ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ସେବାୟତଙ୍କ ପଦଯାତ୍ରା

ଭଦ୍ରକ,୧।୯(ସନାତନ ରାଉତ): ବାରିପଦା ଦେବୋତ୍ତର ବିଭାଗ ଓ ମନ୍ଦିର ସମସ୍ୟା ସମ୍ପର୍କରେ ମଠ, ମନ୍ଦିରର ସେବାୟତମାନେ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ ଜଣାଇବା ପାଇଁ ଗତ ଅଗଷ୍ଟ ୨୮ରୁ ପଦଯାତ୍ରାରେ ଭୁବନେଶ୍ୱର ଅଭିମୁଖେ ବାହାରିଛନ୍ତି।

ବାରିପଦାର ଶ୍ରୀ ଶ୍ରୀ ହରିବଳଦେବ ମନ୍ଦିର ଜମିକୁ ବିଭିନ୍ନ ସରକାରୀ ସଂସ୍ଥା ଓ କିଛି ମୁଷ୍ଟିମେୟ ଲୋକ ଜବରଦଖଲ କରିଛନ୍ତି। ଏହି ସମ୍ପତ୍ତିର ପୁନଃଉଦ୍ଧାର, ଠାକୁରଙ୍କ ବେଶ ପାଇଁ ରହିଥିବା ସୁନା ରୁପା ଅଳଙ୍କାର ଉପଯୁକ୍ତ ମରାମତି, ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦା ଜଗନ୍ନାଥ ମନ୍ଦିରରେ ଛତିଶାନିଯୋଗ, ସେବାୟତମାନଙ୍କୁ ଠିକ୍‌ ପାଉଣା ମିଳୁ ନ ଥିବାରୁ ନୀତିନିୟମ ପରିଚାଳନାରେ ଅନିୟମିତତା, ମନ୍ଦିର ସୌନ୍ଦର୍ଯ୍ୟକରଣ, ଭକ୍ତଙ୍କ ପାଇଁ ଶୌଚାଳୟର ବ୍ୟବସ୍ଥା, ମନ୍ଦିରର ଆୟ ବୃଦ୍ଧି ପାଇଁ ଦେବୋତ୍ତର ଜମିରେ କଲ୍ୟାଣ ମଣ୍ଡପ ଓ ମାର୍କେଟ୍‌ କମ୍ପ୍ଲେକ୍ସର ବ୍ୟବସ୍ଥା, ଦେବୋତ୍ତର ବିଭାଗ ପରିଚାଳନା ନିମନ୍ତେ ସ୍ବତନ୍ତ୍ର ଅଫିସର ନିଯୁକ୍ତି ଆଦି ଦାବି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବା ପାଇଁ ପଦଯାତ୍ରାରେ ବାହାରଛି। ପଦଯାତ୍ରାରେ ବାହାରିଥିବା ସେବାୟତମାନେ ରବିବାର ଭଦ୍ରକରେ ପହଞ୍ଚତ୍ିବା ପରେ ବାଇପାସ୍‌ସ୍ଥିତ ଜଗନ୍ନାଥ ମନ୍ଦିର ପରିସରରେ ବରିଷ୍ଠ ହିନ୍ଦୁ ସଙ୍ଗଠକ ମାନସ ମହାନ୍ତିଙ୍କ ସଂଯୋଜନାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସେବାୟତମାନେ ଏହା ପ୍ରକାଶ କରିଛନ୍ତି। ଅରୁଣ କୁମାର ମିଶ୍ର ଓ କାମେଶ୍ୱର ତ୍ରିପାଠୀ ସମ୍ମିଳନୀକୁ ସମ୍ବୋଧିତ କରିଥିବା ବେଳେ ସ୍ଥାନୀୟ ହିନ୍ଦୁ ସଙ୍ଗଠନର ତପନ ମହାନ୍ତି, ଦଶରଥ ସାହୁ, ଧୀରେନ ନାୟକ, କ୍ଷୀତିଶ ରାଉତ, ସୁଶାନ୍ତ ସାହୁ, ରାଜୀବ ସାମଲ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri