ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରୁ ସେବା ସଂକଳ୍ପ ଅଭିଯାନ: ୧୩ଟି କାର୍ଯ୍ୟକ୍ରମକୁ ନେଇଁ ଲୋକଙ୍କୁ ପାଖକୁ ଯିବ ଭାଜପା

ଭବାନୀପାଟଣା,୧୧।୯(ଉତ୍ତମ କୁମାର ଦାଶ): ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ମାସେ ବ୍ୟାପି ସେବା ସଂକଳ୍ପ ଅଭିଯାନ କରିବ ଭାଜପା । ଏଥିରେ ପ୍ରତ୍ୟେକ ମଣ୍ଡଳ, ବୁଥ ଏବଂ ଜିଲାରେ ସେବା ସଂକଳ୍ପ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏ ନେଇଁ ଶୁକ୍ରବାର ଅପରାହ୍ନରେ ଭବାନୀପାଟଣା ସାର୍କିଟ ହାଉସ ଠାରେ ଅନୁଷ୍ଠିତ ଭାଜପାର ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। ଜିଲା ସଭାପତି ଯୁଗଳ କିଶୋର ପୋଡ଼ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଖବରଦାତା ସମ୍ମିଳନୀରେ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ ଯୋଗଦେଇ କହିଥିଲେ ଯେ, ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ ତାରିଖରୁ ଅକ୍ଟୋବର ୧୭ ତାରିଖ ମାସେ ପ୍ରର୍ଯ୍ୟନ୍ତ ଜିଲାରେ ସେବା ସଂକଳ୍ପ ଅଭିଯାନ ଚାଲିବ। ଏହି ଅଭିଯାନରେ ୧୩ଟି ପ୍ରମୁଖ କାର୍ଯ୍ୟକ୍ରମ ନେଇଁ ଲୋକଙ୍କ ପାଖକୁ ଯିବ ଭାଜପା। ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ସନ୍ଧ୍ୟାରେ ଜିଲାର ସମସ୍ତ ଲାଭର୍ଥୀଙ୍କ ଘରେ ଦୀପ ପ୍ରଜ୍ଜ୍ୱଳନ କରାଯିବ । ବିକଶିତ ଭାରତର ସଂକଳ୍ପ ନେବେ ଲାଭର୍ଥୀ । ପ୍ରତ୍ୟେକ ସ୍କୁଲ ଏବଂ କଲେଜରେ ଚିତ୍ରାଙ୍କନ ଏବଂ ବକୃତା ପ୍ରତିଯୋଗିତା ହେବ।ସେହିପରି ଅଙ୍ଗନୱାଡି କେନ୍ଦ୍ରରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହେବ । ପରିବର୍ତ୍ତନର କାହାଣୀ ଫଟୋ ଚିତ୍ର ପ୍ରଦର୍ଶନୀ ହେବା ସହ ରାସ୍ତା ଛକରେ ନମୋ ସେବା ଗାଥା ପଥ ପ୍ରାନ୍ତ ନାଟକ ଅନୁଷ୍ଠିତ ହେବ ବୋଲି ବିଧାୟକ ପଟ୍ଟଯୋଶୀ କହିଥିଲେ। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ଉପ ସଭାପତି ଭବେନ୍ଦ୍ର ପଣ୍ଡା,ପୂର୍ବତନ ଜିଲା ସଭାପତି ଦେବେନ୍ଦ୍ର ମହାନ୍ତି,ଜିଲା ସାଧାରଣ ସମ୍ପାଦକ ଲୋକନାଥ ଦୁର୍ଗା,ହିମାଂଶୁ ଶେଖର ପଣ୍ଡା ଓ ଜିଲା ମିଡିଆ ସେଲ ସଂଯୋଜକ ନରହରି ପଟ୍ଟାନାୟକ ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟରେ ୧୪ ତମ  ବନ ସହିଦ୍ ଦିବସ ପାଳିତ: ବଳିଦାନ ଦେଇଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ …

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟ ରେ ୧୪ ତମ ବନ ସହିଦ୍ ଦିବସ ପାଳିତ ; * ବଳିଦାନ କରିଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ କରାଗଲା…

ଖରାରେ ସିଝିଲେ, ବର୍ଷାରେ ଭିଜିଲେ ଭିନ୍ନକ୍ଷମ

ହାଟଡିହୀ/ଛେନାପଦୀ,୧୧।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଅନୁଷ୍ଠିତ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ବ୍ୟାପକ ଅବ୍ୟବସ୍ଥା ପରିଲକ୍ଷିତ ହୋଇଛି।…

ବିରେନ୍ଦ୍ର ସେହ୍ବାଗଙ୍କ ନୂଆ ଇନିଂସ, ଅଶନୀର ଗ୍ରୋଭରଙ୍କୁ ଆଉଟ୍‌ କରି ଚମକାଇଲେ, ଏଣିକି…

ମୁମ୍ବାଇ,୧୧।୯: ପ୍ରାଇମ୍ ଭିଡିଓର ସୁପରହିଟ୍ ରିଆଲିଟି ଶୋ’ ‘ରାଇଜ୍‌ ଆଣ୍ଡ୍‌ ଫଲ୍‌’ (Rise And Fall) ନିଜର ଦ୍ୱିତୀୟ ସିଜନ୍ ସହ ଫେରୁଛି। ଏଥର ଶୋ’କୁ ନେଇ…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ, ଅକ୍ଟୋବରରୁ ୩ରାଶିଙ୍କ ଧନଲାଭ ଯୋଗ; ଚାକିରିରେ ବଡ଼ ପ୍ରମୋଶନ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ, ଶନିଙ୍କୁ ସବୁଠାରୁ ଶକ୍ତିଶାଳୀ, ନିଷ୍ଠୁର ଗ୍ରହ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ । ଶନିଙ୍କ ସ୍ଥିତିର ପ୍ରଭାବ ୧୨ଟି ରାଶି ସହିତ…

ଦିବ୍ୟାଙ୍ଗଙ୍କୁ ସ୍ୱାବଲମ୍ବୀ କରାଇବା ପାଇଁ ପଦକ୍ଷେପ: ଏକାଧିକଙ୍କୁ ମିଳିଲା ସହାୟତା ରାଶି

ଦାରିଙ୍ଗବାଡ଼ି, ୧୧।୯ (ଅରୁଣ ସାହୁ): ଦିବ୍ୟାଙ୍ଗଙ୍କ ବିକାଶ ସହ ସେମାନଙ୍କୁ ସ୍ୱରୋଜଗାରକ୍ଷମ କରାଇ ସ୍ୱାବଲମ୍ବୀ କରିବା ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ପ୍ରୟାସ ଆରମ୍ଭ ହୋଇଛି। ପୂର୍ବରୁ…

ଘରେ ଝିଅ ଜନ୍ମ ହେଲେ ଆପଣଙ୍କୁ ମିଳିବ ୨୭ ଲକ୍ଷ ଟଙ୍କା! କରିବାକୁ ହେବ କେବଳ ଏହି କାମ…

ନୂଆଦିଲ୍ଲୀ,୧୧।୯: ଯଦି ଆପଣଙ୍କ ଘରେ ଝିଅ ଜନ୍ମ ହୋଇଛି, ତେବେ ଏବେ ଆପଣ ୨୭ ଲକ୍ଷ ଟଙ୍କା ପାଇପାରିବେ। କେନ୍ଦ୍ର ସରକାରଙ୍କ ଏପରି ଏକ ଯୋଜନା ଅଛି,…

ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ଆକ୍ରମଣ: ଥାନାରେ ପଶି ଛଡାଇ ନେବାକୁ ପୋଲିସ ସହ ଧସ୍ତାଧସ୍ତି, ୫ ମହିଳାଙ୍କ ସମେତ…

ପୁରୁଷୋତ୍ତମପୁର,୧୧ା୯ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶୁକ୍ରବାର ଗୁଣିଗାରେଡିକୁ ନେଇ ତୁମୁଳକାଣ୍ଡ ଘଟିଛି। ଗୁଣିଗାରେଡି ସନ୍ଦେହରେ କେଶବ ଗୌଡ(୬୫)ଙ୍କୁ ଆକ୍ରମଣ କରାଯାଇଛି। ତାଙ୍କୁ ଥାନାରେ…

ଭଞ୍ଜନଗର ପଞ୍ଚାୟତ ସମିତିର ସାଧାରଣ ବୈଠକ: ଯୋଗଦେଲେ ବିଧାୟକ, କହିଲେ ସମନ୍ୱୟ ରକ୍ଷା କରି…

ଭଞ୍ଜନଗର, ୧୧।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପଞ୍ଚାୟତ ସମିତିର ଚତୁର୍ଥ ସାଧାରଣ ବୈଠକ ଶୁକ୍ରବାର ପଞ୍ଚାୟତ ସମିତି ଅଧ୍ୟକ୍ଷ ନରିସଭା ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Trending

ଛୁଟିଦିନ
ପିଲାଙ୍କ ଧରିତ୍ରୀ
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?