Posted inଜାତୀୟ

କେଜ୍‌ରିଓ୍ବାଲଙ୍କୁ ବଡ଼ ଝଟକା; ଜାମିନ ଉପରେ ରୋକ ଲଗାଇଲେ ହାଇକୋର୍ଟ

ନୂଆଦିଲ୍ଲୀ,୨୧।୬: ମଦ ଦୁର୍ନୀତି ମାମଲାରେ ନିମ୍ନ ଅଦାଲତରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଦିଆଯାଇଥିବା ଜାମିନ ହାଇକୋର୍ଟ ସ୍ଥଗିତ ରଖିଛନ୍ତି। ଏହି ମାମଲାର ଶୁଣାଣି ପର୍ଯ୍ୟନ୍ତ ହାଇକୋର୍ଟ ଜାମିନ ନାମଞ୍ଜୁର କରିଛନ୍ତି।

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) କେଜ୍‌ରିଓ୍ବାଲଙ୍କୁ ଦିଆଯାଇଥିବା ଜାମିନକୁ ବିରୋଧ କରି ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ତ ହୋଇଥିଲା। ଇଡି ଏହାର ଆବେଦନରେ କହିଥିଲା ଯେ, ତଦନ୍ତର ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତରେ କେଜ୍‌ରିଓ୍ବାଲଙ୍କୁ ଜାମିନ ମିଳିବା ତଦନ୍ତ ଉପରେ ପ୍ରଭାବ ପକାଇବ କାରଣ କେଜ୍‌ରିଓ୍ବାଲ ଏକ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅଛନ୍ତି।

ଏହି ମାମଲାରେ କେଜ୍‌ରିଓ୍ବାଲଙ୍କ ଓକିଲ ଅଭିଷେକ ମନୁଙ୍କ ଅପିଲକୁ କୋର୍ଟ ଖାରଜ କରିଦେଇଥିଲେ ଏବଂ ଏହି ମାମଲାର ଜରୁରୀ ଶୁଣାଣି ଆବଶ୍ୟକ ନଥିବା କହିଥିଲେ। ଏହାରି ମଧ୍ୟରେ ବିଚାରପତି ସୁଧୀର ଜୈନ କହିଥିଲେ, ” ଯେଉଁ ପର୍ଯ୍ୟନ୍ତ ହାଇକୋର୍ଟରେ ଏହି ମାମଲାର ଶୁଣାଣି ଚାଲିଛି, ସେ ପର୍ଯ୍ୟନ୍ତ ନିମ୍ନ ଅଦାଲତର ଆଦେଶ ପ୍ରଭାବୀ ହେବ ନାହିଁ।”

ଖବର ଅନୁଯାୟୀ ଏହି ମାମଲାରେ ବିଚାରପତି ସୁଧୀର ଜୈନ ଏବଂ ରବିନ୍ଦର ଡୁଡେଜାଙ୍କ ଖଣ୍ଡପୀଠ ଶୁଣାଣି କରୁଛନ୍ତି। ଇଡି ପକ୍ଷରୁ ହଜାର ହୋଇଥିବା ଓକିଲ କହିଥିଲେ ”ନିମ୍ନ ଅଦାଲତରେ ଏହିମାମଲାରେ ସେମାନଙ୍କର ପକ୍ଷ ରଖିବାକୁ ପର୍ଯ୍ୟାପ୍ତ ସମୟ ଦିଆଯାଇ ନଥିଲା।”

ଗୁରୁବାର ନିମ୍ନ ଅଦାଲତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଜାମିନ ଦେଇଥିଲେ। ଯାହାକୁ ବିରୋଧକରି ଇଡି ହାଇକୋର୍ଟଙ୍କ ଦ୍ୱାରସ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା…

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟଗୋଷ୍ଠୀ କ୍ରୀଡା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲାର ରାୟ ପ୍ରକାଶ, ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୩୧।୭: ଫେବୃଆରୀ ୨୦୨୦ରେ ଦିଲ୍ଲୀ ଦଙ୍ଗା ସମୟରେ ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ପାଇଁ କରକାରଡୁମା କୋର୍ଟ ପୂର୍ବତନ ଏଏପି କାଉନସିଲର ତାହିର ହୁସେନଙ୍କ ସମେତ…

କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି: ପିଏମ କିଷାନ ହିତାଧିକାରୀଙ୍କ ପାଇଁ ଖୁସିଖବର, ବଢିଲା…

ନୂଆଦିଲ୍ଲୀ,୩୧।୭: କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି। ଆଉ ୫ ବର୍ଷ ବଢିଲା ପିଏମ କିଷାନ ଯୋଜନା। ୨୦୩୦-୩୧ ଯାଏ ପିଏମ କିଷାନ ଯୋଜନା ବଢିଲା। ଏନେଇ କେନ୍ଦ୍ର…

‘ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି’: ସଂସଦରେ ହଟ୍ଟଗୋଳ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ଡାକିଲେ କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ,୩୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଶୁକ୍ରବାର (ଜୁଲାଇ 31, 2026) ସଂସଦ ଭବନରେ ଅନୁଷ୍ଠିତ ହୋଇଥିଲା। ଲୋକ ସଭା ଏବଂ…

ଭାରତ ଆସୁଛନ୍ତି ଜିନ୍‌ପିଙ୍ଗ୍, ନୂଆଦିଲ୍ଲୀରୁ ବେଜିଂ ହଲଚଲ

ନୂଆଦିଲ୍ଲୀ,୩୧।୭: ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍ ସେପ୍ଟେମ୍ବର ମାସରେ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଭାରତ ଆସିବାର ସମ୍ଭାବନା ରହିଛି। ୨୦୨୦ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri