ସେବା ମଲ୍ଟି ସ୍ପେଶାଲିଟି ହସ୍ପିଟାଲ ମ୍ୟାନେଜରଙ୍କୁ ଆକ୍ରମଣ, ଧର୍ମଶାଳା ଥାନାର ଦ୍ୱାରସ୍ଥ ହେଲେ…

ଧର୍ମଶାଳା,୫।୬: ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ନେଉଳପୁର ଜାତୀୟ ରାଜପଥ ପାର୍ଶରେ ଥିବା ସେବା ମଲ୍ଟି ସ୍ପେଶାଲିଟି ହସ୍ପିଟାଲ ମ୍ୟାନେଜରଙ୍କୁ ଆକ୍ରମଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ସେ ହେଲେ ତପନ କୁମାର ବେହୁରା ଓ ଯଶୋବନ୍ତ ବେହୁରା ।

ସୂଚନାନୁଯାୟୀ, ହସ୍ପିଟାଲ ମାଲିକ ଡାକ୍ତର ସୁଶାନ୍ତ ବେହେରାଙ୍କ ବନ୍ଧୁ ତପନ  ଓ ଯଶୋବନ୍ତ ହସ୍ପିଟାଲ ମ୍ୟାନେଜର ଭାବେ ସବୁକିଛି ବୁଝାବୁଝି କରି ଆସୁଛନ୍ତି। ନିକଟରେ କ୍ଲିନିକ୍‌ କରିଥିବା ସାରେଇ ଗ୍ରାମର ଡାକ୍ତର ସତ୍ୟବ୍ରତ ଜେନା ମଙ୍ଗଳବାର ସାରେ ତପନଙ୍କୁ ଫୋନ କରି ସେ ଏବଂ ତାଙ୍କ ହସ୍ପିଟାଲ ନାମରେ କାହିଁକି ବଦନାମ କରୁଛ ବୋଲି ପ୍ରଶ୍ନ କରିଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ଫୋନରେ ଯୁକ୍ତିତର୍କ ହୋଇଥିଲା। ପରେ ଡାକ୍ତର ସତ୍ୟବ୍ରତ କିଛି ଯୁବକଙ୍କ ସହ ରାତି ପ୍ରାୟ ୯ଟା ସମୟରେ ନେଉଳପୁର ସ୍ଥିତ ହସ୍ପିଟାଲକୁ ଆସି ତପନଙ୍କୁ ତଳକୁ ଡାକିଥିଲେ। ସେ ଆସିବା ପରେ ତାଙ୍କୁ ସଂଘବଧ ଭାବରେ ଆକ୍ରମଣ କରାଯାଇଥିଲା। ଏଥିରେ ତପନ ଓ ଯଶୋବନ୍ତ ଗୁରୁତର ଆହତ ହୋଇଥିଲେ। ଉଭୟ ଧର୍ମଶାଳା ମେଡିକାଲରେ ଚିକିତ୍ସିତ ହେବା ପରେ ଥାନାରେ ଏତଲା ଦେଇଛନ୍ତି। ଅନ୍ୟପକ୍ଷରେ ସତ୍ୟବ୍ରତ ମଧ୍ୟ ସେମାନଙ୍କ ବିରୋଧରେ ପାଲଟା ଏତଲା ଦେଇଥିବା ଜଣାପଡ଼ିଛି। ଏ ସମ୍ପର୍କରେ ଥାନା ଅଧୂକାରୀ ରଞ୍ଜନ କୁମାର ମାଝୀଙ୍କୁ ପଚାରିବାରେ ସେ କହିଛନ୍ତି, ଏହି ଘଟଣାରେ ୨ଟି ଅଭିଯୋଗ ହୋଇଛି। ଅଭିଯୋଗର ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri