ନିର୍ବାଚନୀ ହିଂସା: ଗ୍ୟାରେଜରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୧୭ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରଥମ ପର୍ଯ୍ୟାୟ ଭୋଟଦାନ ବୁଧବାର ସରିଛି। ଗଞ୍ଜାମ ଜିଲା ସଦର ଥାନା ଅନ୍ତର୍ଗତ ରୋହିଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖିବାକୁ ମିଳିଛି। କିଛି ଦୁର୍ବୃତ୍ତ ଗାଁରେ ଥିବା ଏକ ମୋଟର ସାଇକେଲ ମରାମତି ଗ୍ୟାରେଜରେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ଗ୍ୟାରେଜରେ ଥିବା ବିଭିନ୍ନ ଗାଡ଼ି ଓ ସାଇକେଲ ପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ପୋଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ନିଆଁକୁ ଆତ୍ତୟ କରିଥିଲେ। ଗ୍ୟାରେଜ ଭିତରେ ଥିବା ସମସ୍ତ ଗାଡ଼ି ଜଳିପୋଡ଼ି ପାଉଁଶ ହୋଇଯାଇଛି ବୋଲି ବ୍ରହ୍ମପୁର ସହକାରୀ ଅଗ୍ନିଶମ ଅଧିକାରୀ ସନ୍ତୋଷ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଅନ୍ୟପଟେ ଏନେଇ ସଦର ଥାନାରେ ଅଭିଯୋଗ ପରେ ପୋଲିସ ଏ ସଂକ୍ରାନ୍ତରେ ୮୪/୨୨ରେ ୧୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ନାମରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି ବୋଲି ଥାନାଧିକାରୀ ମହେନ୍ଦ୍ର କୁମାର ସାହୁ ସୂଚନା ଦେଇଛନ୍ତି।

ଗ୍ୟାରେଜ ମାଲିକ ରବିନ୍ଦ୍ର ନାଥ ଜେନା ଅଭିଯୋଗ କରିଛନ୍ତି ଯେ, ସେ ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ସରପଞ୍ଚ ପ୍ରାର୍ଥୀଙ୍କ ସମର୍ଥକ ଥିବା ବେଳେ ବୁଧବାର ପୂର୍ବାହ୍ନରେ କେତେକ ବ୍ୟକ୍ତି ତାଙ୍କୁ ଧମକ ଦେଇଥିଲେ। ବୁଧବାର ରାତିରେ ସେ ଘରେ ଥିବା ବେଳେ କିଛି ଯୁବକ ତାଙ୍କ ଦାଣ୍ଡକୁ ଆସି ଗ୍ରୀଲ ବାଡ଼େଇବା ସହ ଘର ବାହାରକୁ ଆସିବାକୁ ତାଙ୍କୁ ଧମକ ଦେଇଥିଲେ। ସେ ଘର ଭିତରେ ଭୟଭୀତ ହୋଇ ରହିଥିବା ବେଳେ ରାତି ପ୍ରାୟ ସାଢ଼େ ୧୧ଟା ବେଳେ ସମ୍ପୃକ୍ତ ଯୁବକମାନେ ତାଙ୍କ ଗ୍ୟାରେଜ ନିଆଁ ଲଗାଇ ଦେଇଥିଲେ। ଫଳରେ ଗ୍ୟାରେଜ ଭିତରେ ଥିବା ସମସ୍ତ ଗାଡ଼ି ଓ ସାଇକେଲ ପୋଡ଼ି ଯାଇଥିବା ନେଇ ସେ ଅଭିଯୋଗ କରିଛନ୍ତି। ଘଟଣା ପରେ ସେଠାକାର ପରିସ୍ଥିତି ଉତ୍ତେଜନା ରହିଥିବା ବେଳେ ରାତିସାରା ପୋଲିସ ଫୋର୍ସ ଉକ୍ତ ଗ୍ରାମରେ ପଇଁତରା ମାରିଥିବା ଜଣାପଡ଼ିଛି। ଗ୍ୟାରେଜ ଥିବା ବିଭିନ୍ନ ଗାଡ଼ି ଓ ସାଇକେଲ ଏପରି ୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ ହୋଇଯାଇଥିବା ଗ୍ୟାରେଜ ମାଲିକ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri