ଟ୍ରକ୍‌ରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୧୭ା୩: ବଡ଼ବଜାର ଥାନା ଅଧୀନ ଫାଷ୍ଟଗେଟ୍‌ ସ୍ଥିତ ଛେଳିକଟା ଘର ସମ୍ମୁଖରେ ଛିଡ଼ା ହୋଇଥିବା ଏକ ମାଲବାହୀ ଟ୍ରକରେ କେତେକ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି। ଏ ନେଇ ଡ୍ରାଇଭର୍‌ ପ୍ରଦୀପ କୁମାର (୩୧) ବଡ଼ବଜାର ଥାନାରେ ଅଭିଯୋଗ କରିଛନ୍ତି। ଏନେଇ ପୋଲିସ ଏକ ମାମଲା(ନଂ.୭୯/୨୩) ରୁଜୁ କରି ସ୍ଥାନୀୟ ଲୋକଙ୍କୁ ପଚରାଉଚରା କରୁଛି।

ପ୍ରକାଶ ଯେ, ଉତ୍ତରପ୍ରଦେଶରୁ ଏକ ଟ୍ରକ୍‌ (ୟୁପି୭୫ଏମ୍‌-୬୬୩୬) ଗତ ୧୫ତାରିଖ ରାତି ପ୍ରାୟ ୧ଟାରେ ଚୁଡ଼ି, କାଚ, ପ୍ଲାଷ୍ଟିକ୍‌ ଆଦି ସାମଗ୍ରୀ ଆଣି ବ୍ରହ୍ମପୁରରେ ପହଞ୍ଚି ଥିଲା। ଟ୍ରକ୍‌ଟି ଆସିକା ରୋଡ ଛେଳିକଟା ଘର ସମ୍ମୁଖରେ ରହିଥିଲା। ଦୁଇ ଜଣ ବ୍ୟବସାୟୀ ସେମାନଙ୍କ ବରାଦ ସାମଗ୍ରୀ ଉକ୍ତ ଟ୍ରକରୁ ନେଇଯାଇଥିବା ବେଳେ ଅନ୍ୟ ଜଣେ ବ୍ୟବସାୟୀଙ୍କ ସାମଗ୍ରୀ ଟ୍ରକରେ ରହିଥିଲା। ଅନ୍ୟ ବ୍ୟବସାୟୀ ଜଣଙ୍କ ନ ଆସିବାରୁ ଟ୍ରକ୍‌ ଚାଳକ ପ୍ରଦୀପ ଉକ୍ତ ଟ୍ରକଟିକୁ ରାସ୍ତା କଡ଼଼ରେ ପାର୍କିଂ କରି ଆଗପଟ ସିଟରେ ଶୋଇପଡ଼ିଥିଲେ। ବିଳମ୍ବିତ ରାତିରେ ପୋଲିସ ପିସିଆର୍‌ ଭ୍ୟାନ୍‌ ଟ୍ରକ ନିକଟକୁ ଆସି ଡ୍ରାଇଭରଙ୍କୁ ଡାକିବା ସହ ତାଙ୍କ ଟ୍ରକରେ ନିଆଁ ଲାଗିଯାଇଥିବା ସୂଚନା ଦେଇଥିଲା। ପରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। କିନ୍ତୁ ଟ୍ରକରେ ଥିବା ପ୍ରାୟ ୫ଲକ୍ଷ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ ହେବା ସହ ଟ୍ରକଟି ଜଳିଯାଇଥିବା ନେଇ ଡ୍ରାଇଭର ପ୍ରଦୀପ ଥାନାରେ ଏତଲା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri