ଶିକ୍ଷାବିତ୍‌ଙ୍କ ଅକାଳ ବିୟୋଗ: ଚକ୍ଷୁ ଦାନ କରି ସାଜିଲେ ଉଦାହରଣ

ନୂଆପଡ଼ା/ସିନାପାଲି,୨୩ା୬(ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଅଞ୍ଚଳର ଶିକ୍ଷାବିତ୍‌ ଜଗନ୍ନାଥ ନାୟକଙ୍କ ୫୨ ବର୍ଷ ବୟସରେ ରବିବାର ଅକାଳ ବିୟୋଗ ଘଟିଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଚାକିରି କରୁଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରୁ କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୂର୍ବ ଘୋଷଣା ମୁତାବକ ମୃତ୍ୟୁ ପରେ ସମାଜର କଲ୍ୟାଣ ପାଇଁ ନିଜର ଚକ୍ଷୁ ଦାନ କରି ଅନ୍ୟ ପାଇଁ ଉଦାହରଣ ସାଜିଛନ୍ତି। ସରଳତା ଓ ଉତ୍ସର୍ଗୀକୃତ ସେବା ମନୋଭାବ ପାଇଁ ସେ ସମସ୍ତଙ୍କ ପ୍ରିୟପାତ୍ର ହୋଇପାରିଥିଲେ। ତାଙ୍କର ମୃତ୍ୟୁରେ ସିନାପାଲି ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସେ ଗୋଡାଳ ପ୍ରାଥମିକ ବିଦ୍ୟାଳୟ, ସିଙ୍ଗଝର ଉଚ୍ଚ ବିଦ୍ୟାଳୟରେ ପାଠ ପଢିବା ପରେ ଭବାନୀପାଟଣାରେ ସ୍ନାତକ ଓ ବିଏଡ୍‌ ସମାପ୍ତ ପରେ ସିନାପାଲି ବ୍ଲକ ମାଳପଡ଼ା ପ୍ରାଥମିକ ବିଦ୍ୟାଳୟ, ଖଡିଆଳ ରାଜା ଆର୍ତ୍ତତ୍ରାଣ ହାଇସ୍କୁଲ ଓ ପରବର୍ତ୍ତି ସମୟରେ ଭୁବନେଶ୍ବରସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ଶିକ୍ଷକତା କରୁଥିଲେ। ତାଙ୍କ ମୃତ୍ୟୁ ପରେ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରୁ ଆମ୍ବୁଲାନ୍ସ ଯୋଗେ ପୈତୃକ ଗ୍ରାମ ଗୋଡାଳକୁ ମୃତଦେହ ଅଣାଯାଇ ଗାଁ ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ କରଯାଇଛି। ତାଙ୍କର ଏକମାତ୍ର ୫ ବର୍ଷର ପୁଅ ନୈତିକ ନାୟକ ମୁଖାଗ୍ନି ଦେଇଥିଲେ। ଏହି ସମୟରେ ପରିବାରବର୍ଗ ଓ ଆତ୍ମୀୟସ୍ବଜନ ଉପସ୍ଥିତ ଥିଲେ। ତାଙ୍କ ଅକାଳ ବିୟୋଗ ପରେ ସିଙ୍ଗଝର ଉଚ୍ଚ ବିଦ୍ୟାଳୟ, ଗୋଡାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ପଣ୍ଡରାମାଳି ସେବା ସଂଘ ସମେତ ଅନେକ ଅନୁଷ୍ଠାନରେ ଶୋକସଭା କରାଯାଇ ଅମର ଆତ୍ମାର ସଦ୍‌ଗତି କାମନା କରାଯାଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ପାଇଁ ଯାଇଥିଲେ ମାଡ଼ିବସି ଦେହରେ ଢ଼ାଳିଦେଲେ ପେଟ୍ରୋଲ, ପରେ ହୁହୁ ହୋଇ ଜଳିଲେ

ଲହୁଣୀପଡ଼ା, ୮।୮ (ଦାଶରଥି ପଣ୍ଡା/ ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ଗଣିଘସା ଗ୍ରାମରେ ଶନିବାର ସକାଳ ପ୍ରାୟ ସାଢ଼େ ୫ଟା ସମୟରେ…

‘ପାକିସ୍ତାନୀମାନେ ଭାରତୀୟଙ୍କ ଶତ୍ରୁ ନୁହଁନ୍ତି,’ ଏମିତି କହି ଚର୍ଚ୍ଚାରେ ଆରଏସଏସ ମୁଖ୍ୟ ମୋହନ ଭାଗବତ

ନୂଆଦିଲ୍ଲୀ,୮।୮: ଭାରତ-ପାକିସ୍ତାନ ସମ୍ପର୍କ ଉଲ୍ଲେଖ କରିବା ସାଧାରଣତଃ ଉତ୍ତେଜନା, ସୀମା ବିବାଦ ଏବଂ ଶତ୍ରୁତାର ଚିତ୍ର ସୃଷ୍ଟି କରେ। ଏହା ମଧ୍ୟରେ, ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ)…

ମାଈ ହାତୀର କଙ୍କାଳ ଠାବ: ବନବିଭାଗର ତଦନ୍ତ ଆରମ୍ଭ

ରିଆମାଳ, ୮।୮( ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ନୂଆଁଡ଼ିହି ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖିଲେଇ ଗ୍ରାମ ନିକଟବର୍ତ୍ତୀ ଗୋଗୁଆ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ…

ପୁଣି ସୃଷ୍ଟି ହେଲା ଲଘୁଚାପ: ସପ୍ତାହେ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୮: ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଏକ ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ହୋଇଛି। ଫଳରେ ରାଜ୍ୟରେ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ…

କାହିଁକି ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ଅଜିଙ୍କ୍ୟ ରାହାଣେ, ଜଣାପଡିଲା ଅସଲ କାରଣ, ଏବେ ବାଛିଛନ୍ତି…

ନୂଆଦିଲ୍ଲୀ,୮।୮: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ବିଶ୍ୱର ବିଭିନ୍ନ ଲିଗରେ ଖେଳିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏହା ସହିତ,…

୨ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

କେସିଙ୍ଗା,୮ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ପୋଲିସ ଦ୍ୱାରା ଜଣେ ଚୋରା ବ୍ୟବସାୟୀଙ୍କ ସହ ୪୨ କେଜି ଚୋରା ଗଞ୍ଜେଇ ଧରାଯାଇଛି। କୌଣସି ସୂତ୍ରରୁ ଖବର…

ସ୍କୁଟିରେ ଗଞ୍ଜେଇ ଚାଲାଣ କରି ଜେଲ୍‌ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୮ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ କର୍ମଚାରୀ ଟିମ୍‌ ସ୍ଥାନୀୟ କୃଷି ବିଭାଗ କାର୍ଯ୍ୟାଳୟ ସମ୍ମୁଖ ୧୭ ନଂ ରାଜ୍ୟ ରାଜପଥରୁ ଏକ ସ୍କୁଟି…

୨୧୬ କିମି ବେଗରେ ମାଡ଼ି ଆସୁଛି ଭୟଙ୍କର ବାତ୍ୟା! ଜାରି ହେଲା ହାଇ ଆଲର୍ଟ, ଏଇଠି କରିବ ଲ୍ୟାଣ୍ଡଫଲ

ଟୋକିଓ, ୮।୮: ଜାପାନରେ ଗତ କିଛି ମାସ ଧରି ଲଗାତାର ଭୟଙ୍କର ଭୂକମ୍ପର ଝଟକା ଆତଙ୍କ ସୃଷ୍ଟି କରିଛି। ସମୁଦ୍ରରେ ଉଠୁଥିବା ଉଚ୍ଚ ଲହରୀ ଏବଂ ସୁନାମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri