟତରେ ଦୀର୍ଘ ଦିନରୁ ପଡ଼ି ରହିଥିବା ଅଧାପନ୍ତରିଆ ରାସ୍ତା କାମକୁ ନେଇ ଅସନ୍ତୋଷ ତେଜିଛି। ଛେଦାଭୂମୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri