Posted inଜାତୀୟ

ନିର୍ବାଚନ ପିଟିଶନ ଦାଏର ପାଇଁ ସମୟସୀମା ଧାର୍ଯ୍ୟ ହେଉ

ନୂଆଦିଲ୍ଲୀ, ୨।୯: ୬ଟି ରାଜ୍ୟ ବିଧାନସଭା ନିର୍ବାଚନରେ ବ୍ୟବହୃତ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ଏବଂ ଭିଭିପିଏଟି ମେଶିନ୍‌ଗୁଡ଼ିକ ବ୍ୟବହୃତ ନ ହୋଇ ପଡ଼ିରହିଛି। କରୋନା ମାହାମରୀର ଦ୍ୱିତୀୟ ଲହର ସମୟରେ ନିର୍ବାଚନ ସମ୍ପର୍କିତ ପିଟିଶନ ଦାଏର ପାଇଁ ସମୟସୀମା ବଢ଼ାଯାଇଥିବାରୁ ଉକ୍ତ ଇଭିଏମ୍‌ ଏବଂ ଭିଭିପିଏଟି ମେଶିନଗୁଡ଼ିକୁ ସଂରକ୍ଷିତ ରଖାଯାଇଛି। ସେଗୁଡ଼ିକୁ ଶୀଘ୍ର ମୁକ୍ତ କରିବା ପାଇଁ ନିର୍ବାଚନ କମିଶନ(ଇସି) ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଇସିଙ୍କ ଓକିଲ ବିକାଶ ସିଂ ପିଟିଶନ ଦାଖଲ କରିବା ପରେ ପ୍ରଧାନ ବିଚାରପତି ଏନ୍‌.ଭି. ରମନାଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ ସୂର୍ଯ୍ୟ କାନ୍ତ ଏବଂ ଏ.ଏସ୍‌. ବୋପନ୍ନାଙ୍କୁ ନେଇ ଗଠିତ ଖଣ୍ଡପୀଠ ଆସନ୍ତା ସପ୍ତାହରେ ଏହାର ଶୁଣାଣି କରିବାକୁ ରାଜି ହୋଇଛନ୍ତି। ଆସାମ, କେରଳ, ଦିଲ୍ଲୀ, ପୁଡ଼ୁଚେରୀ, ତାମିଲନାଡୁ ଏବଂ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ସମ୍ପର୍କିତ ପିଟିଶନ ଦାଖଲ କରିବା ଲାଗି ସମୟସୀମା ଧାର୍ଯ୍ୟ ହେବା ଆବଶ୍ୟକ ବୋଲି ଇସିଙ୍କ ଓକିଲ ଯୁକ୍ତି ଦର୍ଶାଇଥିଲେ। ଆଗକୁ ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ ବିଧାନସଭା ନିର୍ବାଚନ ହେବାକୁ ଥିବାରୁ ଇଭିଏମ୍‌ ଏବଂ ଭିଭିପିଏଟି ମେଶିନ ଜରୁରୀ ବୋଲି ସେ କହିଥିଲେ। ସୂଚନାଯୋଗ୍ୟ, କରୋନାର ଦ୍ୱିତୀୟ ଲହର ପାଇଁ ଖଣ୍ଡପୀଠ ଗତ ଏପ୍ରିଲ୍‌ ୨୭ରେ ନିର୍ବାଚନ ପିଟିଶନ ଦାଖଲ ପାଇଁ ବୈଧାନିକ ସମୟସୀମାକୁ କୋହଳ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri