ନିର୍ବାଚନୀ ହିଂସା: ଗ୍ୟାରେଜରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୧୭ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରଥମ ପର୍ଯ୍ୟାୟ ଭୋଟଦାନ ବୁଧବାର ସରିଛି। ଗଞ୍ଜାମ ଜିଲା ସଦର ଥାନା ଅନ୍ତର୍ଗତ ରୋହିଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖିବାକୁ ମିଳିଛି। କିଛି ଦୁର୍ବୃତ୍ତ ଗାଁରେ ଥିବା ଏକ ମୋଟର ସାଇକେଲ ମରାମତି ଗ୍ୟାରେଜରେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ଗ୍ୟାରେଜରେ ଥିବା ବିଭିନ୍ନ ଗାଡ଼ି ଓ ସାଇକେଲ ପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ପୋଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ନିଆଁକୁ ଆତ୍ତୟ କରିଥିଲେ। ଗ୍ୟାରେଜ ଭିତରେ ଥିବା ସମସ୍ତ ଗାଡ଼ି ଜଳିପୋଡ଼ି ପାଉଁଶ ହୋଇଯାଇଛି ବୋଲି ବ୍ରହ୍ମପୁର ସହକାରୀ ଅଗ୍ନିଶମ ଅଧିକାରୀ ସନ୍ତୋଷ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଅନ୍ୟପଟେ ଏନେଇ ସଦର ଥାନାରେ ଅଭିଯୋଗ ପରେ ପୋଲିସ ଏ ସଂକ୍ରାନ୍ତରେ ୮୪/୨୨ରେ ୧୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ନାମରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି ବୋଲି ଥାନାଧିକାରୀ ମହେନ୍ଦ୍ର କୁମାର ସାହୁ ସୂଚନା ଦେଇଛନ୍ତି।

ଗ୍ୟାରେଜ ମାଲିକ ରବିନ୍ଦ୍ର ନାଥ ଜେନା ଅଭିଯୋଗ କରିଛନ୍ତି ଯେ, ସେ ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ସରପଞ୍ଚ ପ୍ରାର୍ଥୀଙ୍କ ସମର୍ଥକ ଥିବା ବେଳେ ବୁଧବାର ପୂର୍ବାହ୍ନରେ କେତେକ ବ୍ୟକ୍ତି ତାଙ୍କୁ ଧମକ ଦେଇଥିଲେ। ବୁଧବାର ରାତିରେ ସେ ଘରେ ଥିବା ବେଳେ କିଛି ଯୁବକ ତାଙ୍କ ଦାଣ୍ଡକୁ ଆସି ଗ୍ରୀଲ ବାଡ଼େଇବା ସହ ଘର ବାହାରକୁ ଆସିବାକୁ ତାଙ୍କୁ ଧମକ ଦେଇଥିଲେ। ସେ ଘର ଭିତରେ ଭୟଭୀତ ହୋଇ ରହିଥିବା ବେଳେ ରାତି ପ୍ରାୟ ସାଢ଼େ ୧୧ଟା ବେଳେ ସମ୍ପୃକ୍ତ ଯୁବକମାନେ ତାଙ୍କ ଗ୍ୟାରେଜ ନିଆଁ ଲଗାଇ ଦେଇଥିଲେ। ଫଳରେ ଗ୍ୟାରେଜ ଭିତରେ ଥିବା ସମସ୍ତ ଗାଡ଼ି ଓ ସାଇକେଲ ପୋଡ଼ି ଯାଇଥିବା ନେଇ ସେ ଅଭିଯୋଗ କରିଛନ୍ତି। ଘଟଣା ପରେ ସେଠାକାର ପରିସ୍ଥିତି ଉତ୍ତେଜନା ରହିଥିବା ବେଳେ ରାତିସାରା ପୋଲିସ ଫୋର୍ସ ଉକ୍ତ ଗ୍ରାମରେ ପଇଁତରା ମାରିଥିବା ଜଣାପଡ଼ିଛି। ଗ୍ୟାରେଜ ଥିବା ବିଭିନ୍ନ ଗାଡ଼ି ଓ ସାଇକେଲ ଏପରି ୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ ହୋଇଯାଇଥିବା ଗ୍ୟାରେଜ ମାଲିକ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷମତାର ଦୁରୁପଯୋଗ

ଦୁର୍ନୀତି ଓ ଲାଞ୍ଚ, ଏହି ଦୁଇଟି ଶବ୍ଦକୁ ପରସ୍ପର ବଦଳରେ ବ୍ୟବହାର କରାଯାଇପାରେ। କିନ୍ତୁ ପ୍ରକୃତରେ ଲାଞ୍ଚ ଶବ୍ଦ ୧୬ଶ ଶତାବ୍ଦୀରେ ଉତ୍ପତ୍ତି ହୋଇଥିଲା। ଏହାର ଅର୍ଥ…

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

ବୌଦ୍ଧ ବିଧାୟକଙ୍କ ନାଁରେ ଗିରଫ ପରୱାନା

ହରଭଙ୍ଗା,୨୭ା୯(ନରେନ୍ଦ୍ର କୁମାର ସାହୁ): ୨୦୨୪ରେ ଅନୁଷ୍ଠିତ ୧୭ତମ ବିଧାନସଭା ନିର୍ୱାଚନ ସମୟରେ ବର୍ତ୍ତମାନର ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?