ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ

ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ ଜିଲା ସଭାପତି ତଥା ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧକ୍ଷ ନୀଳମାଧବ ପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ଆସିକା ସାଂସଦ ଅନୀତା ଶୁଭଦର୍ଶିନୀ, କାର୍ଯ୍ୟକ୍ରମର ସଂଯୋଜକ ତଥା କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ, ଭଞ୍ଜନଗର ବିଧାୟକ ତଥା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ପ୍ରଦ୍ୟୁମ୍ନ ନାୟକ, ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ, ରାଜ୍ୟ ସମ୍ପାଦକ ତଥା ଜିଲା ପ୍ରଭାରୀ ଭଗବାନ ମହାନ୍ତି ପ୍ରମୁଖ ଅତିଥି ଭାବେ ଯୋଗଦେଇ ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ ଏବଂ ଉଦ୍ୟେଶ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ।
ଆସନ୍ତା ସେପ୍ଟେମ୍ବର ୧୭ ତାରିଖଠାରୁ ଅକ୍ଟୋବର ୧୭ ତାରିଖ ଦୀର୍ଘ ଏକ ମାସ ବ୍ୟାପୀ ଏହି କାର୍ଯ୍ୟକ୍ରମ ସମଗ୍ର ଦେଶରେ ତୃଣମୂଳ ସ୍ତରରେ ଆୟୋଜନ କରାଯିବ। ଏହା ମାଧ୍ୟମରେ ଭାରତୀୟ ଜନତା ପାର୍ଟିର ପ୍ରତ୍ୟେକ କାର୍ଯ୍ୟକର୍ତ୍ତା ନିଜ ନିଜ ଅଞ୍ଚଳରେ ବିଭିନ୍ନ ପ୍ରକାର ସେବା ମୂଳକ କାର୍ଯ୍ୟ ସମ୍ପାଦନ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। କାର୍ଯ୍ୟକର୍ତ୍ତା ମାନେ ପ୍ରତ୍ୟେକ ପରିବାର ନିକଟକୁ ଯାଇ ସରକାରଙ୍କର ବିଭିନ୍ନ ଯୋଜନାର ଉପଲବ୍ଧତା ସୁନିଶ୍ଚିତ କରିବା ଏବଂ ଉଚିତ ପରିବାର ଯେମିତି କୌଣସି ଯୋଜନାରୁ ବଞ୍ଚିତ ନ ହେବେ ସେଥିପ୍ରତି ଦୃଷ୍ଟି ଦେବାକୁ କାର୍ଯ୍ୟକର୍ତ୍ତା ମାନଙ୍କୁ ଆହ୍ବାନ କରାଯାଇଛି। ବିକଶିତ ଭାରତ ଏବଂ ବିକଶିତ ଓଡିଶାର ଲକ୍ଷ୍ୟ
ନେଇ ସରକାର ଯେଉଁ ଯୋଜନାମାନ ପ୍ରଣୟନ କରୁଛନ୍ତି ସେଇ ଯୋଜନାର ସଫଳତା ପାଇଁ ଆଶୀର୍ବାଦର ପ୍ରଦୀପ ପ୍ରଜ୍ଜ୍ୱଳନ କରିବାକୁ ପ୍ରତ୍ୟେକ ପରିବାରଙ୍କୁ ନିବେଦନ କରାଯାଇଛି। ସେବା ମାଧ୍ୟମରେ ସାମାଜିକ ଉତ୍ତରଦାଇତ୍ୱ ନିର୍ବାହନ କରିବାପାଇଁ ପ୍ରତ୍ୟେକ କାର୍ଯ୍ୟକତ୍ତା ସଂକଳ୍ପବଦ୍ଧ ହେବା ଏହି କର୍ମଶାଳାର ଉଦ୍ଦ୍ୟେଶ ବୋଲି ଅତିଥିମାନେ ପ୍ରକାଶ କରିଥିଲେ । ଏହି କର୍ମଶାଳାରେ ଜିଲା ପଦାଧିକାରୀ, ମୋର୍ଚ୍ଚା ପଦାଧିକାରୀ, ମଣ୍ଡଳ କମିଟି ଏବଂ ମଣ୍ଡଳ ଟୋଲି ସଦସ୍ୟମାନେ ଯୋଗଦେଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ଶେଷ ହେଲା ୩୨ ବର୍ଷର ଚାକିରି ଜୀବନ: ଅଧ୍ୟାପିକାଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପ୍ରାଣୀବିଜ୍ଞାନ ଅଧ୍ୟାପିକା ଆରତୀ ପାତ୍ରଙ୍କୁ ସୋମବାର କଲେଜ ପରିସରରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri