ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ସେବାୟତ

ଭୁବନେଶ୍ୱର,୨୬।୧୨: ଜାନୁୟାରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛନ୍ତି ସେବାୟତ। ଏନେଇ ରାମକୃଷ୍ଣ ଦାସ ମହାପାତ୍ର କହିଛନ୍ତି, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲୁ। ଆଗାମୀ ୧୭ ତାରିଖ ପରିକ୍ରମା ପ୍ରକଳ୍ପରେ ସେ ଉପସ୍ଥିତ ରହିବେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ସେବାୟତ ମାନଙ୍କୁ ମୁଠାଏ ଚାଉଳ ଗୁଆ ଦେଇଥିଲେ। ସେବାୟତମାନେ ପ୍ରଥମେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ନିମନ୍ତ୍ରଣପତ୍ର ପ୍ରଦାନ କରିବା ପରେ ନବୀନ ନିବାସରେ ପହଞ୍ଚିଥିଲେ।

Image

ଏହି ଅବସରରେ ଦାସ ମହାପାତ୍ର ସମସ୍ତ ଜଗନ୍ନାଥ ପ୍ରେମୀ ଭକ୍ତଙ୍କୁ ଅନୁରୋଧ କରିଛନ୍ତି, ସମସ୍ତେ ଗୋଟେ ଗୁଆ ପଠାନ୍ତୁ। ପରିକ୍ରମା ପ୍ରକଳ୍ପରେ ସାମିଲ ହୁଅନ୍ତୁ। ଜାନୁୟାରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ ପୁରୀ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଲୋକାର୍ପଣ ଉତ୍ସବରେ ଯୋଗଦେବା ପାଇଁ ରାଜ୍ୟ ଓ ରାଜ୍ୟ ବାହାରେ ଥିବା ଶ୍ରୀଜଗନ୍ନାଥ ମନ୍ଦିର ସମେତ ପ୍ରମୁଖ ମନ୍ଦିର, ସାଧୁସନ୍ଥଙ୍କୁ ନିମନ୍ତ୍ରଣ କରାଯିବ।

Image

ପରମ୍ପରା ଅନୁଯାୟୀ, ପ୍ରଥମ ନିମନ୍ତ୍ରଣପତ୍ର ମହାପ୍ରଭୁଙ୍କୁ ଅର୍ପଣ କରାଯିବା ପରେ ଅନ୍ୟ ଦେବଦେବୀଙ୍କୁ ନିମନ୍ତ୍ରଣ ପାଇଁ ସେବାୟତମାନେ ମଙ୍ଗଳବାର ଯାତ୍ରା ଆରମ୍ଭ କରିଛନ୍ତି। ସୂଚନା ଅନୁଯାୟୀ, ନିମନ୍ତ୍ରଣପତ୍ର ବାଣ୍ଟିବା ପାଇଁ ରାଜ୍ୟ ବାହାରକୁ ୧୭ଟି ଓ ରାଜ୍ୟ ଭିତରେ ୧୪ଟି ଦଳ ଯାତ୍ରା କରିବେ। ପ୍ରତ୍ୟେକ ଟିମ୍‌ରେ ଜଣେ ଲେଖାଏ ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅର ବର୍ବରକାଣ୍ଡ: ବାପାଙ୍କୁ ବାଡେଇ ବାହାରୁ ତାଲାଦେଇ ଘର ଭାଙ୍ଗିଲେ ପୁଅ

ଖଇରା,୨୪।୩(ଉତ୍କଳ ବନ୍ଧୁ ପଣ୍ଡା ): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମରେ ପୁଅର ଆକ୍ରମଣରେ ବାପା ଲହୁଲୁହାଣ ହେବା ପରେ ବାପାର…

ସାଙ୍ଗକୁ ହସ୍ପିଟାଲରେ ଭର୍ତ୍ତି କରି ଫେରୁଥିବା ବେଳେ ସଡ଼କ ଦୁର୍ଘଟଣା, ଅଧାବାଟରେ ଚାଲିଗଲା ଜୀବନ

ଗଜପତି,୨୪।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ୩୨୬-ଏ ଜାତୀୟ ରାଜପଥର ଆର୍.ସୀତାପୁର ଗ୍ରାମ ନିକଟସ୍ଥ ଏକ ବୁଲାଣିଆ ରାସ୍ତାରେ ସଡ଼କ ଦୁର୍ଘଟଣା । ସୋମବାର…

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ…

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ଆମେରିକା ଅପଦସ୍ଥ

ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜକୁ ୪୮ ଘଣ୍ଟା ମଧ୍ୟରେ ସମ୍ପୂର୍ଣ୍ଣ ଖୋଲା ନ କଲେ ଇରାନକୁ ଭୟାବହ ସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଇସ୍ରାଏଲ ଉପରେ ମିଶାଇଲ୍ ଆଟାକ୍ କଲା ଇରାନ, ତେହରାନ୍‌ ଆମେରିକା ସହ ଆଲୋଚନା ପାଇଁ ମନାକରିବାରୁ ପୁଣି ବଢ଼ିଲା ତେଲ ଦର

ତେହରାନ୍‌,୨୪।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଆଲୋଚନା ଆରମ୍ଭ କରିବା ପାଇଁ ପ୍ରୟାସ ତୀବ୍ର ହୋଇଛି । ତଥାପି, ପରିସ୍ଥିତି ସ୍ୱାଭାବିକ…

ବାଲେଶ୍ଵର ଅରଡ ବଜାରରେ ଗୁଳିକାଣ୍ଡ, ଦୁଇ ଯୁବକ…

ବାଲେଶ୍ଵର,୨୪।୩( ବାଞ୍ଛାନିଧି ଦେ): ଅଶାନ୍ତ ହୋଇପଡିଛି ବାଲେଶ୍ଵର ସହର । ସହଦେଵଖୁଣ୍ଟା ଥାନା ଅନ୍ତର୍ଗତ ଅରଡ ବଜାର ଅଞ୍ଚଳରେ ପୁଣିଥରେ ଗୁଳିକାଣ୍ଡ ହୋଇଛି। ସୋମବାର ମଧ୍ୟରାତିରେ ଫୁଟିଲା…

ଲିଙ୍କ୍ ରୋଡ୍ LIC ଅଫିସରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା….

କଟକ,୨୪।୩: କଟକ ଲିଙ୍କ୍‌ରୋଡରେ ଥିବା LIC ଅଫିସ୍‌ରେ ଅଗ୍ନିକାଣ୍ଡ । ହୁତୁ ହୁତୁ ହୋଇ ଜଳୁଛି ବିଲ୍ଡିଂ । କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହା ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri