ନିଆଁ ଲଗାଇବା ପରେ ହାଣି ଦେଲେ

କେନ୍ଦୁଝର,୩ା୧୦(ସ୍ବ.ପ୍ର.): କେନ୍ଦୁଝର ସଦର ଥାନା ଅଧୀନ ହୁଣ୍ଡୁଳା ଗ୍ରାମରେ ଜଣେ ଯୁବକଙ୍କୁ ନିର୍ମମ ହତ୍ୟା କରାଯାଇଛି। ଅଭିଯୁକ୍ତମାନେ ସଂଘବଦ୍ଧ ଭାବେ ଯୁବକଙ୍କ ଘରେ ପେଟ୍ରୋଲ ଢାଳି ନିଅଁା ଲଗାଇଦେବା ସହ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ପ୍ରଣବ ମହାନ୍ତ (୨୫)। ଘଟଣା ଶନିବାର ରାତିରେ ଘଟିଥିବା ବେଳେ ରବିବାର ସକାଳେ ଘର ଆଗରେ ମୃତଦେହକୁ ଦେଖି ସ୍ଥାନୀୟ ଲୋକ ପୋଲିସକୁ ସୂଚନା ଦେଇଥିଲେ। ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଡାକ୍ତରଖାନାକୁ ପଠାଇ ସାଇଣ୍ଟିଫିକ୍‌ ଟିମ୍‌ ସହାୟତାରେ ତଦନ୍ତ ଆରମ୍ଭ କରିଛି। ମୃତକଙ୍କ ବାପା ପ୍ରକାଶ ମହାନ୍ତଙ୍କ ଅଭିଯୋଗକୁ ଭିତ୍ତି କରି ଏକ ହତ୍ୟା ମାମଲା(ନଂ.୩୮୭/୨୨) ରୁଜୁ କରି ପୋଲିସ ସେହି ଗ୍ରାମର ଭୁବନ ଦାସ ଓ ଶକ୍ତି ପ୍ରସାଦ ଦାସଙ୍କୁ ଅଟକ ରଖିଛି। ଉଭୟ ସମ୍ପର୍କରେ ବାପ ଓ ପୁଅ ବୋଲି ପୋଲିସ କହିଛି।
ସୂଚନା ଅନୁଯାୟୀ, ହୁଣ୍ଡୁଳା ଛକରେ ଦୋକାନ ଦେଇଥିବା ଭୁବନଙ୍କ ସାନ ପୁଅଙ୍କୁ ପ୍ରଣବ ଶନିବାର ମାଡ଼ ମାରିଥିଲେ। ଏ ନେଇ ଭୁବନଙ୍କ ପରିବାର ପକ୍ଷରୁ ସଦର ଥାନାରେ ସୂଚନା ଦିଆଯାଇଥିଲା। ପୋଲିସ ଘଟଣାସ୍ଥଳକୁ ଆସିଥିଲେ ସୁଦ୍ଧା ପ୍ରଣବଙ୍କୁ ଥାନାକୁ ନ ନେବାରୁ ଭୁବନଙ୍କ ପରିବାର ସଦସ୍ୟଙ୍କ ଆକ୍ରୋଶ ବଢ଼ିଥିଲା। ଶନିବାର ବିଳମ୍ବିତ ରାତିରେ ଭୁବନ ପରିବାର ସଦସ୍ୟଙ୍କ ସହ ଗ୍ରାମର କିଛି ଯୁବକଙ୍କୁ ନେଇ ପ୍ରଣବଙ୍କ ଘରକୁ ଯାଇଥିଲେ। ପ୍ରଣବ ଜାଣି ଭୟଭୀତ ହୋଇ ଘର କବାଟ ବନ୍ଦ କରି ଦେଇଥିଲେ। ପରେ ସେମାନେ ଘରେ ପେଟ୍ରୋଲ ଢାଲି ନିଆଁ ଲଗାଇ ଲଙ୍କା ଗୁଣ୍ଡ ଧୂଅଁା ଦେଇଥିଲେ। ପ୍ରଣବ ଅଣନିଃଶ୍ୱାସୀ ହୋଇ ଘରୁ ବାହାରିବା ପରେ ଭୁବନଙ୍କ ସହଯୋଗୀମାନେ ସଂଘବଦ୍ଧ ହୋଇ ଧାରୁଆ ଅସ୍ତ୍ରରେ ତାଙ୍କୁ ହାଣି ହତ୍ୟା କରିଥିଲେ ବୋଲି ମୃତକଙ୍କ ବାପା ଅଭିଯୋଗରେ ଦର୍ଶାଇଛନ୍ତି। ଏ ନେଇ ସଦର ଥାନା ଅଧିକାରୀ ସୁନୀଲ କର କହିଛନ୍ତି, ଶବ ବ୍ୟବଚ୍ଛେଦ କରାଯାଇଛି। ଘଟଣାରେ ୨ଜଣଙ୍କୁ ଅଟକ ରଖି ପଚରାଉଚୁରା କରାଯାଉଛି। ତଦନ୍ତ ପରେ ହତ୍ୟାର କାରଣ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri